ପ୍ରମୂଖ ଖବର
  • ଉପକୂଳ ମୁହାଁ ଦାନା, ପାରାଦୀପ ଠାରୁ ୧୦୦ କି.ମି ଦୂରରେ ରହିଛି
  • ||
  • ଉଦଳା : ବାତ୍ୟା ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ, ଲୋକଙ୍କୁ ସମସ୍ତ ସୁବିଧା ଯୋଗାଇବା ଉପରେ ଦେଲେ ଗୁରୁତ୍ତ୍ୱ
  • ||
  • ବାତ୍ୟା ଆଶ୍ରୟସ୍ଥଳୀ ଅଚାନକ ପରିଦର୍ଶନ କଲେ ବାଲେଶ୍ୱର ସାଂସଦ
  • ||
  • ସାଲେପୁର : ଭଙ୍ଗା ଚାଳଛପର ଘରୁ ୭୦ ବର୍ଷର ବୃଦ୍ଧା ଉଦ୍ଧାର, ସୁରକ୍ଷିତ ସ୍ଥାନକୁ ନେଉଛନ୍ତି ପୋଲିସ ଏବଂ ଯବାନ
  • ||
  • ହିନ୍ଦୋଳ : ପଟାଳୁ ଗ୍ରାମରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଆସୁଛି ବାତ୍ୟା 'ଦାନା', ଚନ୍ଦ୍ରଭାଗାରେ ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ ଓ ଏସପି
  • ||
  • ବଲାଙ୍ଗୀର : ଜଙ୍ଗଲରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ବାଙ୍କୀ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼; ୨ ଗିରଫ, ୪ ଫେରାର
  • ||
  • ବର୍ଡର-ଗାଭାସ୍କର ଟ୍ରଫି: ନିତିଶଙ୍କୁ ମିଳିପାରେ ଦଳରେ ସୁଯୋଗ, ଖୁବ୍‌ଶୀଘ୍ର ଦଳ ଘୋଷଣା
  • ||
  • ସାଲେପୁର : ଆଗ୍ନିକାଣ୍ଡରେ ଜଳିଗଲା ଗହଣା ଦୋକାନ, ୧୫ ଲକ୍ଷ ଟଙ୍କାର ସୁନାରୂପା ଅଳଙ୍କାର ପୋଡ଼ି ପାଉଁଶ
  • ||
  • ବାତ୍ୟା 'ଦାନା'ର ପ୍ରଭାବ, କୋଣାର୍କ ଓ ଚନ୍ଦ୍ରଭାଗା ପର୍ଯ୍ୟଟକ ଶୂନ୍ୟ
  • ||
  • ଚନ୍ଦକା ମେଣ୍ଢାଶାଳ ଅଞ୍ଚଳରେ ହତ୍ୟାକାଣ୍ଡ; ଭିଣୋଇର ଭୁଜାଲି ଚୋଟରେ ଶଳା ମୃତ, ୩ ଗୁରୁତର
  • ||
  • ଆଇସିସି ଟେଷ୍ଟ ବ୍ୟାଟିଂ ମାନ୍ୟତା: ଷଷ୍ଠକୁ ଉଠିଲେ ପନ୍ତ, ଶ୍ରେଷ୍ଠ ୧୦ରେ ୩ ଭାରତୀୟ
  • ||
  • ବାତ୍ୟା 'ଦାନା' ଆତଙ୍କ: ବର୍ଷା, ପବନ ଜୋର ହେଲେ ୨୪, ୨୫ରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
  • ||
  • କେନ୍ଦ୍ରାପଡ଼ା : ବାତ୍ୟା ପାଇଁ ଜିଲ୍ଲା ପ୍ରଶାସନର ପଦକ୍ଷେପ, ୨୫ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
  • ||
  • ବାତ୍ୟା ପାଇଁ ଆଠଗଡ଼ ପରିବା ବଜାରରେ ଲୋକଙ୍କ ଭିଡ଼, କିଣି ନେଉଛନ୍ତି ବ୍ୟାଗ୍ ବ୍ୟାଗ୍ ପରିବା
  • ||
  • ସତର୍କତାମୂଳକ ପଦକ୍ଷେପ ନେଲା ଶ୍ରୀମନ୍ଦିର ପ୍ରଶାସନ, ବାତ୍ୟା ପାଇଁ ଅଧିକାରୀ ଏବଂ କର୍ମଚାରୀଙ୍କୁ ସଜାଗ ରହିବାକୁ ତାଗିଦ୍‌
  • ||

ଗାଜାର ଏକ ସ୍କୁଲରେ ନିର୍ମିତ ଅସ୍ଥାୟୀ ଆଶ୍ରୟସ୍ଥଳୀ ଉପରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ୍, ୪ ଶିଶୁଙ୍କ ସମେତ ୧୬ ମୃତ...

ନୂଆଦିଲ୍ଲୀ: ଇସ୍ରାଏଲ ଗାଜାରେ ଏହାର ଏୟାର ଷ୍ଟ୍ରାଇକ୍ ଜାରି ରଖିଛି । ପାଲେଷ୍ଟାଇନ ପକ୍ଷରୁ କରାଯାଇଥିବା ନୂତନ ଦାବି ଅନୁଯାୟୀ,ଇସ୍ରାଏଲ୍ ଗାଜାର ଏକ ବିଦ୍ୟାଳୟରେ ନିର୍ମିତ ଏକ ଆଶ୍ରୟସ୍ଥଳୀ ଉପରେ ଏୟାର ଷ୍ଟ୍ରାଇକ୍ କରିଛି । ଯେଉଁଥିରେ ଚାରି ଜଣ ଶିଶୁଙ୍କ ସମେତ ୧୬ ଜଣଙ୍କର ମୃତ୍ୟୁ ଘଟିଛି । ତେବେ ଏପର୍ଯ୍ୟନ୍ତ ଇସ୍ରାଏଲ ପକ୍ଷରୁ ଏ ବାବଦରେ କୌଣସି ପ୍ରତିକ୍ରିୟା ଆସିନାହିଁ । 

ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ମୁତାବକ, ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଚାରିଜଣ ଶିଶୁଙ୍କ ସମେତ ୧୬ ଜଣ ପାଲେଷ୍ଟାଇନୀୟଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟମାନେ ଆହତ ହୋଇଛନ୍ତି । ନୁସେରାତ କା ଶୁହାଦା (ଶହୀଦ) ନାମକ ଏକ ସରକାରୀ ବିଦ୍ୟାଳୟରେ ନିର୍ମିତ ଅସ୍ଥାୟୀ ଆଶ୍ରୟସ୍ଥଳ ଉପରେ ଆକ୍ରମଣ ହୋଇଛି। ଏହା ଶହ ଶହ ଆଭ୍ୟନ୍ତରୀଣ ବିସ୍ଥାପିତ ପରିବାରକୁ ଆଶ୍ରୟ ଦେଉଥିଲା।

ଅପରାହ୍ନରେ ଘଟିଥିବା ଏହି ଆକ୍ରମଣରେ ଆହତ ଲୋକଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଛି । ସ୍ଥାନୀୟ ବଜାର ନିକଟତର ଏହି ଅଞ୍ଚଳ ଉପରେ ଆକ୍ରମଣ କରିବା ପାଇଁ ଏକରୁ ଅଧିକ କ୍ଷେପଣାସ୍ତ୍ର ବ୍ୟବହାର କରାଯାଇଥିଲା । ଘାଜା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଅକ୍ଟୋବର ୭, ୨୦୨୩ ପର ଠାରୁ ଇସ୍ରାଏଲର ଗାଜା ଉପରେ ହୋଇଥିବା ଏୟାର ଷ୍ଟ୍ରାଇକରେ ଅତି କମରେ ୪୨ ହଜାର ୮୪୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୦୦୫୪୪ ଜଣ ଆହତ ହୋଇଛନ୍ତି । ମନ୍ତ୍ରଣାଳୟ କହିଛି ଯେ ଗତ ୨୪ ଘଣ୍ଟା ମଧ୍ୟରେ୫୫ ପାଲେଷ୍ଟାଇନୀୟଙ୍କର ମୃତ୍ୟୁ ଘଟିଛି ଏବଂ ୧୩୨ ଜଣ ଆହତ ହୋଇଛନ୍ତି। ଏହି ସମୟରେ, ଗ୍ରୀକ୍ ନ୍ୟାସନାଲ ଏୟାରଲାଇନ୍‌ସ ୨୦୨୫ ଆରମ୍ଭ ପର୍ଯ୍ୟନ୍ତ ଇସ୍ରାଏଲକୁ ଏହାର ସମସ୍ତ ବିମାନ ସେବା ବାତିଲ କରିଦେଇଛି। 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.