ପ୍ରମୂଖ ଖବର
  • ଭୁବନେଶ୍ବର : ରାଜ୍ୟ କ୍ୟାବିନେଟର ଢାଞ୍ଚା ବଦଳିବ , ୩ ଦିନ ପୂର୍ବରୁ କ୍ୟାବିନେଟରେ ସମସ୍ତ ପ୍ରସ୍ତାବ ହେବ ଚୂଡ଼ାନ୍ତ
  • ||
  • Operation sindoor; 'ଲୁଚିବାକୁ ମିଳିବନି ଜାଗା...ପାକିସ୍ତାନକୁ ଗାତ ଖୋଳିବାକୁ ହେବ' ଭାରତୀୟ ସେନାର ଟଫ୍ ଅଫିସରଙ୍କ ଚେତାବନୀ
  • ||
  • ଖୁବ୍‌ଶୀଘ୍ର ପ୍ରକାଶ ପାଇଁ ଯୁକ୍ତ ୨ ରେଜଲ୍ଟ୍, ବଢ଼ିବ ଯୁକ୍ତ ୩ ନାମଲେଖା ଆବେଦନ ଅବଧି
  • ||
  • କଡ଼ ଲେଉଟାଇଲାଣି କରୋନା; ମୁମ୍ୱାଇରେ ୫୩ ପିଜିଟିଭି, ୨ ମୃତ
  • ||
  • ଜୟଦେବ ବିହାର-ନନ୍ଦନକାନନ ଏଲିଭେଟେଡ୍‌ ରୋଡ୍‌ କରିଡର, ଦୁଇଥାକିଆ ରାସ୍ତା ପାଇଁ ହେବ ସାନି ଟେଣ୍ଡର
  • ||
  • ବ୍ରହ୍ମପୁର : ସଦର ଥାନା ଅନ୍ତର୍ଗତ ବୁଢ଼ୀଘରା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ, ଜଣେ ମୃତ ୪ ଆହତ
  • ||
  • ଚିନ୍ତା ବଢ଼ାଇଛି କରୋନାର ନୂଆ ଭାରିଆଣ୍ଟ: ସିଙ୍ଗାପୁର, ହଂକଂରେ ବଢ଼ିଲା ସଂକ୍ରମଣ, ଚୀନ୍‌ ଓ ଥାଇଲାଣ୍ଡକୁ ଆଲର୍ଟ ଜାରି
  • ||
  • IPL 2025 : ଆଜି ସୁପରକିଙ୍ଗ୍‌ସ-ରାଜସ୍ଥାନ ରୟାଲ୍ସ ମୁକାବିଲା
  • ||
  • ଯୁଦ୍ଧବିରତି ପାଇଁ ରାଜି ହେଲା ଋଷ; ପୁଟିନ ଓ ଟ୍ରମ୍ପଙ୍କ ମଧ୍ୟରେ ହେଲା ଫୋନରେ ବାର୍ତ୍ତାଳାପ
  • ||
  • ଆସନ୍ତା ୨୧ରୁ ୨୩ ଯାଏ ବଢ଼ିବ କାଳବୈଶାଖୀ, ଆଜି ୧୮ ଜିଲ୍ଲାକୁ ଆଲର୍ଟ ଜାରି: ଉପକୂଳ ଗରମ ଓ ଗୁଳୁଗୁଳି ଜାରି
  • ||

ଖୁବ୍‌ଶୀଘ୍ର ପ୍ରକାଶ ପାଇଁ ଯୁକ୍ତ ୨ ରେଜଲ୍ଟ୍, ବଢ଼ିବ ଯୁକ୍ତ ୩ ନାମଲେଖା ଆବେଦନ ଅବଧି

Published By : Prameya | May 20, 2025 11:59 AM

ଭୁବନେଶ୍ବର ୨୦/୫:  ଦିନେ କି ଦୁଇ ଦିନ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ  ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ଯୁକ୍ତ ଦୁଇ ଫଳ ପ୍ରକାଶ ନେଇ ସିଏଚ୍‌ଏସ୍‌ଇ ପକ୍ଷରୁ ପ୍ରକ୍ରିୟା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ଜଣାପଡିଛି। 

ମନ୍ତ୍ରୀ କହିଛନ୍ତି, ଯୁକ୍ତ ଦୁଇ ଫଳ ବାହାରିବାକୁ ଆଉ ବିଳମ୍ବ ହେବନି । ପିଲାମାନେ ବ୍ୟସ୍ତ ହୁଅନ୍ତୁ ନାହିଁ । ଏକାସାଙ୍ଗରେ କଳା,ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷ ଫଳ ପ୍ରକାଶ ପାଇବ। ଅନ୍ୟପଟେ ଯେହେତୁ ଯୁକ୍ତ ତିନି ନାମଲେଖା ଆବେଦନର ଆଜି ଶେଷ ତାରିଖ ରହିଛି। ତେଣୁ  ଉଚ୍ଚ ଶିକ୍ଷା ବିଭାଗକୁ ସମୟସୀମା ବୃଦ୍ଧି କରିବାକୁ ନିବେଦନ କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, +୩ ପାଇଁ ନାମଲେଖା ଆବେଦନ ଅବଧି ବୃଦ୍ଧି ହେବା ପ୍ରତିଶ୍ରୁତି ମିଳିଛି। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଏଥିରେ ଯୁକ୍ତ ୩ ନାମଲେଖା ଆବେଦନ ସମୟ ସୀମା ବୃଦ୍ଧି କରିବାକୁ ଆଲୋଚନା କରାଯାଇଛି। ତେବେ ସମୟସୀମା ବୃଦ୍ଧି କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ଗତ ମାର୍ଚ୍ଚ ୨୮ରେ ଯୁକ୍ତ ଦୁଇ ପରୀକ୍ଷା ଶେଷ  ହୋଇଥିଲା । ଏଥିରେ ରାଜ୍ୟର ୩ ଲକ୍ଷ ୯୩ ହଜାର ୬୧୮ ଜଣ ପିଲା ପରୀକ୍ଷା ଦେଇଛନ୍ତି । ଏପ୍ରିଲ୍‌ ୨ ତାରିଖରୁ ଖାତା ଦେଖା ଆରମ୍ଭ  ହୋଇ ମେ ୧ ତାରିଖ ସୁଦ୍ଧା ଖାତା ଦେଖା ଶେଷ ହୋଇଛି ।ଗ୍ରୀଷ୍ମ ପ୍ରବାହ ପାଇଁ ଖାତା ଦେଖାରେ ସାମାନ୍ୟ ବିଳମ୍ବ ହୋଇଥିବା ଜଣାପଡିଛି। ତେଣୁ ଯୁକ୍ତ ଦୁଇ ରେଜଲ୍ଟ ବାହାରିବାରେ ବିଳମ୍ବ ସାମାନ୍ୟ ବିଳମ୍ବ ହୋଇଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.