ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ବିରୋଧୀ ଦଳ ଓଡ଼ିଆ ଲୋକଙ୍କ ନିଷ୍ପତ୍ତିକୁ ସ୍ୱୀକାର କରନ୍ତୁ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ୫/୧୦ : ରାଜନୀତିରେ ଜୟ ପରାଜୟ ଲାଗି ରହେ । ଜୟରେ ବହୁତ ଉନ୍ମାଦିତ ଏବଂ ପରାଜୟରେ ହତୋତ୍ସାହିତ ହେବାର ଆବଶ୍ୟକତା ନାହିଁ ବୋଲି ବିଜେପି ମିଛ କହି ନିର୍ବାଚନ ଜିତିବା ପ୍ରସଙ୍ଗରେ ବିରୋଧୀ ଦଳ ନେତାଙ୍କ ମନ୍ତବ୍ୟ ଉପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ପୂର୍ବରୁ ବିଜେପି ବହୁତ ଥର ହାରିଛି । ଓଡ଼ିଶାରେ କିଛି ଲୋକ ବିଜେପିକୁ ସାଇନ୍ ବୋର୍ଡ ପାର୍ଟି କହୁଥିଲେ । କିନ୍ତୁ ଏବେ ଓଡ଼ିଆ ଲୋକଙ୍କ ଆଶୀର୍ବାଦରେ ଦଳକୁ ସେବା କରିବାର ସୁଯୋଗ ମିଳିଛି । ଲୋକମାନେ ଯାହାକୁ ଯେଉଁ ଭୂମିକା ଦେଇଛନ୍ତି ତାହା ନିର୍ବାହ କରିବା ଦରକାର । ଯାହାକୁ ସେବା କରିବାର ଭୂମିକା ଦେଇଛନ୍ତି, ସେ ସେବା କରିବା ଉଚିତ୍ ଏବଂ ଯାହାକୁ ଦାୟିତ୍ଵ ସମ୍ପନ୍ନ ବିରୋଧୀ ଦଳ ଭାବେ ଦାୟିତ୍ଵ ଦେଇଛନ୍ତି, ସେ ତାହାକୁ ପାଳନ କରିବା ଜରୁରୀ । 

ସେହିପରି ଆଉ ଏକ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟପାଳଙ୍କ ଅଫିସ ମର୍ଯ୍ୟଦା ସମ୍ପନ୍ନ କାର୍ଯ୍ୟାଳୟ । ଯେତେବେଳେ କିଛି ଲୋକଙ୍କ ମନରେ ହତାଶ ଭାବ ଆସିଯାଏ ଏବଂ ଯେଉଁମାନେ ଅଗଣତାନ୍ତ୍ରିକ ଓ ପରାଜୟକୁ ସ୍ୱୀକାର କରି ପାରୁନାହାନ୍ତି, ସେମାନେ ଏହି କଥା କହୁଛନ୍ତି । ଓଡ଼ିଆ ଲୋକଙ୍କ ନିଷ୍ପତିକୁ ମୁଣ୍ଡପାତି ସ୍ୱୀକାର କରିବା ଉଚିତ୍ । ସରକାରଙ୍କ ଦୋଷ ତ୍ରୁଟିକୁ ସାମ୍ନାକୁ ଆଣିବାର ଦାୟିତ୍ୱ ଅଛି । କିନ୍ତୁ ତାଙ୍କ ହତାଶ ଭାବକୁ ରାଜଭବନ ଆଡ଼କୁ ନ ମୁହାଁଇଲେ ଭଲ ବୋଲି ସେ କହିଛନ୍ତି ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.