ପ୍ରମୂଖ ଖବର
  • ଚଣ୍ଡିଖୋଲ : ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ସମୟରେ ଅଘଟଣ, ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ
  • ||
  • ଆନନ୍ଦପୁର : ପାରିବାରିକ କଳହର କରୁଣ ପରିଣତି, ବିଷ ପିଇ ଜୀବନ ହାରିଲେ ଦମ୍ପତି
  • ||
  • ବୌଦ୍ଧରେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ପ୍ରଥମ ରୋଗୀ ଚିହ୍ନଟ, ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଯୁବକ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ, ଚାଏ ପେ ଚର୍ଚ୍ଚାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
  • ||
  • କୋରାପୁଟ : ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଚଢାଉ; ୨୫ କିଲୋ ଗଞ୍ଜେଇ ଜବତ, ୨ ମହିଳା ଗିରଫ
  • ||
  • ସମ୍ବଲପୁର: ମେଜିକ୍ ନମ୍ବର ଛୁଇଁଲା ହୀରାକୁଦ ଜଳସ୍ତର, ସକାଳ ୯ଟା ସୁଦ୍ଧା ୬୩୦ ଫୁଟ୍ ଜଳସ୍ତର
  • ||
  • କଟକ : ରାତ୍ରିକାଳୀନ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ; ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ, ଡ୍ରାଇଭର ଗୁରୁତର
  • ||
  • ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ଆଜି ରାଜଭବନ ଆଗରେ ଧାରଣା ଦେବେ ବିଜୁ ମହିଳା ଜନତ ଦଳ
  • ||
  • ଶ୍ରୀମନ୍ଦିର ରତ୍ନଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଖୋଜିବ ଏଏସ୍‌ଆଇ ଟିମ୍, ରାଡାର୍‌ ପେନିଟ୍ରେଟିଂ ସିଷ୍ଟମ୍‌ ସର୍ଭେ ହେବ
  • ||
  • ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୨୩ରେ ଲଘୁଚାପ,୨୪ରେ ପ୍ରବଳ ବର୍ଷା ସମ୍ଭାବନା
  • ||

ଆଜିଠୁ ୩ ଦିନିଆ ଆମେରିକା ଗସ୍ତରେ ମୋଦି, ବାର୍ଷିକ କ୍ୱାଡ୍ ସମ୍ମିଳନୀରେ ହେବେ ସାମିଲ

ନୂଆଦିଲ୍ଲୀ,୨୧/୦୯: ୩ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ବାର୍ଷିକ କ୍ୱାଡ ସମ୍ମିଳନୀରେ ସାମିଲ ହେବା ସହ ଜାତିସଂଘ ମହାସଭାର ଫ୍ୟୁଚର ସମ୍ମିଟ କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିବେ । ଏଥସହ ରାଷ୍ଟ୍ରପତି ଜୋ.ବାଇଡେନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା ମଧ୍ୟ କରିବେ ମୋଦି । ଆମେରିକାରେ ରହୁଥିବା ପ୍ରବାସୀ ଭାରତୀୟଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି । ଆଗକୁ ଭାରତ ‘କ୍ବାଡ ସମ୍ମିଳନୀ’ ଆୟୋଜନ କରିବାକୁ ଥିବା ବେଳେ ଏହି ଗସ୍ତ ବେଶ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଉଛି ।

ତେବେ ଏନେଇ ଆମେରିକା ଗସ୍ତ ପୂର୍ବରୁ ମୋଦି କହିଛନ୍ତି,''ମୁଁ ତିନି ଦିନିଆ ଆମେରିକା ଗସ୍ତରେ ଯାଉଛି । ସେଠାରେ ରାଷ୍ଟ୍ରପତି ବାଇଡେନଙ୍କ ଦ୍ୱାରା ହୋମଟାଉନ ୱିଲିଂଟନରେ ଆୟୋଜିତ ‘କ୍ୱାଡ ସମ୍ମିଳନୀ’ରେ ଅଂଶଗ୍ରହଣ କରିବି । ନ୍ୟୁୟର୍କରେ ମିଳିତ ଜାତିସଂଘ ମହାସଭାରେ ଭବିଷ୍ୟତ ସମ୍ମିଳନୀକୁ ସମ୍ବୋଧିତ କରିବି । ମୋର ବନ୍ଧୁ, ରାଷ୍ଟ୍ରପତି ବାଇଡେନ, ପ୍ରଧାନମନ୍ତ୍ରୀ ଆଲବେନିସ ଏବଂ ପ୍ରଧାନମନ୍ତ୍ରୀ କିଶିଦାଙ୍କ ସହ ଏହି ସମ୍ମିଳନୀରେ ସାମିଲ ହେବାକୁ ଉତ୍ସାହିତ ଅଛି । ଏହି ସମ୍ମିଳନୀ ‘ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ର’ରେ ଶାନ୍ତି, ପ୍ରଗତି ଏବଂ ସମୃଦ୍ଧତା ପାଇଁ କାର୍ଯ୍ୟ କରିବାକୁ ସମାନ ବିଚାର ଧାରା ଦେଶର ଏକ ପ୍ରମୁଖ ଗୋଷ୍ଠୀ ଭାବରେ ଉଭା ହୋଇଛି । '' ସେପଟେ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସ୍ୱାଲ ଟ୍ୱିଟ କରି କହିଛନ୍ତି,''ପ୍ରଧାନମନ୍ତ୍ରୀ ଆମେରିକା ଗସ୍ତ କରିଛନ୍ତି । ସେଠାରେ ଷଷ୍ଠ କ୍ୱାଡ ସମ୍ମିଳନୀରେ ଅଂଶଗ୍ରହଣ କରିବେ ।ଏଥିସହ ନ୍ୟୁୟର୍କରେ ମିଳିତ ଜାତିସଂଘ ମହାସଭାରେ‘ଭବିଷ୍ୟତର ସମ୍ମିଳନୀ’କୁ ସମ୍ବୋଧିତ କରିବେ ।''

ସେହିପରି ପ୍ରଧାନମନ୍ତ୍ରୀ ମୋଦି ଏହି ଗସ୍ତ ମଧ୍ୟରେ ପୂର୍ବତନ ରାଷ୍ଟ୍ରପତି ତଥା ଚଳିତ ନିର୍ବାଚନର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ମଧ୍ୟ ଭେଟି ପାରନ୍ତି । କାରଣ ଟ୍ରମ୍ପ ମୋଦିଙ୍କ ସହ ସାକ୍ଷାତ କରିବାକୁ ଆଗ୍ରହୀ ଥିବା ନିକଟରେ ଏକ କାର୍ଯ୍ୟକ୍ରମରେ କହିଥିଲେ । ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବା ବେଳେ ଟ୍ରମ୍ପ ମୋଦିଙ୍କୁ ପ୍ରଶଂସା କରିବା ସହ କ୍ୱାଡ ସମ୍ମିଳନରେ ଅଂଶଗ୍ରହଣ କରିବାକୁ ଆସୁଥିବା ମୋଦିଙ୍କୁ ସାକ୍ଷାତ କରିବେ ବୋଲି କହିଥିଲେ । ଭାରତ ପକ୍ଷରୁ ଏନେଇ କୌଣସି ସୂଚନା ନଥିଲେ ମଧ୍ୟ ମୋଦି ଟ୍ରାମ୍ପ ଭେଟଘାଟ ମଧ୍ୟ ହୋଇପାରେ ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.