ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ଏହି ରାଶିର ବ୍ୟକ୍ତି ଯାନବାହନରେ ଖର୍ଚ୍ଚାନ୍ତ, ଆର୍ଥିକ ଠକାମି ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି

ମେଷ : ଘାତବାର ଏବଂ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଘାତଚନ୍ଦ୍ର, ଦିବା ୧୧ଟା ୧୨ ମିନିଟ୍‌ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଯୋଗୁ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଓ ଅପନିନ୍ଦା ମିଳିବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷାକୁ ନେଇ ଚିନ୍ତିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଉପୁଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ମିଥୁନ : ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ, ଆର୍ଥିକ ଠକାମି ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଶାରୀରିକ ପୀଡ଼ା ଭୋଗିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ କ୍ଷତି ଅଧିକ ହେବ ଓ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ମୃଗଶିରା ମିଥୁନ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ତୃତୀୟ ଚନ୍ଦ୍ର, ରବିବାର ଏବଂ ଚନ୍ଦ୍ର ଓ ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ମନରେ ଦୃଢ଼ ଇଚ୍ଛାଶକ୍ତି ଏବଂ ମନୋବଳ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ  ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ ବା କର୍ମରେ ଆଶାଠାରୁ ଅଧିକ ସଫଳତା, ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୫, ଆରାଧନା : ଭଗବାନ ଶିବ ।

ସିଂହ : ଦ୍ୱିତୀୟ ଚନ୍ଦ୍ର, ରବିବାର ଏବଂ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ପରିବାରରେ ସୁଖଶାନ୍ତିର ପରିବେଶ ରହିବ ଏବଂ ଭାଇଭଉଣୀଙ୍କ ପ୍ରତି ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ: ହଳଦିଆ, ସଂଖ୍ୟା : ୬, ଆରାଧନା: ପ୍ରଭୁ ଗଜାନନ ।

କନ୍ୟା : ଶ୍ରୀଚନ୍ଦ୍ର ଯୋଗୁ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହ ସମ୍ପର୍କ ମଧୁର ହେବ ଏବଂ ତାଙ୍କର ସାହାଯ୍ୟ, ସହଯୋଗ ମିଳିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଉଦ୍ୟମ ଜାରି ରଖିବେ । କର୍ମରେ ସଫଳତା ଓ ସମସ୍ତଙ୍କ ମନ ଜିଣିବାରେ ସମର୍ଥ ହେବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ତୁଳା :  ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସଙ୍କଟ ଉପୁଯିବ । ମନରେ ବ୍ୟସ୍ତତା, ବ୍ୟଗ୍ରତା ବୃଦ୍ଧି ପାଇବ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୮, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା :  ଏକାଦଶ ଚନ୍ଦ୍ର, ରବିବାର ଏବଂ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତ ତିଥିର ପ୍ରଭାବ ରହିବ ନାହିଁ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଅନ୍ୟକୁ ଦେଇଥିôବା ଧନ ଓ ବକେୟା ଧନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ ଏବଂ ଉଚ୍ଚ ପଦବୀ ମିଳିପାରେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।  ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ଧନୁ: ଦଶମ ଚନ୍ଦ୍ର, ଦଶମୀ ତିଥି ଏବଂ ଦିବା ୧୧ଟା ୧୨ ମିନିଟ୍‌ ପରେ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଗୁରୁତ୍ୱ ଦେବେ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ମହତ୍‌ ବ୍ୟକ୍ତିଙ୍କ ଆଶ୍ରୟ ମିଳିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।   ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା :  ମା’ ଚଣ୍ଡୀ ।

କୁମ୍ଭ : ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।

ମୀନ : ସପ୍ତମ ଚନ୍ଦ୍ର, ରବିବାର ଏବଂ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ   ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ମାଣିକେଶ୍ୱରୀ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.