ପ୍ରମୂଖ ଖବର
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପ୍ରାର୍ଥୀବ ଶରୀରର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • କଟକ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରେଭେନ୍ସା ବିଶ୍ୱବିଦ୍ୟାଳୟ ୧୩ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ
  • ||
  • ମଙ୍ଗଳବାରଠୁ ଆଧାର ଓଟିପିରୁ ବୁକ୍‌ ହେବ ତତ୍କାଳ ଟିକଟ, ପ୍ରଥମ ୩୦ ମିନିଟ୍‌ ଏଜେଣ୍ଟ କରିପାରିବେନି ବୁକିଂ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ପୁରୀ ମାଳତୀପାଟପୁର ବସଷ୍ଟାଣ୍ଡରେ ଅଘଟଣ, ଜଳିଗଲା ତୀର୍ଥଯାତ୍ରୀ ବସ୍

Published By : Rasmita Pradhan | April 8, 2025 10:57 AM

ପୁରୀ, ୦୮/୦୪ : ପୁରୀରେ ପୁଣି ଅଗ୍ନିକାଣ୍ଡ। ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଗଲା ତୀର୍ଥଯାତ୍ରୀ ବସ୍। ପୁରୀ ମାଳତୀପାଟପୁର ବସଷ୍ଟାଣ୍ଡ ଠାରେ ଏଭଳି ଅଭାବନୀୟ ଘଟଣା ଘଟିଛି। ବସ୍ ଭିତରେ ରୋଷେଇ କରୁଥିବା ସମୟରେ ନିଆଁ ଲାଗିଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ବସ୍‌ଟି ପଶ୍ଚିମବଙ୍ଗର ହୋଇଥିବା ସୂଚନା ମିଳିଛି। 

ଅପର ପକ୍ଷରେ ପୁରୀ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପଛପଟେ ମଙ୍ଗଳବାର ସକାଳୁ ଅଗ୍ନିକାଣ୍ଡ ଘଟିଥିଲା।‌ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପଛପଟେ ରଖାଯାଇଥିବା ପୁରୁଣା ବ୍ୟାରିକେଡ୍‌ ଗୁଡ଼ିକରେ ନିଆଁ ଲାଗି ଯାଇଥିଲା। ଲୁହା, ପ୍ଲାଷ୍ଟିକ ଓ କାଠରେ ନିର୍ମିତ ବ୍ୟାରିକେଡ୍‌ ଗୁଡ଼ିକ ହୁତୁହୁତୁ ହୋଇ ଜଳି ଉଠିଥିଲା। ସମ୍ପୂର୍ଣ୍ଣ ପରିବେଶ ଧୂଆଁମୟ ହୋଇଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। 

ଏହି ଖବରଟିକୁ ପଢନ୍ତୁ-ପୁରୀ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପଛପଟେ ଅଗ୍ନିକାଣ୍ଡ, ପୁରୁଣା ବ୍ୟାରିକେଡ୍‌ ଗୁଡ଼ିକରେ ଲାଗିଲା ନିଆଁ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.