ପ୍ରମୂଖ ଖବର
  • ଜଗତସିଂହପୁର ରଘୁନାଥପୁର ଥାନା ଅଞ୍ଚଳରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିରୋଧ କରିବାରୁ ଲହୁ ଲୁହାଣ କଲେ ଦୁର୍ବୃତ୍ତ
  • ||
  • ଆସନ୍ତା ୮ରେ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ, ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ନୟାଗଡ଼: ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ, ଚିକିତ୍ସାଧିନ ଅବସ୍ଥାରେ ୭୦ ବର୍ଷ ବୟସରେ କଲେ ଶେଷ ନିଶ୍ବାସ ତ୍ୟାଗ
  • ||

ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା; ଅନ୍ୟତମ ମୁଖ୍ୟ ସାକ୍ଷୀ ତତ୍କାଳୀନ ବ୍ରଜରାଜନଗର IICଙ୍କ ହେବ ସାକ୍ଷ୍ୟ ଗ୍ରହଣ

Published By : Harapriya Sethi | August 6, 2025 12:25 PM

ଝାରସୁଗୁଡ଼ା, ୦୬/୦୮: ବହୁ ଚର୍ଚ୍ଚିତ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ ହେବ । ବୁଧବାର ଝାରସୁଗୁଡ଼ା ଏଡିଜେ କୋର୍ଟରେ ଶୁଣାଣି ରହିଛି । ମୁଖ୍ୟ ସାକ୍ଷୀ କୁହାଯାଉଥିବା ତତ୍କାଳୀନ ବ୍ରଜରାଜନଗର ଥାନା ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସ୍ବାଇଁଙ୍କ ସାକ୍ଷ୍ୟ ଗ୍ରହଣ ହେବ । 

ଗତ ମାର୍ଚ୍ଚ ମାସରେ କ୍ରାଇମବ୍ରାଞ୍ଚ ପକ୍ଷରୁ ସାନି ତଦନ୍ତ ଆରମ୍ଭ ହୋଇଥିବା ବେଳେ ଘଟଣା ଦିନ ପୋଲିସର ବନ୍ଧୁକ ଛଡ଼ାଇଥିବା ବିଜେଡି କର୍ମୀ ସରୋଜ ସା' ଦେଇଥିବା ବୟାନ ଥାନା ଅଧିକାରୀଙ୍କୁ ବିବାଦ ଘେରକୁ ଟାଣି ଆଣିଥିଲା । ଘଟଣାସ୍ଥଳରେ ଅଭିଯୁକ୍ତ ଗୋପାଳ ଦାସ ହାତରେ ବନ୍ଧୁକ ଧରି ଛିଡ଼ା ହୋଇଥିବା ଦୃଶ୍ୟ ଭିଡିଓରେ ଉତ୍ତୋଳିତ ହୋଇଥିଲା । ଠିକ୍ ସେହି ସମୟରେ କିଛି ବ୍ୟକ୍ତିଙ୍କ ମୋବାଇଲରେ ଆଉ ଏକ ଦୃଶ୍ୟ ବି କଏଦ ହୋଇଥିଲା । ତତ୍କାଳୀନ ଥାନା ଅଧିକାରୀ ପ୍ରଦ୍ୟୁମ୍ନ ସ୍ବାଇଁ ଓ ଅନ୍ୟ ପୋଲିସ କର୍ମଚାରୀ ଗୋପାଳର କଲର ଧରି ତାକୁ କାବୁ କରିଥିଲେ । ସେପଟେ ଭିଡ଼ ଭିତରୁ ଅନ୍ୟ ଜଣେ ଯୁବକ ଏକ ବନ୍ଧୁକ ଧରି ବାହାରୁଥିବାର ଦେଖିବାକୁ ମିଳିଥିଲା । କିନ୍ତୁ ଉକ୍ତ ବନ୍ଧୁକ ସଂପର୍କରେ ପୋଲିସ ନିଜ ତଦନ୍ତ ରିପୋର୍ଟରେ କୌଣସି ତଥ୍ୟ ପ୍ରକାଶ କରିନଥିଲା । ପରେ ବିଜେଡି କର୍ମୀ ସରୋଜ ସା' ନିଜେ ତତ୍କାଳୀନ ଆଇଆଇସି କାଳେ ଗୁଳିମାଡ଼ କରିବେ ସେହି ଆଶଙ୍କାରେ ତାଙ୍କ ବନ୍ଧୁକ ଛଡ଼ାଇ ନେଇଥିଲେ ବୋଲି ଗଣମାଧ୍ୟମ ସମ୍ମୁଖରେ କହିଥିଲେ । ହେଲେ ବନ୍ଧୁକ ଛଡ଼ାଯିବା ଘଟଣାରେ IICଙ୍କ ବିରୋଧରେ ବିଭାଗୀୟ ପ୍ରୋସିଡିଂ ବି ହୋଇନଥିଲା । ତାହାର ଉତ୍ତର ବି ଆଜିଯାଏଁ ରହସ୍ୟାବୃତ୍ତ ହୋଇରହିଛି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.