ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ତୃତୀୟ ଥର ପାଇଁ ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପେମା ଖାଣ୍ଡୁ

ଇଟାନଗର,୧୩/୦୬:ତୃତୀୟ ଥର ପାଇଁ ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପେମା ଖାଣ୍ଡୁ । ଶ୍ରୀ ଖାଣ୍ଡୁଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ  କେଟି ପରନାଏକ। ପେମା ଖାଣ୍ଡୁ କ୍ରମାଗତ ତୃତୀୟ ଥର ପାଇଁ ଅରୁଣାଚଳ ପ୍ରଦେଶର ସରକାର ଗଢ଼ିଲେ। ଅନ୍ୟମନ୍ତ୍ରୀ ମଣ୍ଡଳ ମଧ୍ୟ ଶପଥ ଗ୍ରହଣ କରିଛନ୍ତି।

ଭାରତୀୟ ଜନତା ପାର୍ଟି (ବିଜେପି) ୬୦ ସଦସ୍ୟ ବିଶିଷ୍ଟ ବିଧାନସଭାରେ ୪୬ଟି ଆସନ ଜିତିଥିବାବେଳେ ଏନପିପି ୫, ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (ଏନସିପି) ତିନୋଟି ଏବଂ ପିପୁଲ୍ସ ପାର୍ଟି ଅଫ୍ ଅରୁଣାଚଳ (ପିପିଏ) ଦୁଇଟି ଆସନ ଜିତିଛି । ଯେତେବେଳେ କଂଗ୍ରେସ ଗୋଟିଏ ଆସନ ଜିତିଥିଲା ଏବଂ ସ୍ୱାଧୀନ ପ୍ରାର୍ଥୀମାନେ ତିନିଟି ଆସନ ଜିତିଥିଲେ। ଅରୁଣାଚଳ ପ୍ରଦେଶର ଉଭୟ ଲୋକସଭା ଆସନରେ ବିଜେପି ଜିତିଛି। ଆପଣଙ୍କୁ କହିରଖୁଛୁ ଯେ ଏପ୍ରିଲରେ ୧୯ ରେ ରାଜ୍ୟରେ ବିଧାନସଭା ନିର୍ବାଚନ ସହିତ ଲୋକସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.