ଭୁବନେଶ୍ୱର ୧୭/୦୫: ଆସନ୍ତା ୨୦ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ କରିବାକୁ ସିଏଚ୍ଏସ୍ଇ ଲକ୍ଷ୍ୟ ରଖିଛି । ଏହି ପ୍ରକ୍ରିୟା ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ରହିଛି । ଆସନ୍ତା ୪ରୁ ୫ ଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ ପାଇବାର ସମ୍ଭାବନା ରହିଛି ।
ସୂଚନାଯୋଗ୍ୟ, ଯୁକ୍ତ ଦୁଇ ପରୀକ୍ଷା ଫେବ୍ରୁଆରୀ ୧୮ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨୮ରେ ଶେଷ ହୋଇଥିଲା । ମେ ୧ ତାରିଖ ସୁଦ୍ଧା ଖାତା ଦେଖା ଶେଷ ହୋଇଛି । ଗ୍ରୀଷ୍ମ ପ୍ରବାହ ପାଇଁ ଖାତା ଦେଖାରେ ସାମାନ୍ୟ ବିଳମ୍ବ ହୋଇଥିବାରୁ ପରୀକ୍ଷା ଫଳ ପ୍ରକାଶରେ ମଧ୍ୟ ବିଳମ୍ବ ହୋଇଛି ବୋଲି ଜଣେ ଅଧିକାରୀ କହିଛନ୍ତି । ସୂଚନାଯୋଗ୍ୟ, ପୂର୍ବରୁ ମେ ୧୫ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ କରିବାକୁ ସିଏଚ୍ଏସ୍ଇ ଲକ୍ଷ୍ୟ ରଖିଥିଲା ।