ପ୍ରମୂଖ ଖବର
  • କ୍ରାଇମବ୍ରାଞ୍ଚରେ ହାଜର ହେବାକୁ ଆସିଲେନି ଦୀପାଳି, ତଦନ୍ତ ଅଧିକାରୀଙ୍କୁ ଜଣାଇଲେ ବ୍ୟକ୍ତିଗତ କାରଣ
  • ||
  • WPL 2025: ଆଜି ୟୁପି-ଗୁଜରାଟ ଜାଏଣ୍ଟ୍‌ସ ଲଢ଼େଇ, ବିଜୟ ଧାରାକୁ ଫେରିବାକୁ ସବୁ ଶକ୍ତି ଖଟାଇବେ ୱାରିଅର୍ସ
  • ||
  • ବୌଦ୍ଧ : ୩୫ କ୍ୱିଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ସହ ନଗଦ ଟଙ୍କା ଜବତ, ମାଫିଆ ଫେରାର
  • ||
  • ପୁରୀ : ତାରିଣୀ ମନ୍ଦିରରୁ ଲୁଟ୍‌, କଟର୍‌ରେ ହୁଣ୍ଡି କାଟି ଦାନ ଟଙ୍କା ନେଇଗଲେ ଦୁର୍ବୃତ୍ତ
  • ||
  • ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀରେ ନିଯୁକ୍ତି ଲାଗି ବିଜ୍ଞପ୍ତି ପ୍ରକାଶ, ପୂରଣ ହେବ ୧୦୮୩ ପଦବି
  • ||
  • ତିଗିରିଆରେ ବାରହା ଆକ୍ରମଣରେ ୨ ଆହତ, ହସ୍ପିଟାଲରେ ଭର୍ତ୍ତି
  • ||
  • ରାୟଗଡ଼ା : ୨୧ କେଜି ଗଞ୍ଜେଇ ଜବତ, ୨ ଚାଲାଣକାରୀ ଗିରଫ
  • ||
  • ପାରିବାରିକ କଳହର କରୁଣ ପରିଣତି: ସ୍ୱାମୀକୁ ମାରି ପୋତିଦେଲା ସ୍ତ୍ରୀ, ତିନି ଦିନ ପରେ ଆତ୍ମସମର୍ପଣ
  • ||
  • କାମାକ୍ଷାନଗର : ଦୁଇ ଦନ୍ତା ସଙ୍ଘର୍ଷରେ ଗୋଟିଏ ହାତୀର ମୃତ୍ୟୁ, ଚାଷ ଜମିରୁ ଉଦ୍ଧାର ହେଲା ମୃତଦେହ
  • ||
  • ଜନତା ଦରବାରରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ, ପଞ୍ଜିକରଣ କରିଛନ୍ତି ୧ ହଜାର ଅଭିଯୋଗକାରୀ
  • ||
  • ଉମରକୋଟ : ଅନ୍ଧ ବିଶ୍ୱାସର ବଶବର୍ତ୍ତୀ ହୋଇ ଏକ ମାସର ଶିଶୁକୁ ୪୦ରୁ ଉର୍ଦ୍ଧ୍ୱ ଚେଙ୍କ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚନ୍ଦ୍ରପୃଷ୍ଠରେ ‘ବ୍ଲୁ ଘୋଷ୍ଟ’ର ସଫଳ ଅବତରଣ, ମହାକାଶ ଗବେଷଣାରେ ଘରୋଇ କମ୍ପାନିର ବାଜିମାତ୍
  • ||
  • ନବ ଦାସ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚ୍‌ର ନୋଟିସ୍‌: ସୋମବାର ହାଜର ହେବେ ଦୀପାଳି ଓ ବିଶାଲ !
  • ||
  • ରାଜ୍ୟରେ ପାରଦ ଉପରମୁହାଁ: ୩୮ ଡିଗ୍ରୀ ଡେଇଁଲା ବୌଦ୍ଧ, ବଲାଙ୍ଗୀର,୧୦ ସହର ତାପମାତ୍ରା ୩୭ ଡିଗ୍ରୀ ପାର୍
  • ||

ମାର୍ଚ୍ଚ ୫ରେ ନୁହେଁ, ଏପ୍ରିଲ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ

Published By : Prameya | March 3, 2025 8:43 PM

ଭୁବନେଶ୍ୱର,୩।୩ : ଏଣିକି ମାର୍ଚ୍ଚ ୫ ତାରିଖ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ପାଳନ ହେବନି ପଞ୍ଚାୟତିରାଜ ଦିବସ। ଏପ୍ରିଲ ୨୪ ତାରିଖରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ଲୋକସେବା ଦିବସ ମଧ୍ୟ ଏହି ଦିନ ପାଳନ କରାଯିବ।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।

୨୦୨୦ ମସିହାରୁ ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଉଅଛି। ତେବେ ପ୍ରତି ବର୍ଷ ଅପ୍ରେଲ ୨୪ ତାରିଖକୁ ଜାତୀୟ ପଞ୍ଚାୟିତରାଜ ଦିବସ ରୂପେ ପାଳନ କରାଯାଏ। ଏହି ଦିନ ବିଭିନ୍ନ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ପୁରସ୍କାର ପ୍ରଦାନ, ରାଷ୍ଟ୍ରୀୟ ଗୌରବ ଗ୍ରାମସଭା ପୁରସ୍କାର, ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ପୁରସ୍କାର ଆଦି ପ୍ରଦାନ କରାଯାଇଥାଏ।

ପଞ୍ଚାୟତିରାଜ ଦିବସ ପାଳନରେ ଜାତୀୟ ଓ ରାଜ୍ୟ ସ୍ତରରେ ଥିବା ଏହି ଅସଂହତି ଦୂର କରିବା ପାଇଁ ଓଡିଶାରେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାନଯାଇ ଅପ୍ରେଲ ୨୪ ତାରିଖରେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଲୋକସେବା ଦିବସ ମଧ୍ୟ ଅପ୍ରେଲ ୨୪ ତାରିଖରେ ପାଳନ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।

ମାର୍ଚ୍ଚ ୫ ତାରିଖ ହେଉଛି ଓଡିଶାର ମହାନ ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହାକୁ ରାଜ୍ୟ ସରକାର ମହାସମାରୋହରେ ପାଳନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ତେବେ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.