ପ୍ରମୂଖ ଖବର
  • ମହଜୁଦ ଅଛି ଆବଶ୍ୟକୀୟ ଇନ୍ଧନ, ଆତଙ୍କିତ ନହେବାକୁ IOCLର ପରାମର୍ଶ
  • ||
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ବେଆଇନ୍‌ ଗୋଚାଲାଣ ବେଳେ ଗୋଡ଼ାଇଲେ ଗୋସୁରକ୍ଷା ଦଳ, ଦ୍ରୁତ ଗତିରେ ଆସି ସେଲୁନକୁ ପିଟିଲା ପିକଅପ୍‌

Published By : Harapriya Sethi | March 20, 2025 10:31 AM

ଖନ୍ତାପଡ଼ା,୨୦/୦୩: ଗୋରୁ ବୋଝେଇ ପିକଅପ୍‌କୁ ପିଛା କରୁଥିଲେ ଗୋସୁରକ୍ଷା ଦଳ । ରାସ୍ତା କଡରେ ଥିବା ଏକ ସେଲୁନକୁ ଧକ୍କା ଦେଲା ଗାଡ଼ି । ଘଟଣା ସ୍ଥଳରେ ଗୋମାଫିଆ ଆସି ପିଛା କରୁଥିବା ଲୋକଙ୍କୁ ବନ୍ଧୁକ ଓ ଭୁଜାଲି ଦେଖାଇ କରିଲେ ଭୟଭୀତ । ପୋଲିସ ବିଳମ୍ବରେ ପହଞ୍ଚିବାରୁ ଶ୍ରୀଜଙ୍ଗ ଛକରେ ଗୋପାଳପୁର ବାଲେଶ୍ୱର ସ୍ଲଟ ରୋଡ଼ ଅବରୋଧ କରିଛନ୍ତି ଉତ୍ୟକ୍ତ ଲୋକେ । ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗ ଛକରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ବୁଧବାର ବିଳମ୍ବିତ ରାତିରେ ଗୋସୁରକ୍ଷା ଦଳ ଏକ ଗୋରୁ ବୋଝେଇ ପିକଅପ୍‌କୁ ପିଛା କରିଥିଲେ । ପିକଅପ୍‌ଟି ରାସ୍ତା କଡରେ ଥିବା ଏକ ସେଲୁନ୍‌କୁ ଧକ୍କା ଦେଇଥିଲା । ପରେ ଗାଡ଼ିର ଡ୍ରାଇଭର୍‌ କିଛି ଗୋମାଫିଆଙ୍କୁ ଫୋନ୍‌ କରିଥିଲା । ଖବର ପାଇ ଘଟଣା ସ୍ଥଳରେ ଗୋମାଫିଆ ଆସି ପିଛା କରୁଥିବା ଲୋକଙ୍କୁ ବନ୍ଧୁକ ଓ ଭୁଜାଲି ଦେଖାଇ ଭୟଭୀତ କରିଥିଲେ । ଏଥି ସହିତ ସେମାନେ ଗୋଟିଏ କାର୍‌ ଓ ଆଠଟି ବାଇକକୁ ମଧ୍ୟ ଭାଙ୍ଗି ଦେଇଥିଲେ । ଗୋସୁରକ୍ଷା ଦଳ ପୋଲିସକୁ ଫୋନ୍‌ କରିଥିଲେ ମଧ୍ୟ ଖନ୍ତାପଡ଼ା ପୋଲିସ ସେଠାରେ ବିଳମ୍ବରେ ପହଞ୍ଚିଥିଲେ । ସେତେବେଳକୁ ଗୋମାଫିଆ ମାନେ ପିକଅପ୍‌ଟିକୁ ନେଇ ଫେରାର ହୋଇଯାଇଥିଲେ । ପୋଲିସ ବିଳମ୍ବରେ ପହଞ୍ଚିବାରୁ ଗୋପାଳପୁର ବାଲେଶ୍ୱର ସ୍ଲଟ ରୋଡ଼ ଅବରୋଧ କରିଛନ୍ତି । ଘଟଣା ସ୍ଥଳରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦିବ୍ୟଜ୍ୟୋତି ଦାସ,ସଦର ଏସ୍‌ଡିପିଓ ସୁଭ୍ରାଂଶୁ ଶେଖର ନାୟକଙ୍କ ସହିତ ବହୁ ଅଧିକାରୀ ପହଞ୍ଚିଛନ୍ତି । ସେଠାରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝା ସୁଝା କରୁଛନ୍ତି । ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପୋଲିସ ଅଧିକାରୀଙ୍କ ବହୁ ବୁଝା ସୁଝା ପରେ ରାସ୍ତା ଅବରୋଧ ହଟିଥିଲା । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.