ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଏହି ରାଶିର ବ୍ୟକ୍ତିଙ୍କ କର୍ମରେ ସଫଳତା ଓ ଉଚ୍ଚ ପଦବୀ ପ୍ରାପ୍ତ ହେବ

ମେଷ : ଘାତବାର ଓ ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ନିଜର ଲୋକମାନେ ପରିବାର ଲୋକଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ରହିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଚାଲିଚଳନ, ବ୍ୟବହାର କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ ଓ ବଦ୍‌ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ଅନୁଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଉଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର କୃତ୍ତିକା ଓ ରୋହିଣୀ ବୃଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା : ୨  ଆରାଧନା : ମା’ ସମଲେଶ୍ୱରୀ ।

ମିଥୁନ : ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ନୂତନ ଆୟର ପନ୍ଥା ଖୋଲିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ  ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ସବୁଜ, ସଂଖ୍ୟା : ୪, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ : ଦଶମ ଚନ୍ଦ୍ର ଯୋଗୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରକିତା ଅଧିକ ରହିବ ଏବଂ ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ । ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଓ ଦେହ ମନ ସୁସ୍ଥ ରହିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା: ୧, ଆରାଧନା : ଭଗବାନ ଶିବ ।

ସିଂହ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । 

ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା: ୩, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା: ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର କଥାବାର୍ତ୍ତା ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦପ୍ରମୋଦ ଏବଂ ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନବାନ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା :  ଷଷ୍ଠ ଚନ୍ଦ୍ର, ରବିବାର ଏବଂ ଷଷ୍ଠୀ ତିଥି ଯୋଗୁ ରୋଗ, ଋଣ, ଦୁଃଖ, କ୍ଳେଶ, ରୋଗ, ଶୋକ ଏବଂ ଅବସାଦରୁ ମୁକ୍ତ ହେବେ । ମନରେ ପ୍ରସନ୍ନତା, ଚାଲିଚଳନାରେ ସଂଯମତା ଏବଂ ବନ୍ଧୁବାନ୍ଧକ, ସହକର୍ମୀ, ସହଯୋଗୀଙ୍କ ସହ ସମ୍ପର୍କ ମଧୁର ହେବ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନ ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।

ଧନୁ :  କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଏବଂ ଘାତ ନକ୍ଷତ୍ର ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ଇତର ଜନଠାରୁ ଅପମାନ ମିଳିପାରେ । ସନ୍ତାନମାନଙ୍କର ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନ ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ମନରେ ଉନ୍ନତ ଚିନ୍ତାଧାରା ଏବଂ ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନ ବ୍ୟବସାୟରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଶ୍ରବଣା ମକର, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା :  ମା’ ଦୁର୍ଗା ।

କୁମ୍ଭ : ତୃତୀୟ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହଯୋଗ ମିଳିବ ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନ ବ୍ୟବସାୟରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଉଦ୍ୟମ ଜାରି ରଖିବେ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ :  ବାଇଗଣୀ, ସଂଖ୍ୟା : ୩, ଆରାଧନା :ମା’ କାଳୀ ।

ମୀନ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର ବେଳେ ସତର୍କତା ଅବଲମ୍ବନ କରିବେ । ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନ ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

 

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.