ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର

ପୁରୁଷୋତ୍ତମପୁର,୧୯/୦୯: ୧୧ କେଭି ତାର ଲାଗି ପ୍ରାଣ ହରାଇଲେ ଯୁବକ । ଏହି ଦୁର୍ଘଟଣାରେ ଜଣେ ଗୁରୁତର ମଧ୍ୟ ହୋଇଛନ୍ତି । ମୃତ ଯୁବକ ଜଣକ ପବିତ୍ର ସାହୁ ଏବଂ ଆହତ ଯୁବକ ଜଣକ ମନୋଜ ପ୍ରଧାନ ବୋଲି ଜଣାପଡ଼ିଛି । ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ବ୍ରାହ୍ମଣ ଶାସନ ଗ୍ରାମରେ ଏଭଳି ଅଘଟଣ ଘଟିଛି । 

ସୂଚନା ମୁତାବକ, ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ବ୍ରାହ୍ମଣ ଶାସନ ଗ୍ରାମରେ ଖୁବ୍ ଧୁମଧାମ୍‌ରେ ଗଣେଶ ପୂଜା ହୋଇଥିଲା । ବୁଧବାର ସନ୍ଧ୍ୟା ସମୟରେ ଗଣେଶ ଭଷାଣୀ ଉତ୍ସବ ଚାଲିଥିଲା । ଏହି ସମୟରେ ହଠାତ ୧୧କେଭି ତାର ଛିଡ଼ି ଦୁଇ ଜଣ ଯୁବକଙ୍କ ଉପରେ ପଡିଥିଲା । । ଫଳରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଯୁବକ ଗୁରୁତର ହୋଇଥିଲେ । ସ୍ଥାନୀୟଲୋକେ ଏହି ଘଟଣା ସମ୍ୱନ୍ଧରେ ପୁରୁଷୋତ୍ତମପୁର ପୋଲିସକୁ ଖବର ଦେଇଥିଲେ । ପରେ ତୁରନ୍ତ ଗୁରୁତର ଅବସ୍ଥାରେ ମନୋଜଙ୍କୁ ଭାତକୁମରଡ଼ା ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ସେଠାରେ ଚିକିତ୍ସା ପରେ ସେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । 

ଅନ୍ୟପଟେ ଘଟଣାସ୍ଥଳରେ ପୁରୁଷୋତ୍ତମପୁର ପୋଲିସ ପହଞ୍ଚି ପବିତ୍ରଙ୍କ ମୃତଦେହକୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ସାହିରେ ବିଦ୍ୟୁତ ତାର ଗୁଡ଼ିକ ଅସଜଡା ଭାବେ ପଡ଼ି ରହିଥିବା ଯୋଗୁଁ ଏଭଳି ଅଭାବନୀୟ ଘଟଣା ଘଟିଛି । ତେଣୁ ଅସଜଡା ଭାବେ ରହିଥିବା ବିଦ୍ୟୁତ୍ ତାର ଗୁଡ଼ିକ ସଜାଡାଯାଉ ବୋଲି ଦାବି କରିଛନ୍ତି ମୃତକଙ୍କ ପରିବାର ଲୋକେ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.