ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ଶ୍ରୀମନ୍ଦିରରେ ପାର୍ଶ୍ଵ ପରିବର୍ତ୍ତନ ଏକାଦଶୀ, ଯୋଗନିଦ୍ରାରେ ରହି ପାର୍ଶ୍ଵ ପରିବର୍ତ୍ତନ କରିବେ ଭଗବାନ ବିଷ୍ଣୁ

ପୁରୀ, ୧୪/୯ : ଭାଦ୍ରବ ମାସର ଶୁକ୍ଳ ପକ୍ଷ ଏକାଦଶୀକୁ ପାର୍ଶ୍ଵ ପରିବର୍ତ୍ତିନ ଏକାଦଶୀ ବା ପଦ୍ମା ଏକାଦଶୀ ରୂପେ ପାଳନ କରାଯାଏ। ବର୍ଷକୁ ପଡୁଥିବା ଚାରି ଗୋଟି ବଡ଼ ଏକାଦଶୀ ମଧ୍ୟରୁ ଏହି ଏକାଦଶୀ ଅନ୍ୟତମ। ଧାର୍ମିକ ମାନ୍ୟତା ଅନୁଯାୟୀ ଏହି ଦିନ ଭଗବାନ ବିଷ୍ଣୁ ଯୋଗନିଦ୍ରାରେ ରହି ନିଜର ପାର୍ଶ୍ଵ ପରିବର୍ତ୍ତନ କରିଥାନ୍ତି। ଏହା ଫଳରେ ଭଗବାନ ବିଷ୍ଣୁଙ୍କର ସ୍ଥାନ ପରିବର୍ତ୍ତନ ହୋଇଥାଏ। ତେଣୁ ଏହାର ଏହିପରି ନାମକରଣ ହୋଇଥିବାର କୁହଯାଏ। ଧାର୍ମିକ ମାନ୍ୟତା ଅନୁସାରେ ଏହି ଦିନ ବ୍ରତ, ଉପବାସ ପୂଜା ଆଦି କରିବା ଦ୍ୱାରା ସମସ୍ତ ପାପରୁ ମୁକ୍ତି ମିଳେ ଏବଂ ଗୃହରେ କୌଣସି ପ୍ରକାର ଅଶାନ୍ତି ରହେ ନାହିଁ।

           ଶ୍ରୀଜଗନ୍ନାଥ ମନ୍ଦିରରେ ପାଳିତ ହେଉଥିବା ଦ୍ୱାଦଶ ଯାତ୍ରା ମଧ୍ୟରୁ ପାର୍ଶ୍ଵ ପରିବର୍ତ୍ତନ ଯାତ୍ରା ଅନ୍ୟତମ। ଭାଦ୍ରବ ଶୁକ୍ଳ ଏକାଦଶୀରେ ଏହି ଯାତ୍ରା ଅନୁଷ୍ଠିତ ହୋଇଥାଏ। ମହାପ୍ରଭୁଙ୍କ ୪ ମାସ ଶୟନ କାଳରେ ୨ ମାସରେ ପାର୍ଶ୍ୱ ପରିବର୍ତ୍ତନ କରିଥାନ୍ତି। ଭାଦ୍ରବ ଶୁକ୍ଳ ଏକାଦଶୀ ଦିନ ଭୋଗମଣ୍ଡପ ନୀତି ଶେଷ ହେବା ପରେ ତିନି ଠାକୁରଙ୍କ ମହାସ୍ନାନ ହୋଇ ନୂଆ ଲୁଗା ଲାଗି କରାଯାଏ। ତତ୍ପରେ ପୂଜାପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ସେବକ ଘଟୁଆରୀ ଘରୁ ଆସିଥିବା ଚନ୍ଦନ ଶ୍ରୀଅଙ୍ଗରେ ଲାଗି କରିଥାନ୍ତି। ଏହାପରେ ଶ୍ରୀମଦନମୋହନଙ୍କୁ ମହାଜନ ସେବକ ରତ୍ନସିଂହାସନ ବିଜେ କରାଇଥାନ୍ତି। ସେଠାରେ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ମୁକ୍ତିମଣ୍ଡପ ନିକଟରେ ଥିବା ପାଲିଙ୍କିକୁ ବିଜେ କରିଥାନ୍ତି। ଏହାପରେ ବିମାନ ବଡୁ ସେବକ ଉକ୍ତ ପାଲିଙ୍କିଟିକୁ ସ୍କନ୍ଧରେ ବହନ କରି ବଡ଼ଦେଉଳର ୧ଥର ପରିକ୍ରମା କରି ପୁଣି ମୁକ୍ତିମଣ୍ଡପ ନିକଟରେ ରଖିଥାନ୍ତି। ଏହାପରେ ଶ୍ରୀମଦନମୋହନ ଜୟ ବିଜୟ ଦ୍ୱାର ନିକଟରେ ବିଜେ କରିଥାନ୍ତି ଓ ସେଠାରେ ଏକାଦଶୀ ଭୋଗ ଏବଂ ବନ୍ଦାପନା ହୋଇଥାଏ। ତତ୍ପରେ ଶ୍ରୀମଦନମୋହନ ଦକ୍ଷିଣୀ ଘରକୁ ବିଜେ କରିଥାନ୍ତି। 

     ସନ୍ଧ୍ୟା ଧୂପ ଶେଷ ହେବା ପରେ ଅନନ୍ତ ପୁରୁଷୋତ୍ତମ ମନ୍ଦିର ଭିତରେ ଦେଉଳ ପୁରୋହିତ ପବିତ୍ର ଅଧିବାସ ନିମନ୍ତେ ଆଚାର୍ଯ୍ୟ ବ୍ରହ୍ମା ବରଣ ହୋଇ ହୋମ କରିଥାନ୍ତି। ପ୍ରଥମ ବଡ଼ସିଂହାର ବେଶ ଓ ଭୋଗ ଶେଷ ହେବାପରେ ଖଟ ଶେଜ ଘର ଧୋପଖାଳ ହୋଇ ଦେଉଳ ପୁରୋହିତ ଏହି ଘରେ ପଞ୍ଚ ମୁରୁଜରେ ୩ଟି ମଣ୍ଡଳ କାଟିଥାନ୍ତି ଓ ଏହାଉପରେ ପୂର୍ଣ୍ଣ କୁମ୍ଭ ପ୍ରତିଷ୍ଠା କରିଥାନ୍ତି। ଏହାପରେ ଭଣ୍ଡାର ମେକାପ ଏହି ମଣ୍ଡଳ ଉପରେ ୯ମୂର୍ତ୍ତି ପବିତ୍ରା ,କୁର୍ବନ୍ତିମାଳ ୩ମୂର୍ତ୍ତିକୁ ପତନୀ ଘୋଡେଇ ରଖିଥାନ୍ତି। ତତ୍ପରେ ଦେଉଳ ପୁରୋହିତ ବରୁଣ ପୂଜା କରି ଉକ୍ତ ପବିତ୍ରାଟିକୁ ୩ ବାଡ଼ରେ ମନ୍ତ୍ର ଉଚ୍ଚାରଣ କରି ଅଧିବାସ କରାଇବା ପରେ ଖଟ ଶେଜ ଘର ମୁଦ ଦିଆଯାଇଥାଏ। ଭିତର ମଇଲମ ସରି ମହାସ୍ନାନ ସରିବା ପରେ ପାଳିଆ ପୁଷ୍ପାଳକ ନୂଆ ଲୁଗା ଲାଗି କରାଇଥାନ୍ତି। ପୂଜାପଣ୍ଡା, ପତିମହାପାତ୍ର, ମୁଦିରସ୍ତ ଘଣ୍ଟ, ଛତ୍ର, କାହାଳୀରେ ୩ଟି ରୂପା ପିଙ୍ଗଣରେ ଚନ୍ଦନ ବିଜେ କରାଇ ତାହା ଶ୍ରୀଅଙ୍ଗରେ ସର୍ବାଙ୍ଗ ଲାଗି କରାଇଥାନ୍ତି। ଏହାପରେ ବଲ୍ଲଭ ବଡ଼ସିଂହାର ବେଶ ହୋଇ ୬ମୂର୍ତ୍ତି ଅଳଙ୍କାର ଲାଗି ହେବା ପରେ ଘଣ୍ଟ, ଛତ୍ର, କାହାଳୀ ସହ ତଳୁଚ୍ଛ ମହାପାତ୍ର ଓ ପ୍ରଧାନୀ ସେବକ ପଟୁଆରରେ ବଲ୍ଲଭ ବଡ଼ସିଂହାର ଭୋଗ ଛାମୁକୁ ଆଣିଥାନ୍ତି। ଆଜି ଶ୍ରୀମନ୍ଦିରରେ ୨ଥର ବଡ଼ସିଂହାର ବେଶ ଓ ଭୋଗ ହୋଇଥାଏ।

     ଷୋଡ଼ଶ ଉପଚାର ପୂଜା ଶେଷ ହୋଇ କର୍ପୁର ଆଳତି ହେବା ପରେ ପର୍ଶ୍ଵ ପରିବର୍ତ୍ତନ ନୀତି ଅନୁଷ୍ଠିତ ହୋଇଥାଏ। ମୁଦିରସ୍ତ, ବେହେରା ଖୁଣ୍ଟିଆ, ଗରାବଡୁ, ପାଳିଆ ମେକାପ, ଅଖଣ୍ଡ ମେକାପ ଓ ତଢ଼ାଉ କରଣ ସେବକ ଖଟ ଶେଜ ଉପରକୁ ନିଶୁଣି ମାଧ୍ୟମରେ ଯାଇ ମୁଦ ଭାଙ୍ଗିବା ପରେ ଶୟନ ଠାକୁରଙ୍କୁ ପେଡାକୁ ମୁଦିରସ୍ତ ଖୋଲି ଗରାବଡୁ ଠାରୁ ହାତୁଆଣି ନେଇ ରୂପା ପିଙ୍ଗଣରେ ବେହେରା ଖୁଣ୍ଟିଆ ଦେଇଥିବା ଶୁକ୍ଳ ପୁଷ୍ପ ୩ ଥର ପୁଷ୍ପାଞ୍ଜଳି ଦେବାପରେ ଶୟନ ଦେବତାଙ୍କ କଡ଼ ଲେଉଟା ନୀତି କରାଯାଇଥାଏ। ଏହି ସମୟରେ ମୁଦିରସ୍ତ ବନ୍ଦାପନା କରିଥାନ୍ତି। ଏହାପରେ ପେଡା ବନ୍ଦ କରି ଦୁଆରମାନ ମୁଦ ଦେଇ ତଳକୁ ଓହ୍ଲାଇ ଆସିଥାନ୍ତି। ରତ୍ନସିଂହାସନସ୍ଥ ଶ୍ରୀଜୀଉମାନଙ୍କୁ ଲାଗି ହୋଇଥିବା ୬ ମୂର୍ତ୍ତି ସ୍ବର୍ଣ୍ଣ ଅଳଙ୍କାର ମଇଲମ କରାଯାଇ ବିଡ଼ିଆ, ଘଷା, ପାଇଡ଼ ମଣୋହି କରାଯାଇ ଖଟସେଜ ବିଜେ ପୂର୍ବକ ପହୁଡ଼ ହୋଇଥାଏ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.