ଜହ୍ନ।ପଙ୍କ, ୨୦/୫ : ବୌଦ୍ଧ ବ୍ଲକ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ପଞ୍ଚାୟତ ସମିତିର ବୈଠକ ଅନୁଷ୍ଠିତ ହୋଇ ଯାଇଛି l ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶି ପ୍ରତ୍ୟୁଷ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବୌଦ୍ଧ ବିଧାୟକ ତଥା ସରକାରୀ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ ଯୋଗଦେଇଥିଲେ । ପ୍ରାରମ୍ଭରେ ବିଡିଓ ଯୁଧିଷ୍ଠିର ମେହେର ସମସ୍ତଙ୍କୁ ସ୍ବାଗତ କରିବା ସହ ପୂର୍ବ ବୈଠକର ବିବରଣୀ ପଠନ କରିଥିଲେ । ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାର ପ୍ରକଳ୍ପ ଗୁଡ଼ିକ ଉପରେ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା l
ତା’ପରେ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ଓ ଉନ୍ନୟନ ଉପରେ ଆଲୋଚନା କରାଯାଇଥିଲା l ବୈଠକରେ ବ୍ଲକ୍ ଉପାଧ୍ୟକ୍ଷlଙ୍କ ସମେତ ବ୍ଲକ ଅନ୍ତର୍ଗତ ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ, ସମିତି ସଭ୍ୟ ଓ ସରପଞ୍ଚମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।