ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଅଗଷ୍ଟରେ ଯୁଦ୍ଧ ପରେ ୟୁକ୍ରେନ ପ୍ରଥମ ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୨୭/୭ :  ଅଗଷ୍ଟ ୨୩ରେ ୟୁକ୍ରେନ ଗ୍ରସ୍ତ କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଋଷ ସହିତ ଯୁଦ୍ଧ ପରଠାରୁ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ୟୁକ୍ରେନ ଗସ୍ତ ହେବ। ଏହି ଅବସରରେ ସେ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

ଜୁନରେ ଇଟାଲୀରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ଜେଲେନସ୍କିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। କିନ୍ତୁ ଯୁଦ୍ଧ ପରଠାରୁ ଜେଲେନସ୍କି ଭାରତର ସହାୟତା ଲୋଡ଼ି ଆସିଥିଲେ ମଧ୍ୟ ପ୍ରଧାନମନ୍ତ୍ରୀ ୟୁକ୍ରେନ ଗସ୍ତ କରିନଥିଲେ, ଯୁଦ୍ଧ ପରେ ଏହା ତାଙ୍କର ପ୍ରଥମ ଗସ୍ତ ହେବ। ନିକଟରେ ପ୍ରଧାନମନ୍ତ୍ରୀ ମୋଦି ଋଷ ଗସ୍ତ କରି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଥିଲେ। ୨୨ତମ ଭାରତ-ରୁଷ ବାର୍ଷିକ ସମ୍ମିଳନୀ ପାଇଁ ପୁଟିନଙ୍କ ନିମନ୍ତ୍ରଣ କ୍ରମେ ଜୁଲାଇ ୮ରେ ପ୍ରଧାନମନ୍ତ୍ରୀ ମୋଦି ଦୁଇ ଦିନିଆ ରୁଷ ଗସ୍ତ କରିଥିଲେ। ଏହି ଅବସରରେ ଉଭୟ ଦେଶ ପରମାଣୁ ଶକ୍ତି ଏବଂ ଜାହାଜ ନିର୍ମାଣ ସମେତ ବିଭିନ୍ନ କ୍ଷେତ୍ରରେ ସହଯୋଗ ବୃଦ୍ଧି କରିବାକୁ ଆଲୋଚନା କରିଥିଲେ।ରୁଷରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରୁଷର ସର୍ବୋଚ୍ଚ ନାଗରିକ ସମ୍ମାନ, ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ପ୍ରୋତ୍ସାହିତ କରିବାରେ ଅତୁଳନୀୟ ସେବା ପାଇଁ ପୁଟିନଙ୍କ ଦ୍ୱାରା ଅର୍ଡର ଅଫ୍ ସେଣ୍ଟ ଆଣ୍ଡ୍ୟୁ ପ୍ରେରିତ ପୁରସ୍କାର ପ୍ରଦାନ କରାଯାଇଥିଲା। ୨୨ତମ ଭାରତ ଋଷ୍‌ ବାର୍ଷିକ ସମ୍ମିଳନୀ ପାଇଁ ପୁଟିନଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୮, ୨୦୨୪ରୁ ଦୁଇ ଦିନିଆ ଗସ୍ତ ପାଇଁ ମସ୍କୋ ଗସ୍ତ କରିଥିଲେ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.