ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ମୋହନା ବ୍ଳକର ବହୁ ଗାଁ ଜଳବନ୍ଦୀ, ପୋଲ ନଥିବାରୁ ବିଦ୍ୟୁତ ତାର ସହାୟତାରେ ନଦୀପାର ହେଉଛନ୍ତି ଗ୍ରାମବାସୀ

ମୋହନା,୨୪/୦୭: ବିଗତ ଦିନରେ ଲଗାଣ ବର୍ଷା ଯୋଗୁଁ ବୃଦ୍ଧି ପାଇଛି ହରଭଙ୍ଗୀ ନଦୀର ଜଳସ୍ତର। ଏହି କାରଣରୁ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି ମୋହନା ବ୍ଳକ ଗୁରୁଝୁଳି ପଞ୍ଚାୟତର ଅନେକ ଗାଁ। ନଦୀ ପାର ହେବାକୁ ପୋଲ ନଥିବାରୁ ବିଦ୍ୟୁତ ତାର ସହାୟତାରେ ନଦୀ ପାର ହେଉଛନ୍ତି ଗାଁ ଲୋକେ।

ସୂଚନା ଅନୁଯାୟୀ, ଲଘୁଚାପ କାରଣରୁ ଅନେକ ସ୍ଥାନରେ ଲାଗି ରହିଛି ବର୍ଷା । ଗତ କିଛି ଦିନ ଧରି ହୋଇଥିବା ଲଗାଣ ବର୍ଷାରେ ବେହାଲ ହୋଇଛି  ଗଜପତି ଜିଲ୍ଲା । ଏହି କାରଣରୁ ଗାଙ୍ଗୁଡ଼ିପଙ୍କାଳ ଗାଁ ସମେତ ଗରଡ଼ମା, ଖାରୀଗୁଡା, ମାଣ୍ଡିମେରା ପଞ୍ଚାୟତର ମଧ୍ୟ କିଛି ଗାଁ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ନଦୀ ପାର ହେବାକୁ ପୋଲ ନଥିବାରୁ ଗାଁ ଲୋକେ ବିଦ୍ୟୁତ ତାର ସହାୟତାରେ ନଦୀ ପାର ହୋଇ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଉଥିବା ଦେଖିବାକୁ ମିଳିଛି । ଏଭଳି ଅବସ୍ଥାରେ ଗାଁର ମହିଳା ଓ ଛୋଟଛୋଟ ପିଲାମାନେ ମଧ୍ୟ ନଦୀ ପାର ହେଉଛନ୍ତି । ପ୍ରତିବର୍ଷ ବର୍ଷା ଦିନ ଆସିଲେ ଏଭଳି ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଏକାଧିକ ଗାଁ ଲୋକେ । ସେପଟେ ନଦୀ ଉପରେ ପୋଲ ନିର୍ମାଣ ପାଇଁ ଅଞ୍ଚଳବାସୀଙ୍କ ବାରମ୍ୱାର ଦାବି ସତ୍ତ୍ୱେ କୌଣସି ପଦକ୍ଷେପ ନିଆ ଯାଉନଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.