ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ

ମେଷ : ତୃତୀୟ ଓ ଚତୁର୍ଥ ଚନ୍ଦ୍ର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ଧନ,  ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଦେଖାଦେବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଜମିଜମା ବିବାଦ, ପାରିବାରିକ ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା : ୦୬, ଆରାଧନା : ପ୍ରଭୁ ସ୍କନ୍ଦ ।

ବୃଷ : ଦିବା ୧୧ଟା ୩୪ ମିନିଟ୍‌ ପର୍ଯ୍ୟନ୍ତ ଦ୍ୱିଜା ଦ୍ୱିତୀୟ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ କ୍ଷତି, ପରିବାରରେ ଅଶାନ୍ତି, କର୍ମରେ ବିଫଳତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଏହା ପରେ ତୃତୀୟ ଚନ୍ଦ୍ର, ଶୁକ୍ରବାର ଯୋଗୁ ସ୍ଥିତିରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ଆସିବ ଏବଂ ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମତତ୍ପରତା, କର୍ମକୁଶଳତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା : ୧୨  ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଦିବା ୧୧ଟା ୩୪ ମିନିଟ୍‌ ପର୍ଯ୍ୟନ୍ତ ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ବାଣିଜ୍ୟ, ବ୍ୟବସାୟ ଓ କର୍ମରେ କିଛିଟା ସଫଳତା ମିଳିବ । ଏହା ପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା : ୦୮, ଆରାଧନା: ମା’ ଛିନ୍ନମସ୍ତା ।

କର୍କଟ : ଦ୍ୱାଦଶ ଚନ୍ଦ୍ର ଓ ଶ୍ରୀଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଏବଂ ସନ୍ଧ୍ୟା ୫ଟା ୫୬ ମିନିଟ୍‌ ପର୍ଯ୍ୟନ୍ତ ବୃହସ୍ପତିଙ୍କ ନକ୍ଷତ୍ର ରହୁଥିବାରୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ । ସ୍ୱଜନ, ପରିଜନଙ୍କ ସହ ସୁସମ୍ପର୍କ ଏବଂ ସମସ୍ତଙ୍କର ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଉଦ୍ୟମ ଜାରି ରଖିବେ । କର୍ମରେ ସଫଳତା ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା: ୦୧, ଆରାଧନା: ମା’ ସମଲେଶ୍ୱରୀ ।

ସିଂହ : ଏକାଦଶ ଓ ଦ୍ୱାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ଧନର ସତ୍‌ ବିନିଯୋଗ କରିବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ ଓ ବ୍ୟବସାୟ ଆରମ୍ଭ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା: ୧୧, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା: ଦିବା ୧୧ଟା ୩୪ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ଯେକୌଣସି କର୍ମ କରିବା ପୂର୍ବରୁ ଭଲ ଭାବରେ ଚିନ୍ତା କରି କରିବେ । ଏହା ପରେ ଏକାଦଶ ଚନ୍ଦ୍ର, ଶୁକ୍ରବାର ଯୋଗୁ ପୂର୍ବରୁ ହୋଇଥିବା ସମସ୍ତ କ୍ଷତିର ଭରଣା କରିବାରେ ସମୟ ସହାୟକ ହେବ । ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ନୂତନ ଆୟର ମାର୍ଗ ଉନ୍ମୁକ୍ତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଅନ୍ୟକୁ ଦେଇଥିବା ଧନ ଓ ବକେୟା ଧନ ପ୍ରାପ୍ତି ହେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : କଫି, ସଂଖ୍ୟା : ୦୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଦିବା ୧୧ଟା ୩୪ ମିନିଟ୍‌ ପର୍ଯ୍ୟନ୍ତ ନବମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ମାନ ସମ୍ମାନ ହାନି ଘଟିବ । ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା ଏବଂ କର୍ମରେ ବିଫଳତାର ସାମ୍ନା କରିବେ । ଏହା ପରେ ଦଶମ ଚନ୍ଦ୍ର ଯୋଗୁ ସ୍ଥିତିରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ଆସିବ ଏବଂ ମନରେ ପ୍ରସନ୍ନତା, ସମସ୍ତ କର୍ମରେ ତତ୍ପରତା, ସମସ୍ତଙ୍କର ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାତୀତ ସଫଳତା ଓ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହେବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା : ୦୨, ଆରାଧନା : ମା’ ତାରା ।

ବିଛା :  ଘାତବାର ଏବଂ ଅଷ୍ଟମ ଓ ନବମ ଚନ୍ଦ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଗୁରୁଜନ, କ୍ଷମତାଶାଳୀ ବ୍ୟକ୍ତି, ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ ହୋଇପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୦୬, ଆରାଧନା : ପ୍ରଭୁ ହନୁମାନ ।

ଧନୁ :  ଦିବା ୧୧ଟା ୩୪ ମିନିଟ୍‌ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଓ ଘାତବାର, ଘାତତିଥି ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଏହା ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଚାଲିଚଳନରେ ଅସ୍ୱାଭାବିକତା ଓ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୦୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଷଷ୍ଠ ଓ ସପ୍ତମ ଚନ୍ଦ୍ର, ଶୁକ୍ରବାର ଓ ଘାତତିଥି ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିବାର ପ୍ରତି ଅଧିକ ଯତ୍ନବାନ ହେବେ ଏବଂ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନରେ ଆୟ ଅତି ଉତ୍ତମ ହେବ  । କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।  

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୦୩, ଆରାଧନା :  ମା’ ଚଣ୍ଡୀ ।

କୁମ୍ଭ : ଦିବା ୧୧ଟା ୩୪ ମିିନିଟ୍‌ ପର୍ଯ୍ୟନ୍ତ ପଞ୍ଚମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟରେ ସ୍ୱଳ୍ପ ଆୟ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଏହା ପରେ ଷଷ୍ଠ ଚନ୍ଦ୍ର ଯୋଗୁ ସମସ୍ତ ଦୁଃଖ, କ୍ଲେଶ ଓ ଅବସାଦରୁ ମୁକ୍ତ ହେବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।  

ଶୁଭ ରଙ୍ଗ :  ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

ମୀନ : ଦିବା ୧୧ଟା ୩୪ ମିନିଟ୍‌ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ ମଧ୍ୟମ ଆୟ ଏବଂ କର୍ମରେ କିଛିଟା ସଫଳତା ମିଳିବ । ଏହା ପରେ ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି ଏବଂ ମାନସିକ ଅବସାଦ, ବିଦ୍ୟାରେ ଅସଫଳ, ସମସ୍ତ କର୍ମରେ ଅସଫଳ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ସନ୍ତାନମାନଙ୍କର କର୍ମକୁ ନେଇ ଚିନ୍ତିତ ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ସମସ୍ୟାରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବଭାତ୍ର ମୀନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୦୭, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.