ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଏହି ରାଶିର ବ୍ୟକ୍ତିଙ୍କୁ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ

ମେଷ : ଘାତବାର ଏବଂ ଚତୁର୍ଥ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ସହକର୍ମୀଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ବୃଷ : ତୃତୀୟ ଚନ୍ଦ୍ର ଯୋଗୁ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ମଧୁର ହେବ ଏବଂ ଭାଇଭଉଣୀଙ୍କ ସାହାଯ୍ୟ ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଯୋଜନା କରିବେ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ନୀଳ, ସଂଖ୍ୟା : ୨  ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଆର୍ଥିକ କ୍ଷତି, ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ:  ସବୁଜ, ସଂଖ୍ୟା : ୪, ଆରାଧନା: ମା’ ଛିନ୍ନମସ୍ତା ।

କର୍କଟ : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସ୍ୱର୍ଗୀୟ ସୁଖ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ସମ୍ପର୍କ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା: ୧, ଆରାଧନା: ମା’ ସମଲେଶ୍ୱରୀ ।

ସିଂହ : କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ମୁକ୍ତ ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍‌ ରହିବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା: ୧୧, ଆରାଧନା: ମା’ ମାତଙ୍ଗୀ ।

କନ୍ୟା: ଏକାଦଶ ଚନ୍ଦ୍ର, ରବିବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍‌ସିତ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବେ । ଆୟର ନୂତନ ମାର୍ଗ ଖୋଲିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଦଶମ ଚନ୍ଦ୍ର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା :  କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ ଦେଖାଦେଇପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ଧନୁ :  ଅଷ୍ଟମ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନ, ପରିଜନଙ୍କ ସହ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୦୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ସପ୍ତମ ଚନ୍ଦ୍ର, ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ମାନସିକ, ପାରିବାରିକ ଶାନ୍ତି ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।   

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା :  ମା’ ଭୈରବୀ ।

କୁମ୍ଭ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ଅପମାନ, ଅପଯଶ, ଅପବାଦରୁ ମୁକ୍ତ ହେବେ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।   

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା :ମା’ ବିମଳା ।

ମୀନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କର ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଚିନ୍ତିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୦୫, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.