ପ୍ରମୂଖ ଖବର
  • ମୋହନା : ମୁଡୁମୁଡ଼ିଆ ଗାଁରେ ଅଘଟଣ, ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ
  • ||
  • ସମ୍ୱଲପୁର : ଧାନ ମଣ୍ଡି ବୁଲିଲେ ରାଜସ୍ବ ମନ୍ତ୍ରୀ; କେମିତି ଚାଲିଛି ଧାନ କିଣା କଲେ ସମୀକ୍ଷା
  • ||
  • ବୌଦ୍ଧ: ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ବାହାବାଲାଖୋଲ ସଂରକ୍ଷିତ ଜଙ୍ଗଲରୁ ଦୁଇଟି ମାଓ ଡମ୍ପ ଠାବ
  • ||
  • ବର୍ଡର-ଗାଭାସ୍କର ଟ୍ରଫି; ପେସ୍ ବୋଲରଙ୍କ ଧମାଲ, ୧୦୪ରେ ଅଲଆଉଟ ଅଷ୍ଟ୍ରେଲିଆ
  • ||
  • ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା: ଗିରଫ ସଂଖ୍ୟା ୧୪କୁ ବୃଦ୍ଧି, ୪ ଅଟକ
  • ||
  • ଝାରସୁଗୁଡ଼ା : ରିୟାନ ପଲିଟେକ୍ନିକ ଇଣ୍ଡଷ୍ଟ୍ରିଜରେ ଭୟାବହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • ଶନିବାର ରାଜ୍ୟ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ
  • ||
  • ପ୍ରଥମାଷ୍ଟମୀ: ଏଣ୍ଡୁରୀ ପିଠାରେ ମହକୁଛି ଘର, ଜ୍ୟେଷ୍ଠ ସନ୍ତାନମାନେ ନୂଆ ବସ୍ତ୍ର କରିଛନ୍ତି ପରିଧାନ
  • ||
  • ଶନିବାର ସୃଷ୍ଟି ହେବ ଲଘୁଚାପ,ସୋମବାର ଅବପାତ ରୂପ ନେବ: ୨୮ଯାଏ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ମହାରାଷ୍ଟ୍ର, ଝାଡ଼ଖଣ୍ଡ ଭୋଟ ଗଣତି: ୪୮ ବିଧାନସଭା, ୨ ଲୋକସଭା ଉପନିର୍ବାଚନର ଆସିବ ରେଜଲ୍ଟ
  • ||

ଏହି ରାଶିର ବ୍ୟକ୍ତିଙ୍କ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ

ମେଷ : ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ସନ୍ତାନମାନେ ବିଶୃଙ୍ଖଳିତ ହେବେ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା ଲୋପ ପାଇବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା: ୬, ଆରାଧନା: ମା’ ବଗଳାମୁଖୀ ।

ବୃଷ : ଚତୁର୍ଥ ଚନ୍ଦ୍ର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ପନ୍ଥା ଖୋଲିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହ ସୁସମ୍ପର୍କ ଏବଂ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର କୃତ୍ତିକା ଓ ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଧଳା, ସଂଖ୍ୟା: ୪, ଆରାଧନା: ମା’ କମଳା ।

ମିଥୁନ : ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନ, ପରିଜନଙ୍କ ସହ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ ନୂତନ କର୍ମାରମ୍ଭର ଯୋଜନା କରିବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା: ୧୨, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

କର୍କଟ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଧଳା, ସଂଖ୍ୟା: ୩, ଆରାଧନା: ମା’ ତାରା ।

ସିଂହ : ଶ୍ରୀଚନ୍ଦ୍ର, ରବିବାର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା, ସ୍ୱଜନରେ ସୁସମ୍ପର୍କ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ କିମ୍ବା ପୁତ୍ର, କନ୍ୟା, ଭାଇଭଉଣୀଙ୍କ ବୈବାହିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା : ୧୧, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ହସ୍ତା କନ୍ୟା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୮, ଆରାଧନା: ଭଗବାନ ବିଷ୍ଣୁ ।

ତୁଳା: ଏକାଦଶ ଚନ୍ଦ୍ର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଦଶମ ଚନ୍ଦ୍ର, ରବିବାର ଯୋଗୁ କର୍ମରେ ଉନ୍ନତି ଓ ନୂତନ କର୍ମାରମ୍ଭର ଯୋଜନା କରିବେ ଏବଂ ସେଥିରେ ସଫଳତା ପାଇବା ପାଇଁ ସମସ୍ତ ପଦକ୍ଷେପ ନେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ କର୍ମତତ୍ପର ଓ କର୍ମଚଞ୍ଚଳ ରହିବେ । ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ ।  

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଘାତଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ଦେଖାଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ :  ସପ୍ତମ ଚନ୍ଦ୍ର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦପ୍ରମୋଦ ଏବଂ ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଓ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

ମୀନ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍‌ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୦୯, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.