ପ୍ରମୂଖ ଖବର
  • ୧୪ ଜିଲ୍ଲାରେ ୨୩ରୁ ୨୫ ପର୍ଯ୍ୟନ୍ତ କଲେଜ ଛୁଟି ଘୋଷଣା
  • ||
  • ଶ୍ରୀମନ୍ଦିରକୁ ଓମଫେଡ଼ ଘିଅ ଯୋଗାଣ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ,ଆଇନ ମନ୍ତ୍ରୀପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଚାଲିଛି ଆଲୋଚନା
  • ||
  • ବୈତରଣୀ ମୁହାଣରେ ଅଘଟଣ: ବୁଡିଗଲା ମାଛଧରା ବୋଟ୍‌, ୬ ଜଣ ଉଦ୍ଧାର
  • ||
  • ବାତ୍ୟାର ମୁକାବିଲା ପାଇଁ କମିଶନରେଟ ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ,ଟୁଇଟ୍ ସିଟି କମିଶନରେଟ ପୋଲିସ କହିଲେ ବାତ୍ୟା ସମୟରେ ଲୋକଙ୍କୁ ସମ୍ପୂର୍ଣ୍ଣ ସାହାଯ୍ୟ କରାଯିବ
  • ||
  • କେନ୍ଦ୍ରାପଡ଼ା: ସନ୍ଧ୍ୟା ସୁଦ୍ଧା ବାଉଁଶ ଓ ଲାଇଟ୍ ଗେଟ୍ ଖୋଲ, ନିର୍ଦ୍ଦେଶ ଦେଲେ କେନ୍ଦ୍ରାପଡ଼ା ଜିଲ୍ଲାପାଳ
  • ||
  • ବାତ୍ୟା ମୁକାବିଲା ପାଇଁ ଓଡ୍ରାଫ୍‌ ଟିମ୍‌କୁ ସଜାଗ: ମୁକାବିଲା ପାଇଁ ୬୦ ଓଡ୍ରାଫ୍‌ ଟିମ୍‌,ଭୁବନେଶ୍ୱର, କଟକରେ ରିଜର୍ଭ ରହିବ ୧୦ ଟିମ୍‌
  • ||
  • ସମ୍ଭାବ୍ୟ ବାତ୍ୟାକୁ ନେଇ ବାସୁଦେବପୁର ମତ୍ସ୍ୟ ବିଭାଗ ପକ୍ଷରୁ ସଚେତନତା, କୂଳରେ ଡଙ୍ଗା ବାନ୍ଧିଲେଣି ମତ୍ସ୍ୟଜୀବୀ
  • ||
  • ୩ରୁ ଓଜେଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା, ୬୮୦ ଜଣ ପରୀକ୍ଷାର୍ଥୀ ଦେବେ ଏକ୍ସଜାମ୍‌
  • ||
  • ଭିଜିଲାନ୍ସ ଜାଲରେ ଚିଫ୍ ଇଞ୍ଜିନିୟର୍ କୈଳାଶ ଚନ୍ଦ୍ର ସାହୁ , ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍
  • ||
  • ରାଜନଗରରେ ମାଡ଼ ହେବ "ଦାନା'! ଗୁରୁବାର ରାତିରୁ ଶୁକ୍ରବାର ସକାଳ ଭିତରେ ସ୍ଥଳଭାଗ ଛୁଇଁବ
  • ||

ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କୁ ଆକ୍ରମଣ ଘଟଣା, ପନ୍ତିବଡ଼ୁ ସେବକ ନିଲମ୍ଵିତ

ପୁରୀ, ୧୯/୧୦ : ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ। ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରା ନିଲମ୍ବିତ। ମହାପ୍ରଭୁଙ୍କ ସେବା ପୂଜାରୁ ନିଲମ୍ବନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଶ୍ରୀମନ୍ଦିର ପରିସର କିମ୍ବା ରୋଷ ଘରେ ଚନ୍ଦନ ସାମନ୍ତରାଙ୍କ ପ୍ରବେଶ ନିଷିଦ୍ଧ କରାଯାଇଛି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ଶ୍ରୀମନ୍ଦିରରେ କୌଣସି ପ୍ରକାର ବିଶୃଙ୍ଖଳା ବରଦାସ୍ତ କରାଯିବନି।  

ସୂଚନାନୁଯାୟୀ, ଶ୍ରୀମନ୍ଦିର ପଶ୍ଚିମଦ୍ୱାର ପରିକ୍ରମା ମାର୍ଗରେ ଶୁକ୍ରବାର ସନ୍ଧ୍ୟାରେ ବରିଷ୍ଠ ସୁପର୍‌ଭାଇଜର୍‌ ହରଚଣ୍ଡୀ ସାହିର ବକ୍ସି ରାମଚନ୍ଦ୍ର ପ୍ରତିହାରୀ(୫୮)ଙ୍କୁ ଜଣେ ରାବିଡ଼ି ଦୋକାନ କର୍ମଚାରୀ ହାଣିଦେଇଥିଲେ। ପ୍ରତିହାରୀଙ୍କୁ ରକ୍ତାକ୍ତ ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଡ. ଅରବିନ୍ଦ ପାଢ଼ୀ, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଓ  ଏସ୍‌ପି ବିନୀତ ଅଗ୍ରୱାଲ୍‌ ପୁରୀ ଡାକ୍ତରଖାନାରେ ତାଙ୍କୁ ପଚରାଉଚରା କରିଛନ୍ତି। ଅଭିଯୁକ୍ତ ଆନନ୍ଦ ବଜାରରେ ଥିବା ଜଣେ ସେବାୟତଙ୍କ ଏକ ରାବିଡ଼ି ଦୋକାନରେ ବିକ୍ରି କରେ ବୋଲି ସେ କହିଛନ୍ତି । 

ଆନନ୍ଦବଜାରରେ ବେଆଇନ୍‌ ରାବିଡ଼ି ବିକ୍ରିକୁ ନେଇ ବକ୍ସି ପ୍ରତିହାରୀ ଆକ୍ରମଣ କରିଥିବା ଦୁର୍ବୃତ୍ତକୁ ୩ ଦିନ ପୂର୍ବରୁ ଅଫିସ୍‌କୁ ଡାକି ତାଗିଦ୍‌ କରିଥିଲେ । ଯାହାକୁ ରାଗରଖି ସେ ଏଭଳି କାଣ୍ଡ କରିଛି । ଶ୍ରୀ ପ୍ରତିହାରୀଙ୍କ ହାତ ମଣିବନ୍ଧ, କହୁଣି, କାନ୍ଧ ଓ ପିଠିରେ ମାରଣାସ୍ତ୍ରର ଚୋଟ ବାଜିଛି । ହାଡ଼ରେ ଆଘାତ ଲାଗିଥିବା ଜଣାପଡ଼ିବାରୁ ତାଙ୍କୁ କଟକ ସ୍ଥାନାନ୍ତର  କରାଯାଇଥିବା ଏଡିଏମ୍‌ଓ ଡା ମଲ୍ଲିକ କହିଛନ୍ତି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ପାଢ଼ୀ କହିଛନ୍ତି, ଶ୍ରୀମନ୍ଦିର ପରିସରରେ କୌଣସି  ଅସାମାଜିକ କାର୍ଯ୍ୟକୁ ବର୍‌ଦାସ୍ତ କରାଯିବ ନାହିଁ । ଏଭଳି ଘଟଣା ଆଗାମୀ ଦିନରେ  ପୁନରାବୃତ୍ତି ନହେବା ପାଇଁ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.