ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଇମ୍ରାନ ଖାନଙ୍କୁ ୫ ବର୍ଷ ପାଇଁ ଅଯୋଗ୍ୟ ଘୋଷିତ କଲେ ପାକିସ୍ତାନ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ନିର୍ବାଚନ ଆୟୋଗ । ତାଙ୍କୁ ପାଞ୍ଚ ବର୍ଷ ପାଇଁ ଅଯୋଗ୍ୟ ଘୋଷିତ କରିଛନ୍ତି ଆୟୋଗ । ଏହି ପରିପ୍ରେକ୍ଷୀରେ ପାକିସ୍ତାନର ନିର୍ବାଚନ ଆୟୋଗ ଏକ ବିଜ୍ଞପ୍ତି ଜାରି କରିଛନ୍ତି । ୫ ଅଗଷ୍ଟ ୨୦୨୩ର ଅଦଲତାଙ୍କ ଏକ ନିଷ୍ପତ୍ତିକୁ ଦୃଷ୍ଟିରେ ରଖି ନିର୍ବାଚନ ଆୟୋଗ ଇମ୍ରାମ ଖାନଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।

ପାକିସ୍ତାନ ନିର୍ବାଚନ ଅଧିନିୟମ, ୨୦୧୭ର ଧାରା ୧୬୭ ଅନୁଯାୟୀ ଇମ୍ରାନ ଖାନ ଦୁର୍ନୀତିଗ୍ରସ୍ତ ଦୋଷୀ ସାବ୍ୟସ୍ତ ହୋଇଥିଲେ ଏବଂ ତାଙ୍କୁ ତିନି ବର୍ଷ ସାଧାରଣ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା । ତାଙ୍କ ଉପରେ ଏକ ଲକ୍ଷ ଟଙ୍କା ଜରିମାନା ମଧ୍ୟ ଲାଗୁ କରାଯାଇଥିଲା ।

ନିର୍ବାଚନ ଆୟୋଗର ବିଜ୍ଞପ୍ତି ଅନୁଯାୟୀ ଇମ୍ରାନ ଖାନଙ୍କୁ ପାକିସ୍ତାନର ସମ୍ବିଧାନର ଧାରା ୬୩ (୧) (ଏଚ) ସହିତ ନିର୍ବାଚନ ଅଧିନିୟମ ୨୦୧୭ର ଧାରା ୨୩୨ ଅନୁଯାୟୀ ଅଯୋଗ୍ୟ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.