ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

ଭୋଟର ତାଲିକା ସଂଶୋଧନ ଅବସରରେ ପଥ ଉତ୍ସବ

Published By : Prameya | October 29, 2024 5:13 PM

ପୁରୀ ୨୯/୧୦ : ମୁକ୍ତାକାଶ ରଙ୍ଗମଞ୍ଚ ଠାରେ ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଅବସରରେ ପଥ ଉତ୍ସବ ଅନୁଷ୍ଠିତ ହୋଇଥିଲା।ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ କୈଳାସ ଚନ୍ଦ୍ର ନାୟକ  ଯୋଗ ଦେଇଥିଲେ। ଭୋଟର ପରିଚୟ ପତ୍ର ମତଦାନ ସହ ଅନ୍ୟାନ୍ୟ ବହୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ରେ ବ୍ୟବହୃତ ହୋଇଥାଏ। ତେଣୁ ପ୍ରତ୍ୟେକ ସଚେତନ ହୋଇ ନିଜର ସଠିକ ଭୋଟର ପରିଚୟ ପ୍ରସ୍ତୁତ ରେ ସହଯୋଗ କରିବାକୁ ଅତିରିକ୍ତ ଜିଲ୍ଲାପାଳ କୈଳାସ ଚନ୍ଦ୍ର ନାୟକ ଅନୁରୋଧ କରିଛନ୍ତି। 

ଚଳିତ ବର୍ଷ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ଅକ୍ଟୋବର ୨୯ ତାରିଖ ଠାରୁ ନଭେମ୍ବର ୨୮ ତାରିଖ ପର୍ଯ୍ୟନ୍ତ ଜାରି ରହିଛି। ୧ ଜାନୁଆରୀ ୨୦୨୫ କୁ ଯେଉଁ ମାନଙ୍କୁ ୧୮ ବର୍ଷ ବା ତଦୁର୍ଦ୍ଧ ବର୍ଷ ହେଉଛି ସେମାନେ ଭୋଟର ହେଲ୍ପ ଲାଇନ ଆପ ମାଧ୍ୟମରେ କିମ୍ବା ବି ଏଲ ଓ ଙ୍କ ମାଧ୍ୟମରେ ଭୋଟର ତାଲିକାରେ ସାମିଲ ପାଇଁ ଫର୍ମ ନମ୍ବର ୬ ରେ ଆବେଦନ କରିପାରିବେ।ସେହିପରି ମୃତ୍ୟୁ ଇତ୍ୟାଦି କ୍ଷେତ୍ରରେ ୭ ନମ୍ବର ଫର୍ମ ରେ ବାଦ,୮ ନମ୍ବର ଫର୍ମରେ ନାମ, ତଥ୍ୟ,  ଫଟୋ ଠିକଣା ଇତ୍ୟାଦି ସଂଶୋଧନ ପାଇଁ ଆବେଦନ କରିପାରିବେ।ପ୍ରତିଟି ଭୋଟ ମୂଲ୍ୟବାନ। ତେଣୁ ନିର୍ବାଚନ ସମୟରେ ପ୍ରତ୍ୟେକ ଭୋଟର ମତଦାନ କରିବାକୁ ସେ ଅନୁରୋଧ କରିଥିଲେ।

ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଅତିରିକ୍ତ ଉପ ଜିଲ୍ଲାପାଳ ନୀଳମାଧବ ମାଝୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ପ୍ରମୁଖ ଯୋଗ ଦେଇ ମତଦାତାଙ୍କ ମତଦାନ ଗଣତନ୍ତ୍ର କୁ ସୁଦୃଢ କରିଥାଏ। ତେଣୁ ପ୍ରତ୍ୟେକ ସାବାଳକ ଭୋଟର ତାଲିକାରେ ନିଜ ନାମ କୁ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ମତ ଦେଇଥିଲେ।ନିର୍ବାଚନ ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା ସମସ୍ତଙ୍କୁ ସ୍ବାଗତ କରିବା ସହ ସହ ଭୋଟର ତାଲିକା ସଂଶୋଧନ ର ଲକ୍ଷ୍ୟ ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରାଇଥିଲେ। ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ସମସ୍ତଙ୍କୁ ଧନ୍ୟବାଦ  ଅର୍ପଣ କରିଥିଲେ।ପ୍ରାରମ୍ଭରେ ଏକ ସଚେତନତା ଶୋଭାଯାତ୍ରା ମେଡ଼ିକାଲ ଛକ ଠାରୁ ବାହାରି ମୁକ୍ତାକାଶ ରଙ୍ଗମଞ୍ଚ ପର୍ଯ୍ୟନ୍ତ ପହଞ୍ଚିଥିଲା।ଏହି ଅବସରରେ ଝୋଟି ମୁରୁଜ ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଇଥିଲା। 

ସୂଚନାଯୋଗ୍ୟ ଯେ ଏହି ସଂଶୋଧନ କାର୍ଯ୍ୟକ୍ରମ ଚଳିତ ମାସ ୨୯ ତାରିଖରୁ ନଭେମ୍ବର ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।ନଭେମ୍ବର ମାସ ୨,୧୦,୧୬ ଓ ୨୪ ତାରିଖ କୁ ସ୍ୱତନ୍ତ୍ର ପ୍ରଚାର ଦିବସ ଭାବେ ଧାର୍ଯ୍ୟ କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.