ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଏହି ରାଶିର ବ୍ୟକ୍ତି ମୂଲ୍ୟବାନ ଧାତୁ କ୍ରୟ କରିପାରିବେ

ମେଷ : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ନିଜର ଲୋକଙ୍କ ସହ ଅପ୍ରିୟତା, ସ୍ୱଜନରେ ମନୋମାଳିନ୍ୟ ଏବଂ ପଡ଼ୋଶୀଙ୍କ ସହ ତିକ୍ତତା ଦେଖାଦେବ । ବାଦବିବାଦ, ସ୍ୱାସ୍ଥ୍ୟ ଏବଂ ନିଜର ଲୋକମାନଙ୍କ ସହିତ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ସହ ମତାନ୍ତର ହୋଇପାରେ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା : ୬, ଆରାଧନା: ମା’ ଚଣ୍ଡୀ  । 

ବୃଷ: ଦ୍ୱାଦଶ ଚନ୍ଦ୍ର, ଶୁକ୍ରବାର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମ ସମ୍ପୂର୍ଣ୍ଣ ହେବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ଅଯଥା ଖର୍ଚ୍ଚ, ବଦ୍‌ ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କଷ୍ଟ ସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ନୀଳ, ସଂଖ୍ୟା : ୮, ଆରାଧନା: ମା’ କମଳା ।

ମିଥୁନ: ଏକାଦଶ ଚନ୍ଦ୍ର, ଶୁକ୍ରବାର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ନୂତନ ଭୂମିପୂଜା, ଗୃହ ନିର୍ମାଣ, ଗୃହାରମ୍ଭ, କର୍ମାରମ୍ଭ ଏବଂ ବ୍ୟବସାୟ ଆରମ୍ଭ କରିପାରନ୍ତି । ଅନ୍ୟକୁ ଦେଇଥିବା ଧନ ଓ ବକେୟା ଧନ ଏବଂ ହୃତଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ସବୁଜ, ସଂଖ୍ୟା : ୧୨, ଆରାଧନା: ମା’ ଷୋଡ଼ଶୀ ।

କର୍କଟ: ଦଶମ ଚନ୍ଦ୍ର ଯୋଗୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ ।

ସିଂହ: କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ମଘା ସିଂହ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା: ୩, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା: ଅଷ୍ଟମ ଚନ୍ଦ୍ର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କ ହସ୍ତା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ମେରୁନ, ସଂଖ୍ୟା : ୪, ଆରାଧନା: ମା’ ଭୈରବୀ ।

ତୁଳା: ସପ୍ତମ ଚନ୍ଦ୍ର, ଶୁକ୍ରବାର ଯୋଗୁ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିପାରନ୍ତି କିମ୍ବା ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା :  ଘାତବାର ଓ ଷଷ୍ଠ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ମୁକ୍ତ ହେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ :  ଘାତବାର ଓ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ସତର୍କ ରହିବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଚତୁର୍ଥ ଚନ୍ଦ୍ର, ଶୁକ୍ରବାର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତଧନ ଫେରିପାଇବେ । ସ୍ୱଜନରେ ସୁସମ୍ପର୍କ, ପରିବାରରେ  ସୁଖଶାନ୍ତି ଏବଂ ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିପାରନ୍ତି କିମ୍ବା ବିଦେଶ ଯାତ୍ରାର ସୁଯୋଗ ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା :  ମା’ ଦୁର୍ଗା ।

କୁମ୍ଭ : ତୃତୀୟ ଚନ୍ଦ୍ର, ଶୁକ୍ରବାର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କୌଣସି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେଇପାରନ୍ତି । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ, ଦୃଢ଼ ଇଚ୍ଛାଶକ୍ତି ଓ ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

ମୀନ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଆର୍ଥିକ ଠାକମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ ଏବଂ ସମସ୍ୟା ଦେଖାଦେଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.