ପ୍ରମୂଖ ଖବର
  • ଅପରେସନ ‘ସିନ୍ଦୂର’କୁ ନେଇ ଆସିପାରେ ବଡ଼ ସୂଚନା, ଅପରାହ୍ନ ୫ଟା ୩୦ରେ MEA ପ୍ରେସ୍‌ବ୍ରିଫ୍
  • ||
  • ମହଜୁଦ ଅଛି ଆବଶ୍ୟକୀୟ ଇନ୍ଧନ, ଆତଙ୍କିତ ନହେବାକୁ IOCLର ପରାମର୍ଶ
  • ||
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଏହି ରାଶିର ବ୍ୟକ୍ତି ସମସ୍ତ ଅସମ୍ପୂର୍ଣ୍ଣ କର୍ମ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହେବେ

Published By : Prameya | April 26, 2025 11:18 PM

ମେଷ : ଘାତବାର, ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ନିଜ ଲୋକଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଏବଂ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଦ୍ୱାଦଶ ଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହେବେ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଅପବ୍ୟୟ, ଅପବାଦ ଓ ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ ଅଟକିଥିବା କାମକୁ ଆଜି ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ଏକାଦଶ ଚନ୍ଦ୍ର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ନୂତନ ବ୍ୟବସାୟ, କର୍ମାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ପୁନର୍ବସୁ ଓ ମୃଗଶିରା ମିଥୁନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ମାତଙ୍ଗୀ ।

କର୍କଟ : ଦଶମ ଚନ୍ଦ୍ର, ରବିବାର ଯୋଗୁ କର୍ମ ପ୍ରତି ଏକାଗ୍ରତା, ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : କୃଷ୍ଣପକ୍ଷର ନବମ ଚନ୍ଦ୍ର, ଅମାବାସ୍ୟା ତିଥି ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା, ସମ୍ମାନ ହାନି ଏବଂ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ମଘା ସିଂହ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଅଷ୍ଟମ ଚନ୍ଦ୍ର, ଅମାବାସ୍ୟା ତିଥି, କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚ ସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍ଟ୍ରିକ୍‌ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି, ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନଶୀଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ ।   

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : କୃଷ୍ଣପକ୍ଷର ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ସ୍ୱଜନ, ପରିଜନଙ୍କ ସାହାଯ୍ୟ, ସହଯୋଗ, ପଡ଼ୋଶୀଙ୍କ ସହ ସୁସମ୍ପର୍କ, ପରିବାରରେ ସ୍ୱର୍ଗୀୟ ସୁଖ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଜ ଜୁଟିବ । କର୍ମରେ ସଫଳତା, ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’  ଚଣ୍ଡୀ ।

କୁମ୍ଭ : ତୃତୀୟ ଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍‌ସିତ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ସ୍ୱଜନରେ ସୁସମ୍ପର୍କ ଓ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଷୋଡ଼ଶୀ ।

ମୀନ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଓ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ମାତଙ୍ଗୀ ।

 

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ 

ଯୋଗାଯୋଗ : ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.