ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଅନାସ୍ଥା ଭୋଟରେ ପଦବୀ ହରାଇଲେ ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା

ଫୁଲବାଣୀ, ୨୩/୭ : ଦୀର୍ଘ ଚାରି ମାସ ଧରି ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ଚାଲିଥିବା ନାଟକର ଅନ୍ତ ଘଟିଛି। ଆଜି ପ୍ରସ୍ତାବ ଉପରେ ଅନୁଷ୍ଠିତ ମତଦାନରେ ପରାଜିତ ହୋଇଛନ୍ତି ଅଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି। ୧୩ ଜଣ କାଉନସିଲରଙ୍କ ମଧ୍ୟରୁ ୧୧ ଜଣ ମତଦାନରେ ଅଂଶଗ୍ରହଣ କରିଥିଲେ। ୧୦ ଜଣ ଅନାସ୍ଥା ସପକ୍ଷରେ ଭୋଟ ଦେଇଥିବା ବେଳେ ଗୋଟିଏ ଭୋଟ ନାକଚ ହୋଇଥିଲା। ବିଜେପିର ଦୁଇ କାଉନସିଲର ଆଜିର ବୈଠକରେ ଅନୁପସ୍ଥିତ ରହିଥିଲେ। 

ସୂଚନାଯୋଗ୍ୟ, ସ୍ମିତାରାଣୀ ବିଜେପି ପ୍ରାର୍ଥୀ ଭାବେ ନିର୍ବାଚନ ଜିତି ପୌରାଧ୍ୟକ୍ଷା ହୋଇଥିଲେ। ବର୍ତ୍ତମାନ ଫୁଲବାଣୀ ପୌର ପରିଷଦରେ ବିଜେଡିର ୭ ଜଣ କାଉନସିଲର ଥିବା ବେଳେ ବିଜେପିର ୪ ଜଣ ଅଛନ୍ତି। ଦୁଇ ସ୍ବାଧୀନ କାଉନସିଲର ବିଜେଡିକୁ ସମର୍ଥନ ଦେଉଛନ୍ତି। ଗତ ଏପ୍ରିଲ ୧୦ ତାରିଖରେ ବିଜେଡିର ୭, ବିଜେପିର ଦୁଇ ଓ ଦୁଇ ସ୍ବାଧୀନ କାଉନସିଲରଙ୍କୁ ମିଶାଇ ସମୁଦାୟ ୧୧ ଜଣ ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଆଣିଥିଲେ। ଏନେଇ ବୈଠକ ପୂର୍ବରୁ ଦୁଇ ଥର ବିଭିନ୍ନ କାରଣରୁ ବାତିଲ ହୋଇ ଶେଷରେ ଆଜି ଅନାସ୍ଥା ଉପରେ ଆଲୋଚନା ସହ ମତଦାନ ହୋଇଥିଲା। ନିର୍ବାଚନ ଅଧିକାରୀ ଭାବେ ଫୁଲବାଣୀ ଉପଜିଲ୍ଲାପାଳ ଚିତ୍ତ ରଞ୍ଜନ ମହନ୍ତ ବୈଠକ ପରିଚାଳନା କରିଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.