ପ୍ରମୂଖ ଖବର
  • ମୟୂରଭଞ୍ଜ : ବୁରୁସାହି ଠାରେ ଅଫିମ ଚାଷ ଘଟଣା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ସୁନ୍ଦରଗଡ଼ : ମା' ପୁଅଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ୍‌, ସୁନା : ଅଳଙ୍କାର ସହ ଟଙ୍କା ନେଇଗଲେ ଲୁଟେରା
  • ||
  • ଉଦଳା : ମର୍ଣ୍ଣିଙ୍ଗ୍‌ ୱାକ୍‌ କରିବି ବେଳେ ଧକ୍କା ଦେଲା ପିକଅପ୍‌ ଗାଡ଼ି, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
  • ||
  • ଜଳଲାପୁଟ ଜଳଭଣ୍ଡାରରେ ଡ଼ଙ୍ଗା ବୁଡି ଘଟଣା: ୮୪ ଘଣ୍ଟା ପରେ ଆଉ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଜଳ ସମ୍ପଦ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ରାଉରକେଲା : ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ରୋଡ୍‌ ଉପରକୁ ମାଡ଼ିଗଲା ୩ ବଗି
  • ||

ମାର୍ଲବା ଘାଟିର ପାହାଡ଼କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୪ ଗୁରୁତର

Published By : Prameya | February 4, 2025 11:25 PM

ମୋହନା,୪/୨ : ଗଜପତି ଜିଲ୍ଲା ମାର୍ଲବl ଘାଟିର ପାହାଡ଼କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ l ଏହି ଦୁର୍ଘଟଣାରେ ୨୦ ଜଣ ଯାତ୍ରୀ ଆହତ ହୋଇଥିବାବେଳେ ୪ଜଣଙ୍କ ଅଵସ୍ଥା ଗୁରୁତର ହୋଇପଡ଼ିଛି l ଯାତ୍ରୀବାହୀ ବସଟି ବ୍ରହ୍ମପୁରରୁ ପାରଳାଖେମୁଣ୍ଡି ଯାଉଥିଲା l ରାତି ପ୍ରାୟ ୮ ଟାରେ ମାର୍ଲବl ଘାଟିର ଗୁଡା ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ପାହାଡକୁ ଧକା ଦେଇଥିଲା l 

ବସର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି l ଏହି ଦୁର୍ଘଟଣାରେ ଡ୍ରାଇଭରଙ୍କ ସମେତ ୨୦ଜଣ ଆହତ ହୋଇଛନ୍ତି l   ଖବରପାଇ ଖଜୁରୀପଦl ଫାଣ୍ଡି ପୋଲିସ ଓ ଅଗ୍ନିଶମ କର୍ମଚାରୀ ଓ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଖଜୁରୀପଦା ମେଡ଼ିକାଲରେ ଭର୍ତ୍ତି କରିଥିଲେ l ସେଠାରେ ପ୍ରାଥମିକ ଚିକିତ୍ସା ପରେ ୪ ଜଣ ଗୁରୁତରଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.