ପ୍ରମୂଖ ଖବର
  • ଗଞ୍ଜାମ: ରାସ୍ତାରୁ ୧୦ ଫୁଟ ତଳକୁ ଖସିଲା ବାଇକ୍‌, ଯୁବକ ମୃତ
  • ||
  • ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଲେ
  • ||
  • ରାଜଧାନୀରୁ ୪ କୋଟିର ମାରିଜୁଆନା ଜବତ, ପ୍ରେମୀ ଯୁଗଳ ଅଟକ
  • ||
  • ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ, ମହିଳା ପର୍ଯ୍ୟଟକଙ୍କୁ ମିଳିବ ସୁବିଧା
  • ||
  • ଶିକ୍ଷା ବିଭାଗର ନିର୍ଦ୍ଦେଶନାମାକୁ ଫୁ... ସ୍ଵାଧିନତା ଦିବସରେ ଦେଲେନି ମଧ୍ୟାହ୍ନ ଭୋଜନ, ୫୬ଟି ସ୍କୁଲ୍‌କୁ ନୋଟିସ୍
  • ||
  • ଟାରିଫ୍ ୱାର ଭିତରେ ଭାରତରେ ତାର ରାଷ୍ଟ୍ରଦୂତ ବଦଳାଇବ ଆମେରିକା, ସର୍ଜିଆ ଗୋରଙ୍କ ନାମ ଘୋଷଣା କଲେ ଟ୍ରମ୍ପ
  • ||
  • ପଞ୍ଜାବରେ ଏଲପିଜି ଟ୍ୟାଙ୍କରରେ ଭୟଙ୍କର ବ୍ଲାଷ୍ଟ : ଜଳିଗଲା ୧୫ଟି ଦୋକାନ, ୨ ଜୀବନ୍ତ ଦଗ୍ଧ, ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ଚମୋଲିରେ ରାତି ଅଧରେ ଫାଟିଲା ବାଦଲ; ଥରାଲୀ ଗାଁରେ ଧ୍ୱଂସଲୀଳା, ପୋତି ହୋଇଗଲା ଘର
  • ||
  • ଶ୍ରୀମନ୍ଦିରରେ ସାତପୁରୀ ଅମାବାସ୍ୟାର ସ୍ୱତନ୍ତ୍ର ନୀତି, ସକାଳଧୂପରେ ଠାକୁରଙ୍କୁ ସାତପୁରୀ ଭୋଗ ଅର୍ପଣ ହେବ
  • ||
  • ସମ୍ବଲପୁର: ଖୋଲିଲା ହୀରାକୁଟ ଗେଟ, ୪ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ
  • ||
  • ଯୁକ୍ତ ତିନି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ, ଖାଲିପଡ଼ିଛି ୯୯ ହଜାର ସିଟ୍‌
  • ||
  • ଲଘୁଚାପ ସକ୍ରିୟ: ଆଜିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୩ ଜିଲ୍ଲାକୁ ଅରେଞ୍ଜ, ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ବିହାର ପାଟଣାରେ ମର୍ମନ୍ତୁଦ ଦୁର୍ଘଟଣା;ଅଟୋ-ହାଇଓ୍ବା ମୁହାଁମୁହିଁ ଧକ୍କା,୮ ମୃତ

Published By : Anindita Ratha | August 23, 2025 10:41 AM

ନୂଆଦିଲ୍ଲୀ,୨୩/୦୮: ବିହାର ପାଟଣାର ଦାନିଆୱାନରେ ମର୍ମନ୍ତୁଦ ଦୁର୍ଘଟଣା । ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା । ଫଳରେ ଅତିକମରେ ୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନା ମୁତାବକ, ସମସ୍ତ ଯାତ୍ରୀ ଅଟୋରେ ଗଙ୍ଗା ସ୍ନାନ କରିବାକୁ ନାଳନ୍ଦାରୁ ଫତୁହା ଯାଉଥିଲେ । ସେହି ସମୟରେ ଏହି ଦୁର୍ଘଟଣା ହୋଇଥିଲା। ରାସ୍ତାରେ ଏକ ଦ୍ରୁତଗାମୀ ଟ୍ରକ୍ ଅଟୋକୁ ମୁହାଁମୁହିଁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୮ଜଣଙ୍କର ମୃତ୍ୟୁ ହୋଇଥିଲା । ସେପଟେ ଦୁର୍ଘଟଣା ପରେ, ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଘଟଣାସ୍ଥଳରୁ ଖସି ପଳାଇଥିଲା। ଏନେଇ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ । ଯାହା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ  କରିଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲକୁ ପଠାଇଥିଲା । ଯେଉଁଠାରୁ ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ପାଟନାକୁ ସ୍ଥାନାନ୍ତର କରାଯାଇଛି । କୁହାଯାଉଛି ଯେ ସମସ୍ତ ଲୋକ ନାଳନ୍ଦା ଜିଲ୍ଲାର ହିଲସା ଥାନା ଅଞ୍ଚଳରେ ଅବସ୍ଥିତ ରେରି ମାଲମା ଗାଁର ବାସିନ୍ଦା ଥିଲେ । ଆଜି ସକାଳେ ଫତୁହା ଗଙ୍ଗାରେ ସ୍ନାନ କରିବାକୁ ଯାଉଥିଲେ। ସମସ୍ତେ ଗୋଟିଏ ଗାଁର ବାସିନ୍ଦା ଥିବା ଜଣାପଡ଼ିଛି । ମୃତକଙ୍କ ମଧ୍ୟରେ ସାତ ଜଣ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି। ତେବେ ପୁଲିସ ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରୁଥିବା ବେଳେ ଫେରାର୍ ଟ୍ରକ୍ ଡ୍ରାଇଭରଙ୍କୁ ମଧ୍ୟ ଖୋଜା ଚାଲିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.