ମେଷ : ଦ୍ୱିତୀୟ ଚନ୍ଦ୍ର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଧନ, ସମ୍ପଦ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ଶ୍ରୀଚନ୍ଦ୍ର, ଶୁକ୍ରବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ଭଗବାନ ବିଷ୍ଣୁ ।
ମିଥୁନ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଏବଂ ଅପଯଶର ଶିକାର ହେବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଆର୍ଦର୍୍ରା ଓ ମୃଗଶିରା ମିଥୁନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।
କର୍କଟ : ଏକାଦଶ ଚନ୍ଦ୍ର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ ଆୟର ମାର୍ଗ ଖୋଲିବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ବିଦେଶ ଯାତ୍ରା ଓ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା, ସୁୂଯୋଗ ହାସଲ କରିବେ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ : ଦଶମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ ଓ ମହତ୍ ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ପ୍ରାପ୍ତ କରିବେ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।
ତୁଳା : ଅଷ୍ଟମ ଚନ୍ଦ୍ର, ଦିବା ୧୦ଟା ୨୦ ମିନିଟ୍ ପରେ ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ ।
ବିଛା : ଘାତଚନ୍ଦ୍ର, ଘାତବାର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ପରିଚିତ ମହିଳାଙ୍କଠାରୁ ଅପମାନ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ମାନ, ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ ।
ଧନୁ : ଘାତବାର ଏବଂ ଷଷ୍ଠ ଚନ୍ଦ୍ର ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ପଞ୍ଚମ ଚନ୍ଦ୍ର, ଶୁକ୍ରବାର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ । ନୂତନ ବିଦ୍ୟା ଓ କଳା ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଓ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।
ମୀନ : ଘାତବାର ଏବଂ ତୃତୀୟ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ନୂତନ କର୍ମାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ,
ଯୋଗାଯୋଗ : ୯୪୩୭୧୩୩୪୭୩