ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭/୭: ନୂଆଦିଲ୍ଲୀରେ ଆଜି ବସିବ ନୀତି ଆୟୋଗ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲର ଏହି ବୈଠକରେ ଅଧ୍ୟକ୍ଷତା କରିବେ । ବୈଠକର ମୁଖ୍ୟ ଫୋକସରେ ରହିଛି ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ। ଏଥିପାଇଁ ଆଲୋଚନାର ପ୍ରମୁଖ ୫ଟି ପ୍ରସଙ୍ଗ ରୂପେ ପାନୀୟ ଜଳ, ବିଦ୍ୟୁତ, ସ୍ବାସ୍ଥ୍ୟସେବା, ଶିକ୍ଷା ଏବଂ ଜମି ଓ ସଂପତ୍ତି ଡିଜିଟାଇଜେସନ ଉପରେ ଗୁରୁତ୍ୱ ଦିଆଯିବ । ଏଥିସହ ସାଇବର ସିକ୍ୟୁରିଟି ଏବଂ ଏଆଇ ଉପରେ ମଧ୍ୟ ସ୍ୱତନ୍ତ୍ର ଅଧିବେଶନରେ ଆଲୋଚନା କରାଯିବ।

ତେବେ ଗତ ଡିସେମ୍ବରରେ ଅନୁଷ୍ଠିତ ତୃତୀୟ ଜାତୀୟ ମୁଖ୍ୟ ଶାସନ ସଚିବ ସମ୍ମିଳନୀରେ ଦିଆଯାଇଥିବା ସୁପାରିଶଗୁଡ଼ିକର ମଧ୍ୟ ସମୀକ୍ଷା ହେବ। ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶାସିତ ଅଞ୍ଚଳର ଉପରାଜ୍ୟପାଳ ଏବଂ ବହୁ କେନ୍ଦ୍ରମନ୍ତ୍ରୀ ଯୋଗ ଦେବେ। ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଗତରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟଶାସନ ସଚିବ ମଧ୍ୟ ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।  ସେପଟେ  କର୍ଣ୍ଣାଟକ, ହିମାଚଳ ପ୍ରଦେଶ, ତେଲେଙ୍ଗାନା, ତାମିଲନାଡ଼ୁ, କେରଳ ଓ ପଞ୍ଜାବ ଆଦି ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ବୈଠକକୁ ବର୍ଜନ କରିଛନ୍ତି । 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.