ପ୍ରମୂଖ ଖବର
  • କଟକ : ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ୱାଟର୍‌ ମାର୍କ କୋଡ୍‌, ଭାଇରାଲ୍‌ ରୋକିବାକୁ ବୋର୍ଡର ପଦକ୍ଷେପ
  • ||
  • ନବରଙ୍ଗପୁର : ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା ତଳକୁ ଖସି ପଡ଼ିଲା ବସ୍‌, ୪ ଆହତ
  • ||
  • ବୁଧବାର ଅପରାହ୍ନରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବୌଦ୍ଧ : ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ନିଶାଦ୍ରବ୍ୟ ଜବତ, ଜଣେ ଗିରଫ
  • ||

ଏହି ରାଶିର ବ୍ୟକ୍ତିଙ୍କ ଆକସ୍ମିକ ଧନ ଲାଭ ହେବ

Published By : Prameya | September 18, 2024 11:10 PM

ମେଷ : ଦ୍ୱାଦଶ ଚନ୍ଦ୍ର, ଗୁରୁବାର, ଦ୍ୱିତୀୟା ତିଥି ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା : ୧୧, ଆରାଧନା: ମା’ ବଗଳାମୁଖୀ  । 

ବୃଷ: ଏକାଦଶ ଚନ୍ଦ୍ର ଏବଂ ଶନି,  ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ,   କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତଧନ ଫେରିପାଇବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ସିଲଭର, ସଂଖ୍ୟା : ୧୨, ଆରାଧନା: ପ୍ରଭୁ ଶ୍ରୀରାମ ।

ମିଥୁନ: ଦଶମ ଚନ୍ଦ୍ର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କର୍ମରେ ଉନ୍ନତି ଏବଂ କର୍ମ ପ୍ରତି ଅଧିକ ଧ୍ୟାନ ଦେବେ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ରହିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । ଯେଉଁମାନଙ୍କର ଆର୍ଦ୍ରା ଓ ମୃଗଶିରା ମିଥୁନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା : ୪, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ: କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶତ୍ରୁତା ଓ ଆକ୍ରୋଶର ଶିକାର ହେବେ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୁନର୍ବସୁ କର୍କଟ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା: ୫, ଆରାଧନା: ମା’ ଭୁବନେଶ୍ୱରୀ ।

ସିଂହ: ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ସପ୍ତମ ଚନ୍ଦ୍ର ଯୋଗୁ ପରିବାର ପ୍ରତି ଅଧିକ ଧ୍ୟାନ ରହିବ ଏବଂ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । କର୍ମରେ ସଫଳତା ଓ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା: ମା’ ଛିନ୍ନମସ୍ତା ।

ତୁଳା: ଷଷ୍ଠ ଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: କଫି, ସଂଖ୍ୟା : ୧, ଆରାଧନା : ମା’ କମଳା ।

ବିଛା :  ପଞ୍ଚମ ଚନ୍ଦ୍ର, ସକାଳ ୫ଟା ୪ ମିନିଟ୍‌ ପରେ ପରେ ଘାତ ନକ୍ଷତ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତି ଲୋପ୍‌ ପାଇବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କାର୍ଯ୍ୟକୁ ନେଇ ବିପଦରେ ପଡ଼ିବେ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ଧନୁ :  ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନରେ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଯାନବାହନରେ ଖର୍ଚ୍ଚାନ୍ତ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ଧୂମାବତୀ ।

ମକର : ତୃତୀୟ ଚନ୍ଦ୍ର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଓ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା :  ମା’ ଚଣ୍ଡୀ ।

କୁମ୍ଭ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର, ଘାତବାର ଯୋଗୁ ଧନକୁ ନେଇ ବିବାଦ, ମୂଲ୍ୟବାନ ପଦାର୍ଥ ନଷ୍ଟ, ଆର୍ଥିକ କ୍ଷତି ଓ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ ।   ଶୁଭ ରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା :ମା’ ଭୈରବୀ ।

ମୀନ : ଶ୍ରୀଚନ୍ଦ୍ର, ଗୁରୁବାର, ଦ୍ୱିତୀୟା ତିଥି ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ଅଶାଠାରୁ ଅଧିକ ସଫଳତା, ସମ୍ମାନ, ସହଧର୍ମିଣୀଙ୍କ ସହଯୋଗ ଏବଂ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଉତ୍ତରାଭାଦ୍ର ମୀନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ମାତଙ୍ଗୀ ।

 

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.