ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ପୋଲ ତଳକୁ ଓଲଟିଲା ଯାତ୍ରୀବାହୀ ବସ୍, ୩୭ ଗୁରୁତର

ବୌଦ୍ଧ, ୨୦/୦୭ : ବୌଦ୍ଧ ଜିଲ୍ଲା ଆଦର୍ଶ ଥାନା ଅନ୍ତର୍ଗତ ବାମଣ୍ଡା ସୁନାଖାଇ ପୋଲ ତଳକୁ ଖସି ଓଲଟିଲା ଯାତ୍ରୀବାହୀ ବସ୍ । ବସ୍‌ଟି ଭୁବନେଶ୍ୱରରୁ ମାଲକାନଗିରି ଅଭିମୁଖେ ଯାଉଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଫଳରେ ୩୭ ଜଣ ଯାତ୍ରୀ ଆହତ ହୋଇଛନ୍ତି।

ସୂଚନାନୁଯାୟୀ, ୬୦ରୁ ଉର୍ଦ୍ଧ୍ଵ ଯାତ୍ରୀଙ୍କୁ ନେଇ ମହାଦେବ ନାମକ ଏକ ଯାତ୍ରୀବାହୀ ବସ୍ ଭୁବନେଶ୍ୱରରୁ ମାଲକାନଗିରି ଅଭିମୁଖେ ଯାଉଥିଲା। ଏତିକି ବେଳେ ବସ୍‌ଟି ବାମଣ୍ଡା ସୁନଖାଇ ପୋଲ ତଳକୁ ଖସି ପଡିଛି। ଫଳରେ ବସ୍‌ରେ ଥିବା ୬୦ରୁ ଉର୍ଦ୍ଧ୍ଵ ଯାତ୍ରୀଙ୍କ ମଧ୍ୟରୁ ୩୭ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତ ଯାତ୍ରୀଙ୍କୁ ବୌଦ୍ଧ ମେଡିକାଲରେ ଭର୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୨୨ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ସେମାନଙ୍କୁ ପ୍ରାଥମିକ ଚିକିତ୍ସା କରି ନିଜ ଗନ୍ତବ୍ୟ ପଥକୁ ପଠାଇ ଦିଆଯାଇଛି। 

୧୫ ଜଣ ଯାତ୍ରୀ ଏବେବି ବୌଦ୍ଧ ମେଡିକାଲରେ ଭର୍ତି ହୋଇରହିଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଡ୍ରାଇଭର ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଳାଉଥିବା ଯୋଗୁଁ ଦୁର୍ଘଟଣା ଘଟିଥିବା ଯାତ୍ରୀ ଅଭିଯୋଗ କରିଛନ୍ତି । ସେପଟେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ବସ୍‌ଟିକୁ ଜବତ କରିବା ସହିତ ଅଧିକ ତଦନ୍ତ ଜାରି ରଖିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.