ପ୍ରମୂଖ ଖବର
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପଶୁ ସଂରକ୍ଷଣ କେନ୍ଦ୍ର 'ବନ୍ତାରା' ଉଦଘାଟିତ, ନିଜ ହାତରେ ବାଘ, ସିଂହ ଏବଂ ଗଣ୍ଡା ଛୁଆଙ୍କୁ କ୍ଷୀର ପିଆଇଲେ...

Published By : Prameya | March 4, 2025 11:15 PM

ଜାମନଗର ୪/୦୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱ ବନ୍ୟପ୍ରାଣୀ ଦିବସ ଅବସରରେ ଗୁଜରାଟର ଜାମନଗରରେ ଅବସ୍ଥିତ ପଶୁ ସଂରକ୍ଷଣ କେନ୍ଦ୍ର 'ବନ୍ତାରା'ର ଉଦଘାଟନ କରିଛନ୍ତି । ବନ୍ତାରା ହେଉଛି ବନ୍ୟପ୍ରାଣୀଙ୍କ ସଂରକ୍ଷଣ ଏବଂ ପ୍ରୋତ୍ସାହନ ପାଇଁ ଉତ୍ସର୍ଗୀକୃତ ଏକ କେନ୍ଦ୍ର । ପ୍ରଧାନମନ୍ତ୍ରୀ ୩,୦୦୦ ଏକର ପରିମିତ ବନ୍ତାରାରେ ବେଶ କିଛି ସମୟ ବିତାଇଥିଲେ ଏବଂ ପଶୁମାନଙ୍କ ପାଇଁ ସେଠାରେ ନିର୍ମିତ ବିଶ୍ୱସ୍ତରୀୟ ସୁବିଧାଗୁଡ଼ିକର ନିରୀକ୍ଷଣ କରିଥିଲେ । ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ଉଦ୍ୟମରେ ବନ୍ତାରା ନିର୍ମାଣ କରାଯାଇଛି ।

ବନ୍ତାରାରେ ପହଞ୍ଚିବା ପରେ, ଅମ୍ବାନୀ ପରିବାର ପ୍ରଧାନମନ୍ତ୍ରୀଙ୍କୁ ପାରମ୍ପରିକ ରୀତିରେ ସ୍ୱାଗତ କରିଥିଲେ । ଶଙ୍ଖ ଧ୍ୱନି, ମନ୍ତ୍ର ଉଚ୍ଚାରଣ ଏବଂ ଲୋକ କଳାକାରଙ୍କ ଗୀତ-ସଂଗୀତ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବନ୍ତାରାର ଉଦଘାଟନ କରିଥିଲେ । ନରେନ୍ଦ୍ର ମୋଦି ମଧ୍ୟ ଏହି ପରିସରରେ ନିର୍ମିତ ମନ୍ଦିରରେ ଅନୁଷ୍ଠିତ ପୂଜାର୍ଚ୍ଚନାରେ ସାମିଲ ହୋଇଥିଲେ । 

ବନ୍ତାରାରେ ପ୍ରାଣୀମାନଙ୍କ ପାଇଁ ସ୍ୱତନ୍ତ୍ର ଭାବରେ ଡିଜାଇନ୍‌ କରାଯାଇଥିବା ମଲ୍ଟି-ସ୍ପେଶାଲିଟି ହସ୍ପିଟାଲର ନିରୀକ୍ଷଣ କରିବା ସମୟରେ, ପ୍ରଧାନମନ୍ତ୍ରୀ ଡାଏଗ୍ନୋଷ୍ଟିକ୍‌ ସୁଟ୍‌ରେ ସିଟି ସ୍କାନ, ଏମଆରଆଇ, ଅଲ୍ଟ୍ରାସାଉଣ୍ଡ ଏବଂ ଏଣ୍ଡୋସ୍କୋପି ଭଳି ସ୍ୱତନ୍ତ୍ର ଚିକିତ୍ସା ଉପକରଣର ଲାଇଭ୍‌ ପ୍ରଦର୍ଶନ ଦେଖିଥିଲେ । ସେ ପଶୁମାନଙ୍କ ପାଇଁ ନିର୍ମିତ ଆଇସିୟୁ ଏବଂ ଅପରେସନ ଥିଏଟର ପ୍ରତି ମଧ୍ୟ ଆଗ୍ରହ ଦେଖାଇଥିଲେ । ନିକଟରେ ଜନ୍ମ ନେଇଥିବା ନବଜାତ ପଶୁ ଶାବକଙ୍କ ପାଇଁ ବନ୍ତାରାରେ ଏକ ନର୍ସରୀ ମଧ୍ୟ ସ୍ଥାପନ କରାଯାଇଛି । ପ୍ରଧାନମନ୍ତ୍ରୀ ବନ୍ତାରାରେ କାର୍ଯ୍ୟରତ କର୍ମଚାରୀଙ୍କ ନିଷ୍ଠା ଏବଂ କଠିନ ପରିଶ୍ରମର ପ୍ରଶଂସା କରିଥିଲେ ।

ପ୍ରଧାନମନ୍ତ୍ରୀ ଏସୀୟ ସିଂହ ଶାବକ, ଧଳା ସିଂହ ଶାବକ, ବିରଳ ଏବଂ ଲୁପ୍ତପ୍ରାୟ ପ୍ରଜାତିର ମେଘୁଆ (କ୍ଲାଉଡେଡ଼) ଚିତାବାଘ ଶାବକମାନଙ୍କୁ ଦେଖିଥିଲେ । ପ୍ରଧାନମନ୍ତ୍ରୀ ମୋଦି ନିଜ ହାତରେ ଧଳା ସିଂହ, ବାଘ ଏବଂ ଗଣ୍ଡାର ଶାବକମାନଙ୍କୁ କ୍ଷୀର ପିଆଇଥିଲେ । କେନ୍ଦ୍ରରେ ଏସୀୟ ସିଂହ, ହିମ ଚିତାବାଘ, ଏକ-ଶିଙ୍ଗିଆ ଗଣ୍ଡା ଭଳି ପ୍ରାଣୀମାନଙ୍କ ସଂରକ୍ଷଣ କରାଯାଉଛି । ପ୍ରଧାନମନ୍ତ୍ରୀ ଅନେକ ବିପଦଜନକ ପଶୁଙ୍କୁ ନିକଟରୁ ମଧ୍ୟ ଦେଖିଥିଲେ । ଏଥିମଧ୍ୟରେ ରହିଥିଲେ ସୁନେଲି ବାଘ, ଧଳା ସିଂହ ଏବଂ ହିମ (ତୁଷାର) ଚିତାବାଘ ଇତ୍ୟାଦି ।

ବିଶାଳ ବନ୍ତାରାରେ ପ୍ରତ୍ୟେକ ପଶୁକୁ ନିଜର ଆବଶ୍ୟକତା ହିସାବରେ ଘର ମିଳିଛି । ପ୍ରାଣୀମାନଙ୍କୁ ସିଂହ ରାଜ୍ୟ, ସରୀସୃପ ରାଜ୍ୟ, ସିଲ୍‌ ରାଜ୍ୟ, ଚିତା ପ୍ରଜନନ କେନ୍ଦ୍ର ଭଳି ଅନେକ କେନ୍ଦ୍ରଗୁଡିକରେ ରଖାଯାଇଛି । କିନ୍ତୁ ସବୁଠାରୁ ବଡ଼ ଆକର୍ଷଣର କେନ୍ଦ୍ର ହେଉଛି ହାତୀମାନଙ୍କ ପାଇଁ ପ୍ରାୟ ୧ ହଜାର ଏକର ପରିସରରେ ନିର୍ମିତ ଗଜନଗରୀ । ଏଠାରେ ୨୪୦ ରୁ ଅଧିକ ଉଦ୍ଧାର ହୋଇଥିବା କିମ୍ବା ଅସୁସ୍ଥ ହାତୀଙ୍କୁ ରଖାଯାଇଛି । ଅବହେଳା ଏବଂ ନିର୍ଯ୍ୟତନାର ଶିକାର ହୋଇଥିବା ଏହି ହାତୀମାନଙ୍କୁ ବନ୍ତାରାରେ ବିଶ୍ୱସ୍ତରୀୟ ପଶୁଚିକିତ୍ସା ଏବଂ ଯତ୍ନ ମିଳୁଛି । ବନ୍ତାରାରେ ହାତୀଙ୍କ ପାଇଁ ବିଶ୍ୱର ସର୍ବବୃହତ ଡାକ୍ତରଖାନା ମଧ୍ୟ ରହିଛି । ହାତୀମାନଙ୍କ ପାଇଁ ପୋଖରୀ ଏବଂ ଜାକୁଜି ଭଳି ସୁବିଧା ମଧ୍ୟ ରହିଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.