ପ୍ରମୂଖ ଖବର
  • ଗୁଜୁରାଟରେ କୋଷ୍ଟଗାର୍ଡର ଆଡ୍‌ଭାନ୍ସ ହେଲିକପ୍ଟର ଦୁର୍ଘଟଣାଗସ୍ତ, ୩ ମୃତ
  • ||
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ିବା ଘଟଣାକୁ ନେଇ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ଭୁଶୁଡ଼ିଲା ନିର୍ମାଣଧୀନ ବକ୍ସ ଡ୍ରେନ ସ୍ଲାବ୍, ଜଣେ ଆହତ
  • ||
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇବାକୁ ନେଇ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା, ନିଆଯିବ ଆଇନଗତ କଠୋର କାର୍ଯ୍ୟାନୁଷ୍ଠାନ
  • ||
  • କଟକ ମାତୃଭବନ ନିକଟ ଭୁଶୁଡ଼ିଲା ନିର୍ମାଣାଧୀନ ବକ୍ସଡ୍ରେନ୍ ପାଚେରୀ
  • ||
  • ପାଟଣା : ହାତୀଠାରୁ ବଞ୍ଚିବା ବେଳେ ନିଆଁରେ ପଡ଼ିଗଲେ ମହିଳା, ଚାଲିଗଲା ଜୀବନ
  • ||
  • ବର୍ଡର-ଗାଭାସ୍କର ଟ୍ରଫି ; ଭାରତର WTC ଆଶା ଧୂଳିସାତ୍ , ୩-୧ରେ ସିରିଜ ସିଲ କଲା ଅଷ୍ଟ୍ରେଲିଆ
  • ||
  • ଛତିଶଗଡ଼ରେ ବଡ଼ ଏନକାଉଣ୍ଟର: ଟଳିଲେ ୪ ନକ୍ସଲ, ଜଣେ କନଷ୍ଟେବଳ ସହିଦ
  • ||
  • ଆଫଗାନିସ୍ତାନରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୪.୩ ରେକର୍ଡ
  • ||
  • ଆଜି ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ଜନଜାତି ଶିକ୍ଷାର୍ଥୀଙ୍କ ଖାତାକୁ ଯିବ ୫ ହଜାର ଟଙ୍କା
  • ||
  • ପିକିନିକ ସାରି ଫେରୁଥିଲେ ; ଅଟୋକୁ ଧକ୍କା ଦେଲା ଟ୍ରକ୍ , ଚାଲିଗଲା ୪ ଜୀବନ
  • ||
  • ଆଜିଠୁ ପ୍ରଦର୍ଶନୀ ପଡ଼ିଆରେ ଆଦିବାସୀ ମେଳା: ଖୋଲିବ ୧୪୭ ଷ୍ଟଲ୍‌
  • ||
  • ବରଗଡ଼ ଧନୁଯାତ୍ରା ଦ୍ୱିତୀୟ ଦିବସ: କାରାଗାରରେ ଦେବକୀଙ୍କ ଅଷ୍ଟମ ଗର୍ଭରୁ ଜନ୍ମ ନେଲେ ଶ୍ରୀକୃଷ୍ଣ
  • ||
  • ବଲାଙ୍ଗୀର : ବାଇକ୍‌କୁ ପିଟିଲା ଟ୍ରକ୍‌: ଜଣେ ମୃତ, ଦୁଇ ଗୁରୁତର
  • ||
  • ଶ୍ରୀମନ୍ଦିର ଉପରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ
  • ||
  • ଦୁଲୁକିଲା ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର, ଶୀତୁଆ ସକାଳରେ ପଥୋତ୍ସବର ମଜା ନେଲେ ରାଜଧାନୀବାସୀ
  • ||

ବାପ, ମା’ଙ୍କ ଅନୁମତି ବିନା ସୋସିଆଲ ମିଡିଆରେ ଆକାଉଣ୍ଟ ଖୋଲିପାରିବେନି ପିଲା; ଆଇନ୍‌ ଆଣିବେ ସରକାର !

Published By : Tapas Panda | January 3, 2025 11:14 PM

Image Courtesy: abplive

ନୂଆଦିଲ୍ଲୀ: ସୋସିଆଲ ମିଡିଆର ବ୍ୟବହାର ବୃଦ୍ଧି ପାଇଛି । ବୟସ୍କଙ୍କ ପାଖରୁ ଛୋଟପିଲା ଏଥିରେ ବେଶ ଆକ୍ଟିଭ । କିନ୍ତୁ ସୋସିଆଲ ମିଡିଆର କୁପ୍ରଭାବ ମଧ୍ୟ ରହିଛି । ବିଶେଷ କରି ଛୋଟ ପିଲାଙ୍କ ଲାଗି ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣାର ଆବଶ୍ୟକତା ରହିଥିବା ଚର୍ଚ୍ଚା ବି ହେଉଛି । ଏହାକୁ ନଜରରେ ରଖି କେନ୍ଦ୍ର ସରକାର ଛୋଟ ପିଲାଙ୍କ ସୋସିଆଲ ମିଡିଆ ବ୍ୟବହାରକୁ ନେଇ ନୂଆ ଆଇନ୍‌ ଆଣିବାକୁ ଯୋଜନା କରୁଛନ୍ତି । 

ଭାରତରେ ଛୋଟ ପିଲାଙ୍କ ପାଇଁ ସୋସିଆଲ୍ ମିଡିଆ ବ୍ୟବହାର କରିବା ଉପରେ ଲାଗିବ କଟକଣା । ୧୮ ବର୍ଷରୁ କମ ବୟସର ପିଲା ସୋସିଆଲ ମିଡିଆ ଆକାଉଣ୍ଟ ଖୋଲିବାକୁ ବାପା-ମାଙ୍କ ଠାରୁ ଅନୁମତି ନେବାକୁ ପଡ଼ିବ । ଏନେଇ ଶୁକ୍ରବାର କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ବ୍ୟକ୍ତିଗତ ଡିଜିଟାଲ ଡାଟା ସୁରକ୍ଷା ଆଇନ (DPDP) ନିୟମ ପାଇଁ ଏକ ଡ୍ରାଫ୍ଟ ନିୟମ ଜାରି କରିଛି। ଫେବୃଆରୀ ୧୮ ପର୍ଯ୍ୟନ୍ତ ଏହି ସମ୍ପର୍କରେ ସମସ୍ତ ହିତାଧିକାରୀଙ୍କୁ ନିଜର ଅଭିଯୋଗ ଓ ପରାମର୍ଶ ଦେବାକୁ ଆହ୍ୱାନ କରାଯାଇଛି। 

ଲୋକଙ୍କ ମତ ଅନୁସାରେ ଏଥିରେ ପରିବର୍ତ୍ତନ କରାଯିବ। ନଚେତ୍ ସରକାର ଡ୍ରାପ୍ଟ ହୋଇଥିବା ନିୟମକୁ ଦେଶରେ ଲାଗୁ କରିବେ। କେନ୍ଦ୍ର ସରକାରଙ୍କର ଏହି ଯୋଜନା ବାବଦରେ ଲୋକେ MyGov.in ୱେବ୍‌ସାଇଟ୍‌ରେ ଯାଇ ଫେବ୍ରୁଆରୀ ୧୮ ମଧ୍ୟରେ ନିଜର ମତ ରଖିପାରିବେ। ଏହାପରେ ସରକାର ଲୋକଙ୍କ ମତକୁ ବିଚାରକୁ ନେବେ ବୋଲି କେନ୍ଦ୍ର ସରକାର କହିଛନ୍ତି । ଆଇନ ଉଲ୍ଲଂଘନ ହେଲେ ଦଣ୍ଡବିଧାନ ନେଇ ମଧ୍ୟ ପ୍ରାବଧାନ ରହିଛି । ତେବେ କେନ୍ଦ୍ର ସରକାର ଜାରି କରିଥିବା ଡ୍ରାଫ୍ଟରେ ଦର୍ଶାଯାଇଛି ଯେ, ବ୍ୟକ୍ତିଗତ ଡିଜିଟାଲ ଡାଟା ସୁରକ୍ଷା ଆଇନ -୨୦୨୩ ର ଧାରା ୪୦ ର ଉପ-ବିଭାଗ (୧) ଏବଂ (୨) ଅଧୀନରେ ଥିବା କ୍ଷମତାର ପ୍ରୟୋଗରେ କେନ୍ଦ୍ର ସରକାର ପ୍ରସ୍ତାବିତ ନିୟମର ଡ୍ରାଫ୍ଟ ପ୍ରକାଶ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.