ପ୍ରମୂଖ ଖବର
  • ଶରଧାବାଲି ଦଳାଚକଟା ଘଟଣା: ଉନ୍ନୟନ କମିଶନରଙ୍କ ରିପୋର୍ଟକୁ ତର୍ଜମା କରୁଛନ୍ତି ମୁଖ୍ୟମନ୍ତ୍ରୀ
  • ||
  • ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ; ୭ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି
  • ||
  • ଅନୀଲ ଅମ୍ବାନୀଙ୍କୁ ଇଡ଼ି ସମନ, ୧୭ ହଜାର କୋଟି ଟଙ୍କାର ଋଣ ଠକେଇ ମାମଲାରେ ହେବ ପଚରାଉଚରା
  • ||
  • ବିଜେପିକୁ ବଡ଼ ଝଟ୍‌କା, ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ NDA ସହିତ ସମ୍ପର୍କ ଭାଙ୍ଗିଲା ଓପିଏସ୍‌
  • ||
  • କୋରିଅର୍‌ ସଂସ୍ଥାରେ ମିଳିତ ଚଢ଼ାଉ, ୧୭ ହଜାର ବୋତଲ କଫ୍‌ ସିରପ୍‌ ଜବତ
  • ||
  • ଶୁକ୍ରବାର ବିଏଡ୍‌ ପ୍ରବେଶିକା ପରୀକ୍ଷା ଫଳ, ୮ରେ ପ୍ରଥମ ପର୍ଯ୍ୟାୟ ସିଟ୍‌ ଆବଣ୍ଟନ, ୧୧ରୁ ନାମଲେଖା
  • ||
  • ଦିଗପହଣ୍ଡି : ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ଟ୍ୟୁସନ ସାର୍ ଗିରଫ
  • ||
  • ଫୁଟିଲା ଟାରିଫ୍ ବୋମା; ୧୦ରୁ ୪୧% ଯାଏ ରେସିପ୍ରୋକାଲ ଟାରିଫ୍ ଆଦେଶ ଉପରେ ଟ୍ରମ୍ପଙ୍କ ସାଇନ୍, ଭାରତ ସମେତ ୭୦ ଦେଶ ଉପରେ ପଡିବ ପ୍ରଭାବ
  • ||
  • ୩ ମାସ ପରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା, ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||
  • ରାଜ୍ୟରେ ଏବେ କାଁ ଭାଁ ବର୍ଷା ସମ୍ଭାବନା, ବଢ଼ିବ ତାପମାତ୍ରା: ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଆମେରିକାର F-35 ଫାଇଟର ଜେଟ୍ ଦୁର୍ଘଟଣାଗ୍ରସ୍ତ: ଅଳ୍ପକେ ବର୍ତ୍ତିଗଲେ ପାଇଲଟ୍

Published By : Anindita Ratha | July 31, 2025 10:27 AM

ନୂଆଦିଲ୍ଲୀ,୩୧/୦୭: ଆମେରିକାର F-35 ଫାଇଟର ଜେଟ୍ ଦୁର୍ଘଟଣାଗ୍ରସ୍ତ।  କାଲିଫର୍ନିଆର ଫ୍ରେସନୋ ନିକଟସ୍ଥ ଲେମୁର ନାଭାଲ ଏୟାରଷ୍ଟେସନ ନିକଟରେ ଏହି ଦୁର୍ଘଟଣା ହୋଇଛି। ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି ।

ସୂଚନା ମୁତାବକ, F-35C ନାମକ ଲଢ଼ୁଆ ବିମାନ ଉଡ଼ାଣ ସମୟରେ ହଠାତ୍ ବିମାନରରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା। ଯାହା ଫଳରେ ପାଇଲଟଙ୍କୁ ହଠାତ୍ ବିମାନରୁ ବାହାରକୁ ବାହାରିବାକୁ ପଡିଥିଲା। ପାଇଲଟ୍ ସଠିକ୍ ସମୟ ମଧ୍ୟରେ ସିଟ୍ ଇଜେକ୍ଟ କରିଥିଲେ । ପରେ ପାରାସୁଟ୍ ସାହାଯ୍ୟରେ ସୁରକ୍ଷିତ ଭାବରେ ଅବତରଣ କରିଥିଲେ । ତାଙ୍କୁ ସାମାନ୍ୟ ଆଘାତ ଲାଗିଥିବା ବେଳେ ଡା଼କ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଡିଆ ରିପୋର୍ଟ ଅନୁଯାୟୀ, ଏହି ଦୁର୍ଘଟଣା ଦିନବେଳେ ଘଟିଛି, ଯାହାର ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଛି। ଭାଇରାଲ ଭିଡିଓରେ ଦେଖିବାକୁ ମିଳିଛି ଯେ ବିମାନଟି କ୍ରାସ୍ ପରେ ଜଳିଯାଇଛି। ତେବେ ଏହି ଘଟଣାକୁ ନେଇ ଆମେରିକା ନୌସେନା ତଦନ୍ତ ଆରମ୍ଭ କରିଛି ।  ବିଶେଷଜ୍ଞଙ୍କ ମତରେ, ଏହି ଦୁର୍ଘଟଣା  F-35 ଲଢ଼ୁଆ ବିମାନର ଯୋଗ୍ୟତା ଉପରେ ପ୍ରଶ୍ନ ଉଠାଇଛି। ଗତ କିଛି ବର୍ଷ ମଧ୍ୟରେ, ଏହି ବିମାନ ସହିତ ଜଡିତ ଅନେକ ଘଟଣା ସାମ୍ନାକୁ ଆସିଛି, ଯାହା ପୁଣି ଏହାର ରକ୍ଷଣାବେକ୍ଷଣ ଏବଂ ବୈଷୟିକ ବ୍ୟବସ୍ଥା ଉପରେ ଆଲୋଚନା ଆରମ୍ଭ କରିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.