ପ୍ରମୂଖ ଖବର
  • ସମ୍ବଲପୁର ହନୁମାନ ଜୟନ୍ତୀ ଶୋଭାଯାତ୍ରା : ଫ୍ଲାଗମାର୍ଚ୍ଚରେ ପୁଲିସ୍‌ର ଶକ୍ତି ପ୍ରଦର୍ଶନ, ୩୦ ପ୍ଲାଟୁନ ପୁଲିସଙ୍କୁ ନେଇ ସହର ପରିକ୍ରମା
  • ||
  • ମିଆଁମାରରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୫ ରେକର୍ଡ଼
  • ||
  • IPL 2025: ଆଜି ରାଜସ୍ଥାନ ରୟାଲ୍ସ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ସଂଘର୍ଷପୂର୍ଣ୍ଣ ହେବ ମ୍ୟାଚ୍
  • ||
  • ସମ୍ବଲପୁରରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ପରାଧି ସୀତାରାମ ଷଡ଼ଙ୍ଗୀର ଗୋଡ଼ରେ ବାଜିଲା ଗୁଳି
  • ||
  • ବିଧେୟକକୁ ରାଜ୍ୟପାଳଙ୍କ ସ୍ୱୀକୃତି, ଓଡ଼ିଶାରେ ଲାଗୁହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ
  • ||
  • ଏଥର ରାଜ୍ୟରେ ଠିକ୍‌ ସମୟରେ ପହଞ୍ଚିବ ମୌସୁମୀ ବାୟୁ: ଜୁନ୍‌ରେ ସ୍ୱାଭାବିକ ବର୍ଷା, ଜୁଲାଇ ଅଧାରୁ ଅଗଷ୍ଟ ଅଧା ଯାଏ ବର୍ଷା କମିବ
  • ||
  • ଭୁବନେଶ୍ୱର : ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ, ଅଳ୍ପକେ ବର୍ତ୍ତିଲେ ସାଙ୍ଗ
  • ||
  • ବ୍ରହ୍ମପୁର : ଟ୍ରେ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

ଯାତ୍ରୀବାହୀ ବସ୍ ସହ ଟ୍ରକ୍ ମୁହାଁମୁହିଁ ଧକ୍କା, ୩୦ରୁ ଉର୍ଦ୍ଧ୍ଵ ଆହତ

Published By : Prameya | April 11, 2025 12:47 PM

ଭୁବନେଶ୍ଵର, ୧୧/୦୪ : ଯାତ୍ରୀବାହୀ ବସ୍‌ ସହ ଟ୍ରକ୍ ମୁହାଁମୁହିଁ ଧକ୍କା। ୩୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଆହତ। ଆଠଗଡ଼ ଥାନା ଅନ୍ତର୍ଗତ ଆଠଗଡ଼-ମୁଣ୍ଡଳୀ ରାସ୍ତାର ଛତାବର ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ଆହତଙ୍କୁ ଆଠଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ଆଠଗଡ଼ରୁ ଏକ ଯାତ୍ରୀବାହୀ ବସ୍ କଟକ ଅଭିମୁଖେ ଯାଉଥିଲା। ଆଠଗଡ଼-ମୁଣ୍ଡଳୀ ରାସ୍ତାର ଛତାବର ଛକ ନିକଟରେ ବସ୍‌ଟିକୁ ଏକ ଟ୍ରକ୍ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୩୦ ଜଣ ଯାତ୍ରୀ ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ଆଠଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଆଠଗଡ଼ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଛନ୍ତି। ସମସ୍ତ ଆହତ ଆଠଗଡ଼ ଥାନା ଅନ୍ତର୍ଗତ ସମସରପୁର ପଞ୍ଚାୟତର ବୋଲି ସୂଚନା ମିଳିଛି। ଏମାନେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ କଟକ ଯିବା ବେଳେ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। 

ଏହି ଖବରଟିକୁ ପଢନ୍ତୁ-କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ : ବଜ୍ରାଘାତରେ ଜଳିଗଲା ଖଜୁରୀ ଗଛ, ଉଡିଗଲା 5T ବିଦ୍ୟାଳୟର ଛପର

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.