ପ୍ରମୂଖ ଖବର
  • ମନ୍ତ୍ରୀଙ୍କ ଓଏସ୍‌ଡି, ବ୍ୟକ୍ତିଗତ ସଚିବ ନିଯୁକ୍ତି ପାଇଁ ମାର୍ଗଦର୍ଶିକା: ସିସିଆର୍‌ ଭଲ ନ ଥିଲେ ମିଳିବନି ନିଯୁକ୍ତି
  • ||
  • ଅକ୍ଟୋବର୧୦ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ, ଖୋଲା ଜିପ୍‌ରେ ବସି ଜଙ୍ଗଲ ସଫାରୀର ମଜା ନେବେ ପର୍ଯ୍ୟଟକ
  • ||
  • ଭିଜିଲାନ୍ସ ପଞ୍ଝାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବରିଷ୍ଠ ଅଧିକାରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍
  • ||
  • ଫ୍ଲୋରିଡାରୁ ସ୍ପେସ୍‌ଏକ୍ସ ଫାଲକନ୍‌ ରକେଟ୍‌ର ସଫଳ ଲଞ୍ଚ୍, ଗ୍ରହାଣୁ ଉପରେ ଅଧ୍ୟୟନ କରିବ ‘ହେରା ମିଶନ’
  • ||
  • ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ, କାର୍ତ୍ତିକ ମାସ ନୀତି ନିର୍ଘଣ୍ଟରେ ଲାଗିବ ମୋହର
  • ||
  • ମଙ୍ଗଳବାର ଜମ୍ମୁ-କାଶ୍ମୀର ଏବଂ ହରିଆଣା ଭୋଟ ଗଣତି, ମଧ୍ୟାହ୍ନ ସୁଦ୍ଧା ସ୍ପଷ୍ଟହୋଇଯିବ ଜନମତ ଚିତ୍ର
  • ||

ଏହି ରାଶିର ବ୍ୟକ୍ତି ହେବେ ଧନବାନ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...

ମେଷ: ଅଷ୍ଟମ ଚନ୍ଦ୍ର, ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚ ସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍ଟ୍ରୋନିକ୍‌ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଓ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗେରୁଆ, ସଂଖ୍ୟା : ୧୧, ଆରାଧନା: ପ୍ରଭୁ ହନୁମାନ ।

ବୃଷ: ସପ୍ତମ ଚନ୍ଦ୍ର, ସୋମବାର ଯୋଗୁ ଆମୋଦ ପ୍ରମୋଦ ଓ ମଉଜ ମଜଲିସ୍‌ରେ ଅଧିକ ସମୟ ଦେବେ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ ।ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଏବଂ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ମାନସିକ, ପାରିବାରିକ ଶାନ୍ତି ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ ହେବ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: କଫି, ସଂଖ୍ୟା : ୨, ଆରାଧନା: ମା’ କମଳା ।

ମିଥୁନ: ଷଷ୍ଠଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଆପଣାଇବେ । ରୋଗ, ଋଣ ଓ ଶତ୍ରୁ-ଏଥିରୁ ସାମୟିକ ଭାବେ ମୁକ୍ତି ମିଳିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଅଶା ଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୮, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ: ପଞ୍ଚମ ଚନ୍ଦ୍ର ଏବଂ ସକାଳ ୯ଟା ୪୮ ମିନିଟ୍‌ ପରେ ପଞ୍ଚମୀତିଥି ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି,ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା, କଳା ଓ ସଂସ୍କୃତି ପ୍ରତି ଅଧିକ ଆଗ୍ରହ ରହିବ ।ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କ କର୍ମକୁ ନେଇ ଗର୍ବ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁ ମାନଙ୍କର ପୁନର୍ବସୁ କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ ।

ସିଂହ: ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ ।ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ମତାନ୍ତର, ପରିବାରରେ ମନୋମାଳିନ୍ୟ ଓ ଶାରୀରିକ ପୀଡ଼ା ଭୋଗିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ପରିବାରର ବୟସ୍କ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଉପୁଜିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ପୂର୍ବା ଫାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା: ୩, ଆରାଧନା: ମା’ ମାତଙ୍ଗୀ ।

କନ୍ୟା: ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ।ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ ନୂତନ କର୍ମାରମ୍ଭ ପାଇଁ ଉଦ୍ୟମ କରିବେ । ଯେଉଁ ମାନଙ୍କର ଉତ୍ତରା ଫାଲ୍‌ଗୁନୀ ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୮, ଆରାଧନା: ମା’ ଛିନ୍ନମସ୍ତା ।

ତୁଳା : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରି ପାଇବେ ।ଧନ ଓ ଆୟ ଅଧିକ କରିବା ପାଇଁ ଓ ବ୍ୟବସାୟର ଶାଖା ବଢ଼ାଇବା ନିମନ୍ତେ ଉଦ୍ୟମ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ ନାହିଁ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୧, ଆରାଧନା: ମା’ ସମଲେଶ୍ୱରୀ ।

ବିଛା: ଶ୍ରୀଚନ୍ଦ୍ର, ସୋମବାର ଯୋଗୁ ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା ଓ ଗୃହାରମ୍ଭ ଆଜି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ଯୋଗ ଦେଇ ପାରନ୍ତି । ଧନ, ମାନ, ସମ୍ମାନ ଓ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ ।ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠାବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା:୧୧, ଆରାଧନା: ପ୍ରଭୁସ୍କନ୍ଦ ।

ଧନୁ: ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ଅପବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା: ୨, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ । 

ମକର: ଏକାଦଶ ଚନ୍ଦ୍ର ଏବଂ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂରଣ ହେବ । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା: ୬, ଆରାଧନା: ମା ଦୁର୍ଗା ।

କୁମ୍ଭ: ଦଶମଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ, ଗୃହପ୍ରତିଷ୍ଠା, ଗୃହାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ କର୍ମାରମ୍ଭ କରିପାରନ୍ତି । ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବ ଭାଦ୍ରକୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: କଳା, ସଂଖ୍ୟା: ୩, ଆରାଧନା: ମା’ ଭୈରବୀ ।

ମୀନ: ନବମ ଚନ୍ଦ୍ର ଯୋଗୁ ଭାଗ୍ୟରେ, କର୍ମରେଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ।ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ମହତ୍‌ ଜନଙ୍କ ସାନିଧ୍ୟ ଲାଭ କରିବେ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୯, ଆରାଧନା: ମା’ ତାରା ।

 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.