ପ୍ରମୂଖ ଖବର
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ଯୁବକଙ୍କ ଆତ୍ମହତ୍ୟା, ବାଙ୍କୀ-କଟକ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

Published By : Suraj Kumar | June 10, 2025 3:59 PM

କଟକ,୧୦।୬  : ଯୁବକଙ୍କ ଆତ୍ମହତ୍ୟା ପରେ ବାଙ୍କୀ-କଟକ ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି ଗ୍ରାମବାସୀ । ଘଟଣା ଘଟିଛି ଶିମିଳିପୁର ଠାରେ। ମୃତ ଯୁବକ ଜଣକ ହେଲେ କିଶୋର ସୁବୁଦ୍ଧିରାୟ। 

ଶିମିଳିପୁର ଗ୍ରାମର କିଶୋର ସୁବୁଦ୍ଧିରାୟ (୫୨) ଙ୍କ ବାସଭବନରେ ଝୁଲନ୍ତା ଅବସ୍ଥାରେ ପରିବାର ଲୋକ ଦେଖିଥିଲେ। ଖବର ପାଇ ପୁଲିସ ପହଞ୍ଚି  ମୃତ ଦେହ ଉଦ୍ଧାର କରିବା ପରେ ଶବ ବ୍ୟବଛେଦ ପାଇଁ ବାଙ୍କୀ ମେଡ଼ିକାଲ ପଠାଇଛି।  ମୃତ ବ୍ୟକ୍ତି ଜଣଙ୍କ କଟକ ସ୍ଥିତ ଏକ ବେସରକାରୀ ନସିଂହୋମରେ କାର୍ଯ୍ୟ କରୁଥିଲେ। ସେଠାରେ ତାଙ୍କୁ ମାନସିକ ଚାପ ପକାଯାଉଥିଲା ଅଭିଯୋଗ ହୋଇଛି। ତେଣୁ ସେ ଆତ୍ମ ହତ୍ୟା କରିଛନ୍ତି ବୋଲି ଘର ଲୋକ ସନ୍ଦେହ କରିଛନ୍ତି। ଏହାର ପ୍ରତିବାଦରେ ରାସ୍ତା ରୋକ କରିଛନ୍ତି ଗ୍ରାମବାସୀମାନେ। ରାସ୍ତାରେ ନିଆଁ ଜାଳି ମୁଖ୍ୟ ରାସ୍ତାକୁ ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ପୁଲିସ ପହଂଚି ଲୋକଙ୍କୁ ବୁଝାସୁଝା କରୁଛି। ଏବେ ବି ଗ୍ରାମରେ ଅସନ୍ତୋଷ ଲାଗିରହିଛି। କଟକ ଘରୋଇ ହସ୍ପିଟାଲକୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.