ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଭୁବନେଶ୍ଵରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ଶପଥ ସମାରୋହରେ ଦେବେ ଯୋଗ

ଭୁବନେଶ୍ଵର, ୧୨/୦୬ : ଭୁବନେଶ୍ଵରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ସିଧା ରାଜଭବନ ଯାଇଛନ୍ତି। ସେଠାରେ କିଛି ସମୟ ବିଶ୍ରାମ କରିବେ। ଏହାପରେ ସନ୍ଧ୍ୟାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ଯୋଗ ଦେବେ। ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। 

ଶପଥ ଗ୍ରହଣ ପାଇଁ ବୁଧବାର ଅପରାହ୍ନ ୫ଟାରେ ଜନତା ମଇଦାନରେ ଏକ ଭବ୍ୟ ସମାରୋହ ହେବ। ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ସହିତ ପୂରା ମନ୍ତ୍ରିମଣ୍ଡଳ ଇଶ୍ୱରଙ୍କ ନାଁରେ ଶପଥ ନେବେ। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହ ମନ୍ତ୍ରୀ ଅମିତ ଶାହ, ବହୁ କେନ୍ଦ୍ରମନ୍ତ୍ରୀ, ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅନେକ ବରିଷ୍ଠ ନେତା ସାମିଲ ହେବେ। ଏଥିପାଇଁ ପ୍ରଧାନମନ୍ତ୍ରୀ ରାଜଭବନରୁ ସାଢ଼େ ୪ଟାରେ ଜନତା ମଇଦାନ ଅଭିମୁଖେ ବାହାରିବେ। ଶପଥ ଉତ୍ସବ ପାଇଁ ଜନତା ମଇଦାନରେ ଜୋର୍‌ଦାର ପ୍ରସ୍ତୁତି ଚାଲିଛି । ରାଜଭବନରୁ ଜନତା ମଇଦାନ ଯାଏ ରାସ୍ତାର ଉଭୟ ପାଶ୍ୱର୍କୁ ରଙ୍ଗବେରଙ୍ଗର ଆଲୋକମାଳାରେ ସଜାଯାଇଛି । ବିଧାନସଭା ଓ ସଚିବାଳୟ ସମ୍ମୁଖ ରାସ୍ତା ଆଲୋକମାଳାରେ ଝଲସୁଛି । କୋଣାର୍କ କାରୁକାର୍ଯ୍ୟ ଥିମ୍‌ରେ ଶପଥ ସମାରୋହର ମଞ୍ଚ ପ୍ରସ୍ତୁତ ହୋଇଛି । କାର୍ଯ୍ୟକ୍ରମରେ ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଝଲକ୍‌ ପ୍ରତିଫଳିତ ହେବ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.