ପ୍ରମୂଖ ଖବର
  • ପୁରୀ : ଏଥର ମିଳିବନି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ୧୦ରେ ମିଳିବ ଆଡ଼ପ ଅବଢ଼ା
  • ||
  • ଭୁବନେଶ୍ଵର : କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ, ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା
  • ||
  • ଭୁବନେଶ୍ଵର : ସ୍କୁଲରେ ପଢ଼ାଇବେ ଅତିଥି ଶିକ୍ଷକ, ନିଯୁକ୍ତ ହେବେ ୪୫୮୦ ଅବସରପ୍ରାପ୍ତ ଶିକ୍ଷକ
  • ||

ରାଜ୍ୟରେ ୩ୟ ପର୍ଯ୍ୟାୟ ମତଦାନ, ଅପରାହ୍ନ ୫ଟା ସୁଦ୍ଧା ୫୯.୬୦ ପ୍ରତିଶତ ଭୋଟିଂ

ଭୁବନେଶ୍ବର,୨୫।୫ : ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ୬ ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି।  ଅପରାହ୍ନ ୫ଟା ସୁଦ୍ଧା ରାଜ୍ୟରେ  ୫୯.୬୦ ପ୍ରତିଶତ ଭୋଟିଂ ହୋଇଛି। ତେବେ ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ସର୍ବାଧିକ ମତଦାନ ହୋଇଛି। ସମ୍ବଲପୁର ସଂସଦୀୟ କ୍ଷେତ୍ରରେ   ୬୫.୯୧ ପ୍ରତିଶତ ମତଦନା ହୋଇଛି। ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ   ୫୩.୫୪,  କଟକ ସଂସଦୀୟ କ୍ଷେତ୍ରରେ   ୫୪.୩୬, ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ   ୬୦.୮୮,  କେନ୍ଦୁଝର  ୬୨.୪୩ ଓ ପୁରୀ ୬୧.୧୭ ପ୍ରତିଶତ ମତଦାନ ହୋଇଛି। 

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟର ବହୁ ହେଭିଓ୍ବେଟ ନେତାଙ୍କ ଭାଗ୍ୟ ଭୋଟର ନିର୍ଦ୍ଧାରଣ କରୁଛନ୍ତି।ଏହି ପର୍ଯ୍ୟାୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅଶୋକ ପଣ୍ଡା, ବାସନ୍ତୀ ହେମ୍ବ୍ରମ, ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ଅରୁଣ ସାହୁ, ସଞ୍ଜୟ ଦାସବର୍ମା, ରୋହିତ ପୂଜାରୀ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ, କଟକ ସାଂସଦ ଭର୍ତ୍ତୃହରି ମହତାବ, ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀର ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର, କଟକ ଲୋକସଭା ପ୍ରାର୍ଥୀ ସଂତୃପ୍ତ ମିଶ୍ର ପ୍ରମୁଖ ବହୁ ହେଭିୱେଟ୍‌ ନେତା ଲଢୁଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.