ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, କଡ଼ା ସୁରକ୍ଷାରେ ହାଜର ହେଲା ପୁଞ୍ଜିଲାଲ, ଆଜି ଶେଷ ପର୍ଯ୍ୟାୟ ଶୁଣାଣି

Published By : Prameya | May 13, 2025 10:02 AM

ପାଟଣାଗଡ଼(ଲଳିତ ମିଶ୍ର) ୧୩/୦୫ : ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା। ଆଜି ପାଟଣାଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଦ୍ଵିତୀୟ ପର୍ଯ୍ୟାୟ ବିତର୍କ ହେବ। ସେଥିପାଇଁ ଉଭୟ ପକ୍ଷର ଓକିଲ ପହଞ୍ଚିବା ସହ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେର କୋର୍ଟରେ ହାଜର ହୋଇଛି। 

ଅପରପକ୍ଷରେ ମୃତ ସୌମ୍ୟଶେଖରଙ୍କ ବାପା ତଥା ଅଭିଯୋଗକାରୀ ରବିନ୍ଦ୍ର ସାହୁଙ୍କୁ ମଧ୍ୟ କୋର୍ଟ ପରିସର ଦେଖିବାକୁ ମିଳିଛି। ତେବେ ଉଚ୍ଚତମ ନ୍ୟାୟାଳୟର ନିର୍ଦ୍ଧାରିତ ସମୟ ମଧ୍ୟରେ ମାମଲାର ଶୁଣାଣି ସାରିବାକୁ ନିର୍ଦ୍ଦେଶ ଥିବାରୁ ଶୁଣାଣୀ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି। ପୂର୍ବରୁ କ୍ରାଇମବ୍ରାଞ୍ଚ ପକ୍ଷ ଦାଖଲ କରି ସାରିଛି।

ଏହି ଖବରଟିକୁ ପଢନ୍ତୁ-ଏମିତି ବି ଆସେ ମୃତ୍ୟୁ, ପତ୍ନୀଙ୍କ ଜୁଇ ଲିଭି ନଥିବା ବେଳେ ଟଳିପଡ଼ିଲେ ସ୍ୱାମୀ

ସୂଚନା ଅନୁସାରେ, ୨୦୧୮ ଫେବୃଆରୀ ୨୩ ତାରିଖରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଘଟିଥିଲା। ବିସ୍ଫୋରଣରେ ନବ ବିବାହିତ ସୌମ୍ୟଶେଖର ସାହୁ ଓ ତାଙ୍କ ଜେଜେମା ଜେମାମଣି ସାହୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ବୃତ୍ତିଗତ ଶତ୍ରୁତାକୁ କେନ୍ଦ୍ରକରି ଅଧ୍ୟାପକ ପୁଞ୍ଜିଲାଲ ଭଇଁଷା କଲେଜ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଘରକୁ ପାର୍ସଲ ବୋମା ପଠାଇଥିଲେ । ସଂଯୁକ୍ତାଙ୍କ ପୁଅ ସୌମ୍ୟଶେଖର ସାହୁଙ୍କ ବାହାଘର ୨୦୧୮ ମସିହା ଫେବ୍ରୁଆରୀ ୧୭ ତାରିଖରେ ହୋଇଥିଲା । ପୁଞ୍ଜି ବିବାହ ଉପହାର ଭାବେ ଏକ ଗିଫ୍ଟ ଦେଇଥିଲା । ୨୩ ତାରିଖ ଦିନ ପାର୍ସଲ ଗିଫ୍ଟ ଖୋଲିବା ବେଳେ ବିସ୍ଫୋରଣ ହୋଇଥିଲା । ଏଥିରେ ସୌମ୍ୟ ଶେଖର ଓ ତାଙ୍କ ଜେଜେମା’ଙ୍କର ମୃତ୍ୟୁ ଘଟିଥିଲା । ନବବିବାହିତା ପତ୍ନୀ ରୀମା ସାହୁ ଗୁରୁତର ଭାବେ ଆହତ ହୋଇଥିଲେ । ଘଟଣାର ତଦନ୍ତ କରି କ୍ରାଇମବ୍ରାଞ୍ଚ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୫ ତାରିଖରେ ଗିରଫ କରିଥିଲା । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.