ପ୍ରମୂଖ ଖବର
  • ବାଜିଲା ବିଗୁଲ; ଜୁନ୍ ୧୯ରେ ୪ ରାଜ୍ୟର ୫ ବିଧାନସଭା ଆସନରେ ଉପନିର୍ବାଚନ, ଏହି ଦିନ ରେଜଲ୍ଟ
  • ||
  • Mann ki Baat; ସାହସ ଓ ସଂକଳ୍ପର ପ୍ରତୀକ 'ଅପରେସନ୍ ସିନ୍ଦୂର, ଆତଙ୍କବାଦ ଶେଷ ଭାରତର ସଂକଳ୍ପ କହିଲେ ପ୍ରଧାନମନ୍ତ୍ରୀ
  • ||
  • ରଥଯାତ୍ରା ପ୍ରସ୍ତୁତି: ରଥଖଳାରେ ପହଞ୍ଚିଲା ୩୨ଟି ୪୦ ଫୁଟିଆ କାଠ
  • ||
  • ଭଦ୍ରକ : ନିଆଁ ଲାଗି ଜଳିଗଲା ୬ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ
  • ||
  • ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ଭାରତ, ଜାପାନକୁ ଟପିଲା
  • ||
  • IPL 2025: ଆଜି ଚେନ୍ନାଇ- ଗୁଜରାଟ ମଧ୍ୟରେ ଶେଷ ଲିଗ୍‌ ମ୍ୟାଚ୍‌, ଟାଇଟନ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ
  • ||
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ଭାରୋତ୍ତୋଳକ ହର୍ଷବର୍ଦ୍ଧନଙ୍କୁ ମନ୍ କି ବାତରେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

Published By : Gurupada Nath | May 25, 2025 5:22 PM

ବ୍ରହ୍ମପୁର,୨୫/୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମନ୍ କି ବାତରେ ଗଞ୍ଜାମର ଭାରୋତ୍ତୋଳନ ପ୍ରତିଯୋଗୀ ହର୍ଷବର୍ଦ୍ଧନ ସାହୁଙ୍କୁ ଢେର୍ ପ୍ରଶଂସା କରିଛନ୍ତି। ବିହାରରେ ହୋଇଥିବା ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା-୨୦୨୫ରେ ହର୍ଷବର୍ଦ୍ଧନଙ୍କ ପ୍ରଦର୍ଶନ ଉଚ୍ଚକୋଟୀର ଥିଲା। ସେ ନୂଆ ରେକର୍ଡ ନିଜ ନାମରେ କରିଥିଲେ। 

ତାଙ୍କର ଏଭଳି ପ୍ରଦର୍ଶନ ବାସ୍ତବିକ୍ ପ୍ରଶଂସନୀୟ ବୋଲି ପ୍ରଧାନମନ୍ତ୍ରୀ ମନ୍ କି ବାତରେ କହିଥିଲେ। ପୁରୁଷ ୪୯କିଲୋ ବର୍ଗରେ ହର୍ଷବର୍ଦ୍ଧନ ରାଜ୍ୟ ପାଇଁ  ସ୍ବର୍ଣ୍ଣ ପଦକ ଆଣି ଦେଇଥିଲେ। ସେ ସ୍ନାଚରେ ୮୮ କିଲୋ ଏବଂ କ୍ଲିନ୍ ଆଣ୍ଡ ଜର୍କରେ ୧୧୫କିଲୋ ସହ ମୋଟ ୨୦୩କିଲୋ ଉଠାଇ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ଏଥିସହ ସେ ସ୍ନାଚ୍ ଓ ମୋଟ ଓଜନରେ ଦୁଇଟି ନୂଆ ଜାତୀୟ ରେକର୍ଡ଼ ସୃଷ୍ଟି କରିଥିଲେ।   

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.