ପ୍ରମୂଖ ଖବର
  • ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ମହିଳା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ପ୍ରଥମ କିସ୍ତି
  • ||
  • ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମର୍ଲେନା, ନାଁ ଘୋଷଣା କଲେ ଅରବିନ୍ଦ କେଜ୍ରିୱାଲ
  • ||
  • ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି: ଜନ୍ମଦିନରେ ବାଣ୍ଟିବେ ସୁଭଦ୍ରା, ଆବାସ, କଳିଙ୍ଗ ଷ୍ଟାଡିୟମ ‘ସଟଲ୍‌’କୁ ଲୋକାର୍ପିତ କରିବେ
  • ||
  • କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ବିଦା ହେଲେ କମିଶନର ବିନୀତ ଗୋୟଲ
  • ||
  • ଜଳେଶ୍ଵର: ଲଗାଣ ବର୍ଷାରେ ଧଶିଲା ଜାମକୁଣ୍ଡା ସ୍ଲୁଇସ୍ ଗେଟ୍ ପୋଲ, ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହେବା ଆଶଙ୍କା
  • ||
  • ଶବର ସାହିରେ ୩୦ ମିନିଟ୍‌ ରହିବେ ପ୍ରଧାନମନ୍ତ୍ରୀ, ପିଏମ୍‌ ଆବାସ ହିତାଧିକାରୀଙ୍କୁ ଭେଟିବେ
  • ||
  • ଆସନ୍ତା ୨୩ରେ ପୁଣି ଲଘୁଚାପ: ଆଜିଠୁ ଶୁଖିଲା, ୨୨ରୁ ବଢ଼ିବ ବର୍ଷା
  • ||

୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ

ଭୁବନେଶ୍ଵର, ୧୦/୦୯ : ଜଙ୍ଗଲରେ ବଢୁଛି ଶିକାରୀଙ୍କ ଦୌରାତ୍ମ୍ୟ। ବାଘ ଓ ହାତୀଙ୍କ ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା। ଜଙ୍ଗଲରେ ସୁରକ୍ଷିତ ନୁହଁନ୍ତି ବାଘ ଓ ହାତୀ। ବନ ବିଭାଗ ଅଧିକାରୀଙ୍କ ଆଖିରେ ଆଙ୍ଗୁଳି ଗେଞ୍ଜି ଜଙ୍ଗଲରେ ଖୁଲମ ଖୁଲା ହାତୀ ଓ ବାଘ ଶିକାର କରୁଛନ୍ତି ଶିକାରୀ। ବିଗତ ୧୦ ବର୍ଷରେ ୨୫ ବାଘ ଓ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ। ବିଧାନସଭାରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖିଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। 

ପରିବେଶ ମନ୍ତ୍ରୀ କହିଛନ୍ତି ଯେ, ୧୦ ବର୍ଷ ମଧ୍ୟରେ ୪୮ଟି କଲରାପତରିଆ ଏବଂ ୭ଟି ମହାବଳ ବାଘଙ୍କର ମୃତ୍ୟୁ ହୋଇଛି। ଏଥି ମଧ୍ୟରୁ ୨୫ଟି ବାଘକୁ ଶିକାରୀମାନେ ହତ୍ୟା କରିଛନ୍ତି। ସେହିପରି ବିଦ୍ୟୁତ ଆଘାତରେ ୪ଟି, ରେଳ ଦୁର୍ଘଟଣାରେ ୨ଟି, ରାସ୍ତା ଦୁର୍ଘଟଣାରେ ୩ଟି, ନଦୀ ନାଳରେ ବୁଡି ୬ଟି ବାଘଙ୍କର ମୃତ୍ୟୁ ହୋଇଛି। 

ସବୁଠୁ ବଡ଼ କଥା ହେଲା ଗତ ୧୦ ବର୍ଷ ମଧ୍ୟରେ ୪୧ଟି ହାତୀଙ୍କୁ ହତ୍ୟା କରାଯାଇଥିବା ବେଳେ ୭୧୯ଟି ହାତୀଙ୍କର ବିଭିନ୍ନ କାରଣ ପାଇଁ ମୃତ୍ୟୁ ହୋଇଛି। ସେହିପରି ୨୦୧୩-୧୪ ରୁ ୨୦୨୩-୨୪ ମଧ୍ୟରେ ହାତୀ ମଣିଷ ଲଢେଇରେ ୧୧୪୫ ଜୀବନ ଯାଇଛି। ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ। 

 



 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.