ପ୍ରମୂଖ ଖବର
  • ଅପରେସନ ‘ସିନ୍ଦୂର’କୁ ନେଇ ଆସିପାରେ ବଡ଼ ସୂଚନା, ଅପରାହ୍ନ ୫ଟା ୩୦ରେ MEA ପ୍ରେସ୍‌ବ୍ରିଫ୍
  • ||
  • ମହଜୁଦ ଅଛି ଆବଶ୍ୟକୀୟ ଇନ୍ଧନ, ଆତଙ୍କିତ ନହେବାକୁ IOCLର ପରାମର୍ଶ
  • ||
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ପହଲଗାମ ଆତଙ୍କୀ ଆକ୍ରମଣ ; ସାମ୍ନାକୁ ଆସିଲା ୩ ଆତଙ୍କୀଙ୍କ ସ୍କେଚ୍

Published By : Ankita S | April 23, 2025 12:28 PM

ଶ୍ରୀନଗର,୨୩ /୦୪: ଜମ୍ମୁ କାଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କୀ ଆକ୍ରମଣର ସେହି କ୍ରୁର ରାକ୍ଷସଙ୍କ ସ୍କେଚ୍ ସାମ୍ନାକୁ ଆସିଛି । ସୁରକ୍ଷା ଏଜେନ୍ସି ପକ୍ଷରୁ ପହଲଗାମ ହମଲାରେ ସଂମ୍ପୃକ୍ତ ୩ ଜଣ ଆତଙ୍କୀଙ୍କ ସ୍କେଚ୍ ଜାରି କରାଯାଇଛି । ଅସିଫ୍ ଫୋଜି, ସୁଲେମାନ୍ ଶା ଓ ଅବୁ ତଲ୍ଲାରର ସ୍କେଚ୍ ଜାରି ହୋଇଛି । ଯେଉଁମାନେ ପହଲଗାମରେ ରକ୍ତର ନଦୀ ବୁହାଇଛନ୍ତି । ନୀରିହ ଲୋକଙ୍କ ଉପରେ ଗୁଳି ଚଳାଇଥିଲେ ।

ସ୍କେଚ ଜାରି ହୋଇଥିବା ୩ ଆତଙ୍କୀ ପ୍ରାୟ ୨୦ ମିନିଟ୍ ଧରି ଏକ-୪୭ରୁ ଗୁଳି ଚଳାଇଥିଲେ । ପହଲଗାମର ଲୋକପ୍ରିୟ ବୈସରନ୍‌ ଘାଟିରେ ପର୍ଯ୍ୟଟକଙ୍କ ଉପରେ ଆଖିବୁଜା ଗୁଳିମାଡ଼ କରିଥିଲେ ଆତଙ୍କବାଦୀ । ସେନା ପୋଷାକ ପିନ୍ଧି ଧର୍ମ ପଚାରି ନୀରିହ ପର୍ଯ୍ୟଟକଙ୍କ ଉପରେ ଗୁଳିମାଡ କରଥିରେ । ସେପଟେ ଆତଙ୍କୀ ଆକ୍ରମଣ ପରେ କାଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ । ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ଏୟାର ଇଣ୍ଡିଆ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି ।  କାଶ୍ମୀରରେ ଭୟଙ୍କର ଆକ୍ରମଣକୁ ନିନ୍ଦା କରିଛି ବିଶ୍ୱ ।

ଅଧିକ ପଢନ୍ତୁ...Terrorist Attack: ପ୍ରତିଶୋଧ ନେବ ଭାରତ, ପାକିସ୍ତାନର ଛାତି ଧଡ଼ଧଡ଼, POKରେ ହାଇ ଆଲର୍ଟ

ଜମ୍ମୁ-କାଶ୍ମୀରେ ପହଲଗାମରେ ଭୟଙ୍କର ଆତଙ୍କୀ ଆକ୍ରମଣ ହୋଇଛି । ଦେଶକୁ ସ୍ତବ୍ଦ କରି ଦେଇଛି ଏହି ଆକ୍ରମଣ । ସେନା ପୋଷାକ ପିନ୍ଧି ଆଖିବୁଜା ଗୁଳିମାଡ କରିଥିଲେ ଆତଙ୍କବାଦୀ । ଏଥିରେ ୨୮ ଜଣ ପର୍ଯ୍ୟଟକଙ୍କର ମୃତ୍ୟୁ ହୋଇଛି । ଏହି ସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଉଛି ।  ସେମାନଙ୍କ ମଧ୍ୟରେ  ମଧ୍ୟରେ ରହିଛନ୍ତି ଜଣେ ନୌସେନା ଓ ଆଇବି ଅଫିସର। ପୁଲୱାମା ପରେ ଏହା ସବୁଠୁ ବଡ଼ ଧରଣର ହମଲା। ଆକ୍ରମଣ ନେଇ ନିଜକୁ ଦାୟୀ କରିଛି ଏଲଇଟିର ଶାଖା ଟିଆର୍‌ଏଫ୍ । ଆକ୍ରମଣ ପରେ ସ୍ଥାନୀୟ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି ।

ଗୃହମନ୍ତ୍ରୀ ଅମିତ୍ ଶାହ ଗ୍ରାଉଣ୍ଡରେ ସ୍ଥିତି ସମୀକ୍ଷା କରିଛନ୍ତି । ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହିତ ପୀଡ଼ିତଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ହସ୍ପିଟାଲରେ ଆହତଙ୍କୁ ଭେଟିଛନ୍ତି ଶାହା । ପହଲଗାମରୁ କଡ଼ା ଚେତାବନୀ ଦେଇ ଗୃହମନ୍ତ୍ରୀ କହିଛନ୍ତି, ''ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ । ଦୋଷୀକୁ କୌଣସି ପରିସ୍ଥିତିରେ ଛଡା ଯିବ ନାହିଁ ।''

ସେପଟେ ଜମ୍ମୁ କାଶ୍ମୀର ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା ହୋଇଛି । ପହଲଗାମ ଆତଙ୍କୀ ଆକ୍ରମଣ ଖବର ପାଇ ସାଉଦି ଗସ୍ତ ଅଧାରୁ ଫେରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବା କ୍ଷଣି ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ । ଆଜି ସଂନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ସୁରକ୍ଷା ସମ୍ୱନ୍ଧୀୟ କ୍ୟାବିନେଟ ବୈଠକ ବସିବ । ଆତଙ୍କୀକୁ ଜବାବ ଦେବାକୁ ବୈଠକରେ କଠୋର ପଦକ୍ଷେପ ନିଆଯିବା ନେଇ ଆଲୋଚନା ହୋଇପାରେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.