ପ୍ରମୂଖ ଖବର
  • ଭୁବନେଶ୍ବରରୁ ଅପହୃତ ଛାତ୍ର ନିରାକାରପୁରରୁ ଉଦ୍ଧାର : ଜମି ବିକ୍ରି ଟଙ୍କା ପାଇଁ ଅପହରଣ,୭ ଗିରଫ
  • ||
  • ଏପ୍ରିଲ ୨୪ରୁ ମିଳିବ ନୂଆ ରାସନ କାର୍ଡ, ପଞ୍ଚାୟତିରାଜ ଦିବସରେ ବାଣ୍ଟିବେ ସରକାର
  • ||
  • ବେଙ୍ଗାଲୁରୁ ବିପକ୍ଷରେ ଖେଳିବେନି ସାମସନ୍‌, ନେତୃତ୍ୱ ନେବେ ରିୟାନ ପରାଗ
  • ||
  • ପୋପ୍ ପ୍ରାନ୍‌ସିସ୍‌ଙ୍କ ବିୟୋଗରେ ରାଜ୍ୟରେ ୩ ଦିନିଆ ଶୋକ
  • ||
  • ପୁରୀ: ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ବାଣୀବିହାର କ୍ୟାମ୍ପସ୍‌ରୁ ହଟିବେ ଅଣଛାତ୍ର, ପୁଲିସ ଡିଜିଙ୍କୁ ଚିଠି ଲେଖିଲେ କୁଳପତି
  • ||
  • କଳାହାଣ୍ଡି: ଲୁଗା ଶୁଖାଇବା ବେଳେ ଲାଗିଲା ବିଦ୍ୟୁତ୍‌ ଝଟ୍‌କା, ମା’ କୁ ବଞ୍ଚାଇବାକୁ ଯାଇ ଚାଲିଗଲା ପୁଅର ଜୀବ
  • ||
  • କେନାଲ ନିକଟରେ ଯୁବକଙ୍କ ରକ୍ତାକ୍ତ ମୃତ ଦେହ ଠାବ, ହତ୍ୟା ସନ୍ଦେହ
  • ||
  • ମଙ୍ଗଳବାର ସରିବ ଶ୍ରୀକ୍ଷେତ୍ର ସାହିଯାତ, ରାମାଭିଷେକ ସହ ରାମଲୀଳାର ଅନ୍ତ ଘଟିବ
  • ||
  • IPL 2025: ଆଜି ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ, ଏକାନ୍ନାରେ ପୁଣି ହେବ ରାହୁଲ ରାଜୁତି
  • ||
  • କଟକ ଗତିରାଉତପାଟଣା ନିକଟରେ ପିସିଆର ଗାଡ଼ିକୁ ଧକ୍କା ଦେଲା ହାଇୱା, ୨ ପୋଲିସ କର୍ମଚାରୀ ମୃତ, ଜଣେ ଆହତ
  • ||
  • ପଶ୍ଚିମ, ଆଭ୍ୟନ୍ତରୀଣରେ ବର୍ଷୁଛି ନିଆଁ, ୪୫ ଡିଗ୍ରୀ ଡେଇଁଲା ପାରଦ: ଆଜିଠାରୁ ଗ୍ରୀଷ୍ମ ଲହରୀ, ୨୩ରୁ ସାଂଘାତିକ ତାତି
  • ||

ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ ପରେ ଉଚ୍ଚସ୍ତରୀୟ ବୈଠକ ଡାକିଲେ କେନ୍ଦ୍ର ଗୃହମନ୍ତ୍ରୀ, ନିଆଯାଇପାରେ ବଡ଼ ନିଷ୍ପତ୍ତି…

Published By : Prameya | April 22, 2025 6:06 PM

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଏବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଦିଲ୍ଲୀରେ ଏକ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ସେନା ଏବଂ ଗୁଇନ୍ଦାର ଶୀର୍ଷ ଅଧିକାରୀ ମାନେ ଉପସ୍ଥିତ ରହିବେ, ଯାହା ଦ୍ଵାରା ଏହି ଆକ୍ରମଣ ପରେ ପରିସ୍ଥିତି ଏବଂ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରାଯାଇ ପାରିବ। ଅମିତ ଶାହ ମଧ୍ୟ କାଶ୍ମୀର ଗସ୍ତ କରିବେ।

ପହଲଗାମର ବୈସରାଣା ଅଞ୍ଚଳରେ ଆତଙ୍କବାଦୀ ମାନେ ପର୍ଯ୍ୟଟକଙ୍କ ଏକ ଗୋଷ୍ଠୀକୁ ଟାର୍ଗେଟ କରିଛନ୍ତି। ଏହି ଆକ୍ରମଣରେ ଏପର୍ଯ୍ୟନ୍ତ ୧୨ ଜଣ ପର୍ଯ୍ୟଟକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଏହି ସମୟରେ ଜଣେ ପର୍ଯ୍ୟଟକଙ୍କ ମଧ୍ୟ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆହତ ମାନଙ୍କୁ ଅନନ୍ତନାଗର ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ, ସୁରକ୍ଷା ବାହିନୀ ସଂପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି। ଆତଙ୍କବାଦୀ ମାନେ ପ୍ରାୟ ୩ ରୁ ୫ ମିନିଟ୍ ପର୍ଯ୍ୟନ୍ତ ଗୁଳି ଚଳାଇବା ପରେ ସେଠାରୁ ପଳାଇ ଯାଇଥିଲେ।

ଭାରତୀୟ ସେନାର ଭିକ୍ଟର ଫୋର୍ସ ଏବଂ ସ୍ପେଶାଲ ଫୋର୍ସ, ଜମ୍ମୁ-କାଶ୍ମୀର ପୋଲିସର ଏସଓଜି (SOG) ଏବଂ CRPF ଦ୍ୱାରା ଏହି ଅପରେସନ ଆରମ୍ଭ ହୋଇଛି। ଘଟଣାସ୍ଥଳରେ ସେନା କର୍ମଚାରୀ ଏବଂ ଜମ୍ମୁ-କାଶ୍ମୀର ପୋଲିସ କର୍ମଚାରୀ ଉପସ୍ଥିତ ଅଛନ୍ତି। ସେନା ଅଧିକାରୀ ମାନେ ମଧ୍ୟ ଅଧିକ ସୂଚନା ପାଇବାକୁ ଚେଷ୍ଟା କରୁଛନ୍ତି। ସୂଚନା ଅନୁଯାୟୀ, ସେନାର ୧୫ କୋର୍ କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ପ୍ରଶାନ୍ତ ଶ୍ରୀବାସ୍ତବ ହେଲିକପ୍ଟର ଯୋଗେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଭାରତୀୟ ସେନାର ଭିକ୍ଟର ଫୋର୍ସର ସୈନିକମାନେ ଆତଙ୍କବାଦୀଙ୍କୁ ଖୋଜିବା ପାଇଁ ଘାଟିର ଶୀର୍ଷରେ ପହଞ୍ଚିଛନ୍ତି। ଆତଙ୍କବାଦୀଙ୍କ ବିରୋଧରେ ଅପରେସନ ଆରମ୍ଭ ହୋଇଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.