ପ୍ରମୂଖ ଖବର
  • ମେ ୨୭ରେ କେରଳ ଛୁଇଁବ ମୌସୁମୀ ବାୟୁ ! ମଡେଲଜନିତ ତ୍ରୁଟି ପାଇଁ ୪ ଦିନ ଆଗପଛ ହୋଇପାରେ
  • ||
  • ମୟୂରଭଞ୍ଜ : ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌, ୧୭ରୁ ଉର୍ଦ୍ଧ୍ୱ ଆହତ
  • ||
  • କଟକ : ମହାନଦୀ କୂଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଭଦ୍ରକ : ତୋଟା ସାହିରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା ଘର
  • ||
  • ବୈଦେଶିକ ମନ୍ତ୍ରାଳୟ ଓ ସେନା ପକ୍ଷରୁ ମିଳିତ ପ୍ରେସ୍‌ମିଟ୍‌, ସୀମାନ୍ତ ରାଜ୍ୟକୁ ଡ୍ରୋନରେ ଟାଗେର୍ଟ କରୁଛି ପାକ୍
  • ||
  • ସେଲ୍‌ଫି ପ୍ରତିଯୋଗିତାର ବିଜେତାଙ୍କୁ ସୁଭଦ୍ରା ମଞ୍ଚରେ ପୁରସ୍କୃତ କରାଯିବ
  • ||
  • ରାଜ୍ୟରେ ସମସ୍ତ ଜିଲ୍ଲାପାଳ ଓ IPSଙ୍କ ଛୁଟି ବାତିଲ, ହେଡକ୍ଵାଟର୍ ନଛାଡ଼ିବାକୁ ନିର୍ଦ୍ଦେଶ
  • ||
  • ରାଜଧାନୀରେ ବାର୍‌ ଉପରକୁ ଗୁଳି ଏବଂ ବୋମାମାଡ଼, ଜଣେ ଗୁରୁତର
  • ||
  • ଏମ୍‌ସ ଭୁବନେଶ୍ୱର କର୍ମଚାରୀଙ୍କ ଛୁଟି ବାତିଲ, ଛୁଟିରେ ଥିଲେ ତୁରନ୍ତ ଯୋଗଦେବାକୁ ନିର୍ଦ୍ଦେଶ
  • ||
  • ରାଜୌରୀ ଅତିରିକ୍ତ ଜିଲ୍ଲା ଉନ୍ନୟନ କମିଶନରଙ୍କ ଘର ଉପରକୁ ପାକିସ୍ତାନର ଆକ୍ରମଣ, ଅଧିକାରୀଙ୍କ ସମେତ ୨ ମୃତ
  • ||
  • ରଣପୁର ଆକାଶରେ ଉଡିଲା ଡ୍ରୋନ୍: ଲୋକେ ଛାନିଆ, ପୁଲିସକୁ ଦେଲେ ସୂଚନା
  • ||
  • ଫୁଲବାଣୀ : ବାଇକ୍‌ ଆରୋହୀଙ୍କୁ ଚାପିଦେଲା ବସ୍‌: ୨ ମୃତ, ଜଣେ ଗୁରୁତର
  • ||
  • ଯୁଦ୍ଧ ପରିସ୍ଥିତି ଭିତରେ ପାକିସ୍ତାନରେ ଭୂକମ୍ପ, ରେକ୍ଟର ୪.୦ ତୀବ୍ରତା ରେକର୍ଡ
  • ||
  • ରାଜ୍ୟରେ୧୪ ଯାଏ କଲବଲ କରିବ ଗ୍ରୀଷ୍ମଲହରି, ନାକେଦମ୍‌ କରିବ ଗୁଳୁଗୁଳି
  • ||

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌, ୧୭ରୁ ଉର୍ଦ୍ଧ୍ୱ ଆହତ

Published By : Harapriya Sethi | May 10, 2025 12:36 PM

ଭୁବନେଶ୍ୱର, ୧୦/୦୫: ଭାରସାମ୍ୟ ହରାଇ ଓଲଟିଲା ଆପୁ ନାମକ ଯାତ୍ରୀବାହୀ ବସ୍‌ । ରାସ୍ତା ତଳକୁ ଓଲଟି ପଡିବାରୁ ୧୭ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ନେଇ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଜିଆଳଦା ଚେଞ୍ଚଡା ଗଳାପୋଲ ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ଆପୁ ନାମକ ଏକ ବସ୍‌ ବହଳଦା ଥାନା ଜାରିଟାଣ୍ଡିରୁ କରଞ୍ଜିଆ ଯାଉଥିଲା । ରାସ୍ତାରେ ଯିବା ବେଳେ ଗଳାପୋଲ ନିକଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡ଼ିଥିଲା । ଏହି ଦୁର୍ଘଟଣାରେ ୧୭ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଥିଲେ । ସମସ୍ତ ଆହତଙ୍କୁ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତର ୨ଜଣଙ୍କୁ ବାରିପଦା ପିଆରଏମ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଏହି ଘଟଣା ସମ୍ପର୍କରେ ଖବର ପାଇବା ପରେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ଓ ବହଳଦା ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛନ୍ତି । ତେବେ ବସ୍‌ର ବ୍ରେକ୍‌ ଫେଲ ହେବାରୁ ଭରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିବା ନେଇ ଚାଳକ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.