ମେଷ : ସପ୍ତମ ଚନ୍ଦ୍ର, ଗୁରୁବାର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସହଧର୍ମିଣୀଙ୍କ ସହ ସମ୍ପର୍କ ମଧୁର ହେବ । ପରିବାର ପ୍ରତି ଅଧିକ ଯତ୍ନବାନ ହେବେ ଏବଂ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ: ଲାଲ୍, ସଂଖ୍ୟା: ୬, ଆରାଧନା: ମା’ ଚଣ୍ଡୀ ।
ବୃଷ: ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ମୁକ୍ତ ହେବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ: ସିଲ୍ଭର, ସଂଖ୍ୟା: ୪, ଆରାଧନା: ପ୍ରଭୁ ଶ୍ରୀରାମ ।
ମିଥୁନ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ସକାଳ ୭ଟା ୩୬ ମିନିଟ୍ ପରେ ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଦୁଃଖୀ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: ମେରୁନ୍, ସଂଖ୍ୟା: ୮, ଆରାଧନା: ଭଗବାନ ବିଷ୍ଣୁ ।
କର୍କଟ: ଚତୁର୍ଥ ଚନ୍ଦ୍ର, ଗୁରୁବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହଯୋଗ ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁନର୍ବସୁ ଓ ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ: ଲାଲ୍, ସଂଖ୍ୟା: ୫, ଆରାଧନା: ମା’ ମାତଙ୍ଗୀ ।
ସିଂହ: ତୃତୀୟ ଚନ୍ଦ୍ର ଯୋଗୁ ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା ଏବଂ ଗୃହାରମ୍ଭ ଆଦି କର୍ମର ଆୟୋଜନ କରିପାରନ୍ତି । ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ: ଧଳା, ସଂଖ୍ୟା: ୬, ଆରାଧନା: ମା’ ମାଣିକେଶ୍ୱରୀ ।
କନ୍ୟା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସବୁଜ, ସଂଖା : ୪, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଶ୍ରୀଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ପରିବାର ପ୍ରତି ଅଧିକ ଯତ୍ନଶୀଳ ହେବେ ଏବଂ ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୬, ଆରାଧନା : ମା’ ଗାୟତ୍ରୀ ।
ବିଛା : ଦ୍ୱାଦଶ ଚନ୍ଦ୍ର, ଗୁରୁବାର, ଦ୍ୱାଦଶୀ ତିଥି ଯୋଗୁ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ନୂତନ ଗୃହ ନିର୍ମାଣ, ଭୂମିପୂଜା, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ଧନୁ : ଏକାଦଶ ଚନ୍ଦ୍ର, ଗୁରୁବାର ଯୋଗୁ ଆୟର ନୂତନ ମାର୍ଗ ଖୋଲିବ ଏବଂ ବିଭିନ୍ନ ଉତ୍ସରୁ ଧନ ପ୍ରାପ୍ତି ହେବ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍ସିତ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ନୂତନ କର୍ମାରମ୍ଭର ଯୋଜନା କରିବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଦଶମ ଚନ୍ଦ୍ର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଗୁରୁତ୍ୱ ଓ ଧ୍ୟାନ ଦେବେ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ଆଜି ଯେକୌଣସି କର୍ମ ଆରମ୍ଭ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପାଇବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଧୂସର, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।
କୁମ୍ଭ : ଘାତବାର ଏବଂ କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ ହେବ । ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଓ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।
ମୀନ : ଅଷ୍ଟମ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ,
ଯୋଗାଯୋଗ : ୯୪୩୭୧୩୩୪୭୩