ପ୍ରମୂଖ ଖବର
  • ଏପ୍ରିଲ ୨୨ରୁ ଜୁନ୍‌ ୧୭ ମଧ୍ୟରେ କଥା ହୋଇନଥିଲେ ମୋଦୀ-ଟ୍ରମ୍ପ, ମଧ୍ୟସ୍ଥତା ଦାବିକୁ ଖଣ୍ଡନ କଲେ ଏସ୍‌. ଜୟଶଙ୍କର
  • ||
  • ଏମ୍ସରେ ନର୍ସଙ୍କୁ ଅସଦାଚାରଣ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ଦାବିରେ ଠିକା କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
  • ||
  • ସାକ୍ଷୀଗୋପାଳ ମାଳତିପାଟପୁର ଷ୍ଟେସନ ନିକଟରେ ପୁରୀ-ବଦ୍ରୀନାଥ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଟ୍ରାକ୍ଟର ଚୁରମାର
  • ||
  • ଭାରତକୁ ହରାଇ ଭାରତ ଚାମ୍ପିଅନ; ଚେସ୍ ବିଶ୍ବକପରେ ଇତିହାସ, ଦିବ୍ୟା ଦେଶମୁଖ ଜିତିଲେ ଟାଇଟଲ୍
  • ||
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ପିଜିଟି ଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀଙ୍କୁ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ଶିକ୍ଷା ପ୍ରଦାନ କରିବାକୁ ପରାମର୍ଶ

Published By : Suraj Kumar | July 28, 2025 5:26 PM

ଭୁବନେଶ୍ୱର, ୨୮ ।୭ :  ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ପାଇଁ ୫ ଦିନିଆ ପ୍ରଶିକ୍ଷଣ ଶିବିର ଶିରିପୁରସ୍ଥିତ ଇମେଜଠାରେ  ସୋମବାର ଆରମ୍ଭ ହୋଇଛି।  ଉଦଘାଟନୀ ଅଧିବେଶନରେ ବିଦ୍ୟାଳୟ  ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଶୁଭଶ୍ରୀ ନନ୍ଦ,   ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶିକା ସସ୍ମିତା ମାଳି, ସ୍ନିଗ୍ଧା ମିଶ୍ର, ଜୁଲି ମଙ୍ଗରାଜ ଓ ଉପ-ନିର୍ଦ୍ଦେଶକ ଜିତେନ୍ଦ୍ର ନାୟକ ଯୋଗ ଦେଇ ଥିଲେ ।   

ଏଥିରେ ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ନନ୍ଦ କହିଛନ୍ତି, ଛାତ୍ରଛାତ୍ରୀମାନଙ୍କର ସର୍ବାଙ୍ଗୀନ ଉନ୍ନତି ଓ ସେମାନଙ୍କର ଚରିତ୍ର ଗଠନ ନିମନ୍ତେ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ନମ୍ର ହେବାକୁ ପଡ଼ିବ । ଛାତ୍ରଛାତ୍ରୀମାନଙ୍କର ମାନସିକ ଚାପକୁ ହ୍ରାସ କରିବା ପାଇଁ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ଶିକ୍ଷା ପ୍ରଦାନ କରିବା ସହ ଅଭିଭାବକମାନଙ୍କୁ ମଧ୍ୟ ସଚେତନ କରାଇବାର ଆବଶ୍ୟକତା ରହିଛି । ଏଥିସହ ଏକବିଂଶ ଶତାବ୍ଦୀର ଶିକ୍ଷାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଜାତୀୟ ଶିକ୍ଷା ନୀତିରେ ଥିବା ଧନ୍ଦାମୂଳକ, ବୈଷୟିକ, ଦକ୍ଷତା ବିକାଶ ଓ ଡିଜିଟାଲ୍ ଶିକ୍ଷାକୁ ପ୍ରାଧାନ୍ୟ ଦେବା ପାଇଁ ଶ୍ରୀମତୀ ନନ୍ଦ ଗୁରୁତ୍ବ ଦେଇଥିଲେ ।  ସେହିପରି ଯୁଗ୍ମ ନିର୍ଦ୍ଦେଶିକା ସସ୍ମିତା ମାଳି ସ୍ବାଗତ ଅଭିଭାଷଣ ପ୍ରଦାନ କରିବା ସହ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ତାଲିମ୍ କାର୍ଯ୍ୟକ୍ରମରେ ଉଦ୍ଦେଶ୍ୟ ସମ୍ପର୍କରେ ସୂଚନା ଦେଇଥିବା ବେଳେ ଯୁଗ୍ମ ନିର୍ଦ୍ଦେଶିକା ସ୍ନିଗ୍ଧା ମିଶ୍ର ଧନ୍ୟବାଦ ଦେଇଛନ୍ତି ।  ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ଇତିହାସ ଓ ଇଂରାଜୀ ବିଷୟର ସ୍ନାତକୋତ୍ତର ବା ପିଜିଟି ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ପ୍ରଶିକ୍ଷଣ ଦିଆଯାଇଛି।  ଏହି ପ୍ରଶିକ୍ଷଣରେ ୧୦୦ ଜଣ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି ।

 ଏହି ପାଞ୍ଚ ଦିନିଆ ତାଲିମ୍ କାର୍ଯ୍ୟକ୍ରମରେ ପିଜିଟିମାନଙ୍କ ଦକ୍ଷତା ବିକାଶ ଉପରେ ପ୍ରାଧାନ୍ୟ ଦିଆଯିବ । ଓଡ଼ିଶା କ୍ୟାରିୟର ପୋର୍ଟାଲ୍ ପରିଚାଳନା, ଶିକ୍ଷକମାନଙ୍କ ବୃତ୍ତିଗତ ବିକାଶ, ଶ୍ରେଣୀଗୃହ ପରିଚାଳନା ଓ ଶିକ୍ଷଣ ଦକ୍ଷତା ବିକାଶ, ଗ୍ରୁପ୍ ଆକ୍ଟିଭିଟି,  ଆକାଂକ୍ଷା ବିଦ୍ୟାଳୟର ଗଠନ ଆଦି ସମ୍ପର୍କରେ ତାଲିମ୍ ଦିଆଯିବ । ଏଥିସହ ପୂର୍ବରୁ କରାଯାଇଥିବା ତାଲିମ୍ କାର୍ଯ୍ୟକ୍ରମରୁ ମତାମତ ଗ୍ରହଣ କରିବା ପରେ ଚଳିତ ତାଲିମ୍ କାର୍ଯ୍ୟକ୍ରମରେ ଆଇ-ଜିଓଟି କର୍ମଯୋଗୀ ଆପ୍ ର ବ୍ୟବହାର, ଧନ୍ଦାମୂଳକ ଶିକ୍ଷା, ଛାତ୍ରବୃତ୍ତି, ସୁସ୍ଥ ଶ୍ରେଣୀଗୃହ ପାଇଁ ବ୍ୟକ୍ତିଗତ ପୁଷ୍ଟିସାରସ୍ତର ବୃଦ୍ଧି ଓ ସ୍ୱାସ୍ଥ୍ୟର ଉନ୍ନତି, କ୍ଲାଇମେଟ୍ ରେଜିଲିଏଣ୍ଟ ବିଦ୍ୟାଳୟ ଆଦି ସମ୍ପର୍କରେ ତାଲିମ୍ ଦିଆଯିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.