ପ୍ରମୂଖ ଖବର
  • ଭୁବନେଶ୍ବର : ତ୍ରି-ସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ
  • ||
  • ଭୁବନେଶ୍ବର : ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ, ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ
  • ||
  • ଭୁବନେଶ୍ଵର : ଦୂର ହେଲା ମାତୃତ୍ୱ ଛୁଟି ଦ୍ଵନ୍ଦ୍ଵ, ପ୍ରସବ ତାରିଖର ୩ ମାସ ପୂର୍ବରୁ କିମ୍ଵା ପ୍ରସବର ୬ ମାସ ମଧ୍ୟରେ ମିଳିବ ୧୮୦ ଦିନର ଛୁଟି
  • ||
  • କଟକ : ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ; ୨ ଗୁରୁତର
  • ||
  • ଭୟଙ୍କର ବିସ୍ଫୋରଣରେ ଥରିଲା ପାକିସ୍ତାନ; ୪ ଶିଶୁ ମୃତ, ୩୮ ଆହତ
  • ||
  • ସୁନ୍ଦରଗଡ଼ : କଲେଜ୍ ବ୍ରିଜ୍‌କୁ ଦୁର୍ବଳ ଘୋଷଣା ପରେବି ଅବାଧରେ ଯାତାୟାତ କରୁଛି ଭାରୀ ଯାନ, କାର୍ଯ୍ୟାନୁଷ୍ଠାନ ନନେଲେ ଭୁଶୁଡ଼ିବ ପୋଲ
  • ||
  • ସୁନ୍ଦରଗଡ଼ : କୋଏଲ ନଦୀରେ ବୁଡ଼ି ନିଖୋଜ ହୋଇଥିଲେ ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଝାରସୁଗୁଡା : ବାର୍‌ହା ଆକ୍ରମଣରେ ମାଆ ଓ ପୁଅ ଗୁରୁତର, ଡାକ୍ତଖାନାରେ ଭର୍ତ୍ତି
  • ||
  • ଜୁନ୍‌ ୨୩ରେ ପଞ୍ଚାୟତ ଉପନିର୍ବାଚନ; ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଭୋଟ୍‌, ୨୪ରେ ଫଳାଫଳ
  • ||
  • International Tea Day: ଦିନ ଆରମ୍ଭ ହୁଏ ସଞ୍ଜ ବି ସରେ ତାରି ପାଖରେ, କର୍ମକ୍ଲାନ୍ତ ଜୀବନରେ ସେ ତାଜାପଣ ଆଣେ...
  • ||
  • କନ୍ଧମାଳ : ତହସିଲ ଅଫିସରେ ଲାଞ୍ଚ ନେଉଥିଲେ କିରାଣୀ, ଭିଡିଓ ଭାଇରାଲ...
  • ||
  • ଭୁବନେଶ୍ଵର : ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ, ସିଏଚ୍‌ଏସ୍‌ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ : ଉପକୂଳ ଓ ପଶ୍ଚିମ ଓଡ଼ିଶାରୁ ଖସୁନି ତାତି, ୫ ଦିନରେ କେରଳ ଛୁଇଁପାରେ ମୌସୁମୀ
  • ||
  • ମୟୂରଭଞ୍ଜ : ଚୋରି ବଳଦ ସହ ଗାଡ଼ି ଜବତ, ଡ୍ରାଇଭର ଏବଂ ସହଯୋଗୀ ଫେରାର
  • ||
  • ବଲାଙ୍ଗୀର : ମୋବାଇଲ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ
  • ||

ଗୋରୁ ବୋଝେଇ ପିକଅପ ଭ୍ୟାନ ଜବତ, ୨ ଗିରଫ

Published By : Prameya | May 19, 2025 11:00 PM

ତିଗିରିଆ ୧୯/୫- କିଛି ଦିନର ବ୍ୟବଧାନ ପରେ ନମ୍ବର ବିହୀନ ବୋଲେରୋ ପିକ୍ ଅପ୍ ଭ୍ଯାନ ରେ ବେଆଇନ ଗୋ ଚାଲାଣ ହେଉଥିବା ବେଳେ କାବୁ କରିଛି ତିଗିରିଆ ପୋଲିସ  |  ପିକଅପ ଭ୍ୟାନରୁ ୭ ଗୋରୁ ଜବତ କରିବା ସହ ପୋଲିସ ୨ ଜଣଙ୍କୁ ଗିରଫ କରିଛି।

ତିଗିରିଆ ଥାନା ଅନ୍ତର୍ଗତ ଶାସନ ଛକରେ ଗୋଟିଏ ନମ୍ବର ବିହୀନ ବୋଲେରୋ ପିକ୍ ଅପ୍ ଭ୍ଯାନ ରେ ଗୋଟିଏ ବଳଦ ସହିତ ୭ ଟି ଗୋରୁ ନିଆଯାଉଥିଲା।  ତିଗିରିଆ ପୋଲିସ ପେଟ୍ରୋଲିଂ କରୁଥିବା ବେଳେ ଗାଡିକୁ ପିଛା କରି ଧରିଥିଲା। ଏଥିସହ ଗୋରୁ ମାନଙ୍କୁ ଉଦ୍ଧାର କରିବା ସହ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି | ଗିରଫ ଅଭିଯୁକ୍ତ ହେଲେ ଅନୁଗୁଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ତଳମୂଳ ଗ୍ରାମର ରାକେଶ ସାହୁ ଓ ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅନ୍ତର୍ଗତ ପାନଘୁଡୁଘୁଡା ଗ୍ରାମର ସାମନ୍ତ ବିଶ୍ଵାଳ l 

  ତିଗିରିଆ ପୋଲିସ ପକ୍ଷରୁ ମାମଲା ରୁଜୁ କରାଯାଇ ଦୁଇ ଗୋ ଚାଲାଣ କାରୀଙ୍କୁ ଗିରଫ୍ କରାଯାଇ କୋର୍ଟ ଚାଲାଣ କରାଯାଇଛି। ବୋଲେରୋ ପିକ୍ ଅପ୍ ଭ୍ଯାନ କୁ ଜବତ କରାଯାଇଛି ବୋଲି ତିଗିରିଆ ଥାନା ଅଧିକାରୀ ସମରେନ୍ଦ୍ର ପାଇକରାୟ ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.