ରଣପୁର,୧୦/୦୧: କାଳିଜାଇ ଯିବା ବେଳେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ । ଜଣ୍ଡିସି ଛକରେ ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସିଲା ପିକ୍ନିକ୍ ବସ୍ । ବସ୍ରେ ୪୦ ଜଣ ଯାତ୍ରୀ ଯାତ୍ରା କରୁଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ଏବଂ ଜଣେ ପ୍ରାଣ ହରାଇଛନ୍ତି । ସମସ୍ତ ଆହତଙ୍କୁ ରଣପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ବେଳେ କିଛି ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ନୟାଗଡ଼ ଜିଲ୍ଲା ରଣପୁର ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।
ସୂଚନା ମୁତାବକ, ଏକ ଯାତ୍ରୀବହୀ ବସ୍ ଗୁଣ୍ଠୁଣି ଗାଁରୁ ୪୦ ଜଣ ଯାତ୍ରୀଙ୍କୁ ନେଇ କାଳିଜାଇ ଯାଉଥିଲା । ଏହି ସମୟରେ ଜଣ୍ଡିସି ଛକରେ ପିକ୍ନିକ୍ ବସ୍ଟି ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସି ପଡ଼ିଥିଲା । ଫଳରେ ୩୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ଜଣେ ପ୍ରାଣ ହରାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ । ସେମାନଙ୍କ ମଧ୍ୟରୁ ଆହତଙ୍କୁ ରଣପୁର ମେଡ଼ିକାଲରେ ଭର୍ତ୍ତି କରିଥିଲେ । ଆହତଙ୍କ ମଧ୍ୟରୁ କିଛି ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି ।